ସ୍କୁଲ ବସ୍ତାନି ନିୟମ ଉଲ୍ଲଂଘନକୁ ବିରୋଧ

ଭୁବନେଶ୍ୱର, ୨୦।୧(ବ୍ୟୁରୋ): ନିର୍ଦ୍ଧାରିତ ପାଠ୍ୟକ୍ରମ ଓ ସ୍କୁଲ ବସ୍ତାନି ନିୟମ ଉଲ୍ଲଂଘନ ବିରୋଧରେ ଓଡ଼ିଶା ଅଭିଭାବକ ମହାସଂଘ ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (ଏନ୍‌ସିପିସିଆର୍‌)ରେ ଫେରାଦ ହୋଇଛି। ମହାସଂଘର କହିବାନୁଯାୟୀ, ଶିକ୍ଷା ଅଧିକାର ଆଇନ ଧାରା ୨୯ ଅନୁଯାୟୀ ଗଣଶିକ୍ଷା ବିଭାଗର ସମସ୍ତ ଶିକ୍ଷାନୁଷ୍ଠାନ ଏନ୍‌ସିଇଆର୍‌ଟି ଦ୍ୱାରା ନିର୍ଦ୍ଧାରିତ ପାଠ୍ୟକ୍ରମ ଅନୁସାରେ ପାଠ ପଢ଼ିବା ସହିତ ଶ୍ରେଣୀ ଅନୁସାରେ ଅନୁମୋଦିତ ପୁସ୍ତକ ମଧ୍ୟ ବ୍ୟବହାର କରିବେ। ପୁସ୍ତକଗୁଡ଼ିକର ସମସ୍ତ ବିବରଣୀ ସ୍କୁଲ ନୋଟିସ ବୋର୍ଡ, ପିଲାଙ୍କ ଡାଏରୀ ଓ ଅଭିଭାବକଙ୍କୁ ମେସେଜ, ହ୍ବାଟ୍ସଆପ୍‌ ମାଧ୍ୟମରେ ତଥା ସ୍କୁଲ୍‌ ୱେବ୍‌ସାଇଟ୍‌ରେ ଉପଲବ୍ଧ କରାଇବେ। ଯେଉଁ ଶିକ୍ଷାନୁଷ୍ଠାନ ନ ମାନିବେ ତାଙ୍କର ମାନ୍ୟତା ମଧ୍ୟ ପ୍ରତ୍ୟାହାର କରାଯିବାର ଆଇନରେ ପ୍ରାବଧାନ ରହିଛି। ଏନ୍‌ସିପିସିଆର ଏ ସଂକ୍ରାନ୍ତ ନିର୍ଦ୍ଦେଶନାମା ବହୁବାର ରାଜ୍ୟ ସରକାରଙ୍କୁ ଦେଇଥିବାବେଳେ ଗଣଶିକ୍ଷା ବିଭାଗ ସଚିବ ମଧ୍ୟ ଅନୁରୂପ ଭାବେ ସମସ୍ତ ଡିଇଓଙ୍କୁ ଏହାର କାର୍ଯ୍ୟକାରିତା ସମ୍ପର୍କରେ ଅବଗତ କରାଇଛନ୍ତି। କିନ୍ତୁ ଘରୋଇ ସ୍କୁଲଗୁଡ଼ିକ ଏହି ନିର୍ଦ୍ଦେଶକୁ ନ ମାନି ଘରୋଇ ପ୍ରକାଶନର ବହି ବିକ୍ରି କରି ଅଭିଭାବକଙ୍କଠାରୁ ହଜାର ହଜାର ଟଙ୍କା ଲୁଟୁଛନ୍ତି। ଏଥିସହ କୋମଳମତି ପିଲାଙ୍କୁ ଅଧିକ ଓଜନର ବସ୍ତାନି ବୋଝ ବୁହାଇ ସେମାନଙ୍କର ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ବିଗାଡ଼ିବାରେ ଲାଗିଛନ୍ତି। ସେପଟେ ଉଚ୍ଚ ନ୍ୟାୟାଳୟ ମଧ୍ୟ ସ୍ଥିରୀକୃତ ଓଜନ ଅନୁଯାୟୀ ବସ୍ତାନି ସ୍କୁଲ ଆଣିବାକୁ ଗଣଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶା ମାନବିକ ଅଧିକାର କମିଶନ ମଧ୍ୟ ଏହି ମର୍ମରେ ଗଣଶିକ୍ଷା ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯେଉଁ ସ୍କୁଲ ଏସବୁ ନିର୍ଦ୍ଦେଶ ନ ମାନିବେ ଶିକ୍ଷା ଆଇନ ଅନୁଯାୟୀ ସେମାନଙ୍କ ସିଓଆର ମଧ୍ୟ ସରକାର ରଦ୍ଦ କରିଦେଇପାରିବେ। ଏହିସବୁ ନିୟମକୁ ଠିକ କାର୍ଯ୍ୟକାରୀ କରିବା ପାଇଁ ବହୁଦିନ ଧରି ଓଡ଼ିଶା ଅଭିଭାବକ ମହାସଂଘ ଦାବି କରି ଧାରଣା, ଧର୍ମଘଟ, ଅନଶନ, ଆମରଣ ଅନଶନ ଆଦି କରି ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri