ବ୍ୟକ୍ତିଗତ ଜମିରେ ରାସ୍ତା ନିର୍ମାଣକୁ ବିରୋଧ

ଆଳି,୧୫ା୪(ଡି.ଏନ.ଏ.): ଆଳି ବ୍ଲକ ଅନ୍ତର୍ଗତ ଅରଗଳ ଗଁଶରେ କେତେଜଣ ବ୍ୟକ୍ତିଙ୍କ ବ୍ୟକ୍ତିଗତ ଜମିରେ ପଞ୍ଚାୟତ କର୍ତ୍ତୃପକ୍ଷ ଜୋରଜବରଦସ୍ତ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏସ୍‌) ରାସ୍ତା ନିର୍ମାଣକୁ ସମ୍ପୃକ୍ତ ବ୍ୟକ୍ତିମାନେ ବିରୋଧ କରିଛନ୍ତି। ଏହି କାର୍ଯ୍ୟ ତୁରନ୍ତ ବନ୍ଦ କରିବା ପାଇଁ ସେମାନେ ଆଳି ବିଡିଓଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ଆଳି ବିଡିଓଙ୍କ ନିକଟରେ ଅରଗଳ ଗ୍ରାମ ର ସନ୍ତୋଷ ନାୟକ, ଦିବାକର ସାହୁ, ନିରଞ୍ଜନ ସାହୁ, ରବୀନ୍ଦ୍ର ସାହୁ ଓ ସହଦେବ ଦାସ, ଅଭିଯୋଗ କରିଛନ୍ତି। ଅରଗଳ ପଞ୍ଚାୟତରେ ଏମ୍‌ଜିଏନ୍‌ଆରଇଜିଏସ୍‌ କାର୍ଯ୍ୟ ଚାଲୁ ରହିଛି। ଏହି ପରିପ୍ରେକ୍ଷୀରେ ଗୋଟିଏ ରାସ୍ତା ଗ୍ରାମର ଜଗବନ୍ଧୁ ସାହୁଙ୍କ ଘରଠାରୁ ରବୀନ୍ଦ୍ର ନାୟକଙ୍କ ଘର ପର୍ଯ୍ୟନ୍ତ କାମ ଆରମ୍ଭ ହୋଇଛି। କିନ୍ତୁ ସରକାରୀ ନୀତିନିୟମକୁ ଉଲ୍ଲଂଘନ କରି ସେମାନଙ୍କର ୫୪୭, ୫୫୪, ୫୫୫, ୫୪୬ ପ୍ଲଟରେ ଥିବା ବ୍ୟକ୍ତିଗତ ଜମିରେ ଏହି ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ୯ ଲକ୍ଷ ୫୦ ହଜାର ଟଙ୍କା ବ୍ୟୟ ଅଟକଳରେ ହେଉଥିବା ଏହି ରାସ୍ତା କାମ ବନ୍ଦ କରିବାକୁ ସେମାନେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଜଣାଇଲେ ମଧ୍ୟ ସେ କାମ ବନ୍ଦ କଲେ ନାହିଁ। ଅଧିକନ୍ତୁ ସେମାନଙ୍କୁ ଧମକ ଚମକ ମଧ୍ୟ ଦେଇ ଛନ୍ତି। ଜମି ମାଲିକମାନଙ୍କ ବିନା ଅନୁମତିରେ କିଭଳି ଭାବେ ଏହି କାମ ଆରମ୍ଭ ହେଲା ତାହା ସମସ୍ତଙ୍କୁ ବିସ୍ମିତ କରିଛି। ସେମାନେ ସେମାନଙ୍କ ଅଭିଯୋଗପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଏହାଦ୍ୱାରା ସେମାନଙ୍କ ମାନବିକ ଅଧିକାର ମଧ୍ୟ କ୍ଷୂର୍ଣ୍ଣ ହେଉଛି। ଏହାର ନକଲ ସେମାନେ କେନ୍ଦ୍ରାପଡ଼ା ଜିଲାପାଳ, ପ୍ରକଳ୍ପ ନିର୍ଦ୍ଦେଶକ, ଆଳି ତହସିଲଦାରଙ୍କୁ ମଧ୍ୟ ପ୍ରଦାନ କରିଛନ୍ତି। ଏ ବିଷୟରେ ଆଳି ବିଡିଓ ଦିବେନ୍ଦୁ ଦାସଙ୍କୁ ପଚାରିବାରୁ ସେ ଅଭିଯୋଗ ପାଇଛନ୍ତି, ଯଦି ପ୍ରକୃତରେ ତାହା ବ୍ୟକ୍ତିଗତ ଜମି ହୋଇଥିବ ରାସ୍ତା କାମ ହୋଇପାରିବ ନାହିଁ। ରାସ୍ତା କାମ ପାଇଁ କୌଣସି ଅର୍ଥ ଦିଆଯିବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri