ଅନସୂୟାଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ: ପରିବର୍ତ୍ତନ ନ ହେଲେ ଅନ୍ୟ ପନ୍ଥା

ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବିଧାନସଭା ଆସନ ପ୍ରାର୍ଥତ୍ନୀ ଅନସୂୟା ମାଝିଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ ତେଜିବାରେ ଲାଗିଛି। ଶୁକ୍ରବାର ବିଜେଡି ରାଜ୍ୟ ଉପସଭାପତି ଏନ୍‌.ଭାସ୍କର ରାଓଙ୍କ ବାସଭବନରେ ହଜାର ସଂଖ୍ୟାରେ ବିଜେଡି ନେତା, କର୍ମୀ ଏବଂ ନିର୍ବାଚିତ ପ୍ରତିନିଧିଙ୍କ ବିକ୍ଷୋଭ ଦେଖିବାକୁ ମିଳିଥିଲା। କାଶୀପୁର ବ୍ଲକ୍‌ ଓ ରାୟଗଡ଼ା ବ୍ଲକ୍‌ ଅଧ୍ୟକ୍ଷ, ପୌର ପରିଷଦ ଅଧ୍ୟକ୍ଷ, ସରପଞ୍ଚ, ସମିତିସଭ୍ୟ ଏବଂ ୱାର୍ଡମେମ୍ବରମାନେ ଭାସ୍କର ରାଓଙ୍କୁ ଅଭିଯୋଗ କରିଥିଲେ। କେଉଁ ଆଧାରରେ ଅନସୂୟାଙ୍କୁ ପ୍ରାର୍ଥୀ କରାଗଲା, ଆମର ମତାମତ କାହିଁକି ନିଆଗଲା ନାହିଁ। ଆମେ ଚୟନ କରି ନାମ ଦିଆଯାଇଥିବା ପ୍ରାର୍ଥୀଙ୍କ ନାଁ ବଦଳରେ ଅନସୂୟାଙ୍କୁ କାହିଁକି ପ୍ରାର୍ଥୀ ଘୋଷଣା କରାଗଲା ବୋଲି କର୍ମୀମାନେ ଭାସ୍କରରାଓଙ୍କୁ ଏଭଳି ନାନା ପ୍ରଶ୍ନ କରିଥିଲେ।

ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମିରିକା, ରାଜ୍ୟ ସମ୍ପାଦକ ଜଗଦୀଶ ପାତ୍ର, ଜିଲା ପରିଷଦ ପୂର୍ବତନ ଅଧ୍ୟକ୍ଷ ଗଙ୍ଗାଧର ପୁଆଲା, ବିଜେଡି ଜିଲା ଉପସଭାପତି ବିନାୟକ କର, କାଶୀପୁର ବ୍ଲକ ସଭାପତି ବିନୋଦ ନାଏକ, ବିଜୁ ଯୁବ ଜନତା ଦଳ ଜିଲା ସାଧାରଣ ସମ୍ପାଦକ ହରପ୍ରସାଦ ନାୟକ ପ୍ରମୁଖଙ୍କ ନେତୃତ୍ୱରେ ହଜାର ସଂଖ୍ୟାରେ ନେତା ଓ କର୍ମୀ ଭାସ୍କର ରାଓଙ୍କୁ ଭେଟି ପ୍ରାର୍ଥୀ ପରିବର୍ତ୍ତନ କରିବାକୁ ଦାବି କରିଛନ୍ତି। ଯଦି ପ୍ରାର୍ଥୀ ପରିବର୍ତ୍ତନ ନ ହୁଏ, ତେବେ ସମସ୍ତେ ବିଜେଡି ଛାଡ଼ି ଅନ୍ୟ ପନ୍ଥା ଅନୁସରଣ କରିବେ ବୋଲି ଚେତାବନୀ ଦେଇଛନ୍ତି। ଏ ନେଇ ରାଜ୍ୟ ନେତୃବୃନ୍ଦଙ୍କୁ ଅବଗତ କରିବା ସହ ଆଲୋଚନା କରିବା ପରେ ନେତୃବୃନ୍ଦ ଯାହା ନିଷ୍ପତ୍ତି ନେବେ ତାହା ଚୂଡ଼ାନ୍ତ ହେବ ବୋଲି ଭାସ୍କର ରାଓ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri