ମନ୍ତ୍ରୀଙ୍କ ଭାଷଣକୁ ବିରୋଧ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ଭୁବନେଶ୍ୱର ବରମୁଣ୍ଡାଠାରେ ଶୁକ୍ରବାର ବିଜେଡି ସାଙ୍ଗଠନିକ ସଭା ଓ ପଦଯାତ୍ରା ପ୍ରସ୍ତୁତି ଶିବିର ଅବସରରେ ମନ୍ତ୍ରୀ ପ୍ରତାପ ଦେବ ଦେଇଥିବା ଭାଷଣକୁ ଭାଜପା କଡ଼ା ବିରୋଧ କରିଛି। ପ୍ରତାପ କହିଥିଲେ, ସାଢ଼େ ୪ କୋଟି ଓଡ଼ିଆଙ୍କର ଗୋଟିଏ ପରିଚୟ ଥିଲା ପ୍ରଭୁ ଜଗନ୍ନାଥ। ଏବେ ଆପଣମାନେ ଭାରତ ବର୍ଷର ଯେ କୌଣସି ଜାଗାକୁ ଯିବେ ଏବଂ ଓଡ଼ିଶାରୁ ବୋଲି ପରିଚୟ ଦେବେ, ସମ୍ମୁଖରେ ଥିବା ବ୍ୟକ୍ତିଙ୍କ ମୁହଁରୁ ପ୍ରଥମେ ନବୀନ ପଟ୍ଟନାୟକଙ୍କ ନାଁ ବାହାରିବ।
ଶିଳ୍ପମନ୍ତ୍ରୀ ପ୍ରତାପଙ୍କ ଏପରି ମନ୍ତବ୍ୟକୁ ଭାଜପା ନେତା ସମ୍ବିତ୍‌ ପାତ୍ର ନିନ୍ଦା କରିଛନ୍ତି। ଶନିବାର ଏନେଇ ସେ ଟୁଇଟ୍‌ କରି କହିଛନ୍ତି, ଏହା ଅହଂକାରର ଚରମ ପରିଚୟ। ମନ୍ତ୍ରୀ ସାଢ଼େ ୪ କୋଟି ଓଡ଼ିଆଙ୍କ ସହ ବିଶ୍ୱର କୋଣ ଅନୁକୋଣରେ ରହୁଥିବା ହିନ୍ଦୁଙ୍କ ଭାବନା ପ୍ରତି ହୀନମନ୍ୟତା ସୃଷ୍ଟି କରିଛନ୍ତି। ସେ ଯାହା କହିଛନ୍ତି କ’ଣ ମୁଖ୍ୟମନ୍ତ୍ରୀଙ୍କ ସହମତି ରହିଛି କି ବୋଲି ସମ୍ବିତ୍‌ ପ୍ରଶ୍ନ କରିଛନ୍ତି। ଯଦି ସହମତ ନାହାନ୍ତି ତା’ହାଲେ ସମ୍ପୃକ୍ତ ମନ୍ତ୍ରୀଙ୍କୁ ତିରସ୍କାର କରନ୍ତୁ।
ଭାଜପା ନେତା ପୃଥ୍ବୀରାଜ ହରିଚନ୍ଦନ ପ୍ରତାପଙ୍କ ଭାଷଣକୁ ନାପସନ୍ଦ କରିବା ସହ କହିଛନ୍ତି, ଏଭଳି ବକ୍ତବ୍ୟ ରଖି ଅହଂକାରର ଶୀର୍ଷରେ ବିଜେଡି ପହଞ୍ଚତ୍ଛି। ଜଗନ୍ନାଥଙ୍କ ବିକଳ୍ପ ଭାବେ ନିଜ ଦଳର ନେତାଙ୍କୁ ଦେଖିବା ଆରମ୍ଭ କରିଛନ୍ତି। ଏହାଠାରୁ କଦର୍ଯ୍ୟ ମାନସିକତା, ଚାଟୁକାରିତା ଆଉ କିଛି ବି ହୋଇ ନ ପାରେ। ଓଡ଼ିଶାବାସୀଙ୍କୁ ଏହାଠାରୁ ବଡ଼ ଅପମାନ ଆଉ କିଛି ହୋଇ ନ ପାରେ ବୋଲି ସେ କହିଛନ୍ତି।
ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଜନତା ମଇଦାନ ସଭାକୁ କାଉଣ୍ଟର ଲାଗି ବରମୁଣ୍ଡାରେ ବିଜେଡି ସମାବେଶ କରିଥିଲା। ଏଥିରେ ଯୋଗଦେଇ ମନ୍ତ୍ରୀ ଦେବ ବିବାଦୀୟ ଭାଷଣ ରଖି ଆଲୋଚନାକୁ ଆସିଛନ୍ତି। ଗୋଟିଏପଟେ ବିଜେଡି ଏଭଳି କାଉଣ୍ଟର ସଭା କରିବା ପଛରେ ଭାଜପା ମୁଖିଆଙ୍କ ଗସ୍ତ ଭୟ ଲୁଚି ରହିଥିବା ନେଇ ଆଲୋଚନା ହେଉଥିବା ବେଳେ ଅନ୍ୟପଟେ ବିବାଦୀୟ ମନ୍ତବ୍ୟ ଏହାକୁ ତେଜିବାରେ ସହାୟକ ହୋଇଛି। ଅନ୍ୟ ପକ୍ଷରେ ମନ୍ତ୍ରୀ ପ୍ରତାପ ଦେବ ଟୁଇଟ କରି କହିଛନ୍ତି ଯେ ବିରୋଧୀ ଅଯଥା ରାଜନୀତି କରୁଛନ୍ତି। ମୋର ଭାଷଣକୁ କଦର୍ଥ କରାଯାଉଛି । ମୁଖ୍ୟମନ୍ତ୍ରୀଙ୍କ ସ୍ବଚ୍ଛ ଶାସନ ବିଷୟରେ ସୂଚନା ଦେଇଥିଲି।

 


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri