Posted inଜାତୀୟ

ମୋଦିଙ୍କୁ ବିରୋଧ ପଡ଼ିଲା ମହଙ୍ଗା, ସତ୍ୟପାଲଙ୍କ ବଦଳରେ ବି.ଡ଼ି. ମିଶ୍ରା ମେଘାଳୟର ନୂଆ ରାଜ୍ୟପାଳ…

ନୂଆଦିଲ୍ଲୀ/ଶିଲଂ,୪।୧୦ : ମେଘାଳୟର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିରୋଧ କରିବା ମହଙ୍ଗା ପଡ଼ିଛି। ଅକ୍ଟୋବର ୩ରେ ସତ୍ୟପାଲଙ୍କ କାର୍ଯ୍ୟକାଳ ଶେଷ ହୋଇଥିବାବେଳେ ଏହାକୁ ଆଉ ବୃଦ୍ଧି କରା ଯାଇ ନାହିଁ। ମଙ୍ଗଳବାର ମେଘାଳୟର ନୂତନ ରାଜ୍ୟପାଳ ଭାବେ ବିଡି ମିଶ୍ରା ଶପଥ ଗ୍ରହଣ କରିଛନ୍ତି।

ପୂର୍ବତନ ଭାରତୀୟ ସେନା ବ୍ରିଗେଡିୟର୍‌ ମିଶ୍ରା ୨୦୧୭ ମସିହାରୁ ଅରୁଣାଚଳ ପ୍ରଦେଶର ରାଜ୍ୟପାଳ ଭାବେ କାର୍ଯ୍ୟ କରୁଛନ୍ତି ଏବଂ ତାଙ୍କୁ ପଡୋଶୀ ରାଜ୍ୟ ମେଘାଳୟର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।
ଶପଥ ଗ୍ରହଣ ସମାରୋହରେ ବିଧାନସଭା ବାଚସ୍ପତି ମେତବାହ ଲିଙ୍ଗଡୋହ ଏବଂ ବରିଷ୍ଠ କ୍ୟାବିନେଟ ମନ୍ତ୍ରୀମାନେ ଉପସ୍ଥିତ ଥିଲେ। ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ କେ ସାଙ୍ଗମା ନୂତନ ରାଜ୍ୟପାଳଙ୍କୁ ସ୍ବାଗତ କରିଛନ୍ତି।

ସେ ଟୁଇଟ କରି କହିଛନ୍ତି, ମେଘାଳୟର ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ବ୍ରିଗେଡିୟର୍‌ ବିଡି ମିଶ୍ର ଜୀଙ୍କୁ ଅନେକ ଅଭିନନ୍ଦନ। ତୁମର ମାର୍ଗଦର୍ଶନ ଏବଂ ସହଯୋଗ ପାଇବାକୁ ଆଶା କରେ। ଏହି ସୁନ୍ଦର ରାଜ୍ୟରେ ଆମେ ଆପଣଙ୍କୁ ସ୍ବାଗତ କରୁଛୁ ।

କୁହାଯାଉଛି ଯେ ସତ୍ୟପାଲ ମଲିକ ମୋଦି ସରକାରଙ୍କୁ ବିରୋଧ କରିବା ମହଙ୍ଗା ସାବ୍ୟସ୍ତ ହୋଇଛି। ଯେତେବେଳେ ସେ ଜମ୍ମୁ-କଶ୍ମୀରର ରାଜ୍ୟପାଳ ଥିଲେ ସେତେବେଳେ ସେ ଶାସକ ଦଳର ନେତାମାନଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଥିଲେ। ଏହା ପରେ ମୋଦି ସରକାର ତିନୋଟି ନୂତନ କୃଷି ଆଇନକୁ ବିରୋଧ କରିଥିଲେ। ସେ ମୋଦିଙ୍କ ବିରୋଧରେ ଅନେକ ବିବାଦୀୟ ବିବୃତ୍ତି ମଧ୍ୟ ଦେଇଛନ୍ତି। ଏପରିକି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅହଂକାରୀ ମଧ୍ୟ କହିଛନ୍ତି।

ଯଦିଓ ରାଜ୍ୟପାଳ ପଦରୁ ଅବସର ନେବା ପରେ ସେ ଏକ ରାଜନୈତିକ ଦଳରେ ଯୋଗ ଦେଇପାରନ୍ତି ବୋଲି ଅନୁମାନ କରାଯାଉଥିଲା, କିନ୍ତୁ ସେ ଏହି କଳ୍ପନା ଜଳ୍ପନାକୁ ଖଣ୍ଡଦ କରିଦେଇଥିଲେ। ମଲିକଙ୍କ ଅନୁଯାୟୀ ସେ ଅବସର ପରେ ଚାଷୀଙ୍କ ପାଇଁ କାମ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?