ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଦାରିଙ୍ଗବାଡ଼ି ଗସ୍ତକୁ ବିରୋଧ ଭୟ, କଂଗ୍ରେସ-ଭାଜପା କର୍ମୀଙ୍କୁ ନଜରବନ୍ଦୀ ରଖିଛି ପୋଲିସ

ଦାରିଙ୍ଗବାଡ଼ି,୨୯ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ ଦୁଇଦିନିଆ ଗସ୍ତରେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟଜଳ ଯୋଗାଣ ବିଭାଗୀୟ ମନ୍ତ୍ରୀ ପ୍ରତାପ ଜେନା ଆସିଛନ୍ତି ା ମନ୍ତ୍ରୀ ଜେନା ଶୁକ୍ରବାର ପୂର୍ବାହ୍ନରେ ଉକ୍ତ ବ୍ଲକ ବ୍ରାହ୍ମଣୀଗାଁରେ କାର୍ଯ୍ୟକ୍ରମ ଚାଲିଥିବାବେଳେ ମଧ୍ୟାହ୍ନ ପରଠାରୁ ଦାରିଙ୍ଗବାଡ଼ିରେ ସରକାରୀ କାର୍ଯ୍ୟକ୍ରମ ରହିଛି ା ଅପରାହ୍ନ ୩ଟା ବେଳେ ବିଜେଡି ଦଳୀୟ ସାଂଗଠନିକ କାର୍ଯ୍ୟକ୍ରମ ରହିଛି ା ଏହାକୁ ବିରୋଧୀଙ୍କ ବିରୋଧର ଭୟକୁ ଆଶଙ୍କା କରି ସ୍ଥାନୀୟ ପୋଲିସ କଂଗ୍ରେସ ଏବଂ ଭାଜପାର ପ୍ରାୟ ୨୦ଜଣ କର୍ମୀଙ୍କୁ ଭୋର୍‌ ସମୟରୁ ଘରୁ ଉଠାଇନେଇ ଅଜଣା ସ୍ଥାନରେ ନଜରବନ୍ଦୀ କରି ରଖିଥିବା ବିରୋଧୀ କହିଛନ୍ତି ା ଏହା ଦୁର୍ଭାଗ୍ୟଜନକ କଥା ବୋଲି କଂଗ୍ରେସର କାଳୀପ୍ରସାଦ ମଲ୍ଲିକ କହିଛନ୍ତି। ଅଟକ ରହିଥିବା କଂଗ୍ରେସର କାଳୀପ୍ରସାଦ ମଲ୍ଲିକଙ୍କ ସମେତ ବିଳାସିନୀ ନାୟକ, ସିମଲାରାଣୀ ପରିଡ଼ା, ଭାଜପାର ମହେଶ୍ୱର ସାହୁ, ମିଟୁ ସାହୁ ପ୍ରମୁଖ ପ୍ରଶାସନକୁ ତୀବ୍ର ନିନ୍ଦା କରିଛନ୍ତି। ନଜରବନ୍ଦୀରେ ରହିଥିବା କଂଗ୍ରେସ କର୍ମୀ ଏବଂ ଭାଜପା କର୍ମୀମାନେ ସେହି ଅଜଣା ସ୍ଥାନରୁ ମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରି କଳାପତାକା ଦେଖାଇବା ଏବଂ ମନ୍ତ୍ରୀଙ୍କ ବିରୋଧରେ ସ୍ଲୋଗାନ ଦେଉଥିତ୍ବା ଭିଡିଓ ଏବେ ମୋବାଇଲରେ ଘୂରି ବୁଲୁଛି ା


Enter your email to get our daily news in your inbox.

All Right Reserved By Dharitri.Com

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…

ସମ୍ଭାବନାର ଉପପାଦ୍ୟ

ବହୁତ ଦିନ ତଳର କଥା। ଥରେ ହରିଣଟିଏ ବାଣୁଆଠାରୁ ନିଜକୁ ରକ୍ଷା କରିବାକୁ ପ୍ରାଣ ବିକଳରେ ଖୁବ୍‌ ଜୋର୍‌ରେ ଦୌଡୁଥାଏ। ବାଣୁଆ ମଧ୍ୟ ହରିଣକୁ ଶିକାର କରିବାକୁ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri