ଭୁବନେଶ୍ୱର, ୨୦।୧(ବ୍ୟୁରୋ): ନିର୍ଦ୍ଧାରିତ ପାଠ୍ୟକ୍ରମ ଓ ସ୍କୁଲ ବସ୍ତାନି ନିୟମ ଉଲ୍ଲଂଘନ ବିରୋଧରେ ଓଡ଼ିଶା ଅଭିଭାବକ ମହାସଂଘ ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (ଏନ୍ସିପିସିଆର୍)ରେ ଫେରାଦ ହୋଇଛି। ମହାସଂଘର କହିବାନୁଯାୟୀ, ଶିକ୍ଷା ଅଧିକାର ଆଇନ ଧାରା ୨୯ ଅନୁଯାୟୀ ଗଣଶିକ୍ଷା ବିଭାଗର ସମସ୍ତ ଶିକ୍ଷାନୁଷ୍ଠାନ ଏନ୍ସିଇଆର୍ଟି ଦ୍ୱାରା ନିର୍ଦ୍ଧାରିତ ପାଠ୍ୟକ୍ରମ ଅନୁସାରେ ପାଠ ପଢ଼ିବା ସହିତ ଶ୍ରେଣୀ ଅନୁସାରେ ଅନୁମୋଦିତ ପୁସ୍ତକ ମଧ୍ୟ ବ୍ୟବହାର କରିବେ। ପୁସ୍ତକଗୁଡ଼ିକର ସମସ୍ତ ବିବରଣୀ ସ୍କୁଲ ନୋଟିସ ବୋର୍ଡ, ପିଲାଙ୍କ ଡାଏରୀ ଓ ଅଭିଭାବକଙ୍କୁ ମେସେଜ, ହ୍ବାଟ୍ସଆପ୍ ମାଧ୍ୟମରେ ତଥା ସ୍କୁଲ୍ ୱେବ୍ସାଇଟ୍ରେ ଉପଲବ୍ଧ କରାଇବେ। ଯେଉଁ ଶିକ୍ଷାନୁଷ୍ଠାନ ନ ମାନିବେ ତାଙ୍କର ମାନ୍ୟତା ମଧ୍ୟ ପ୍ରତ୍ୟାହାର କରାଯିବାର ଆଇନରେ ପ୍ରାବଧାନ ରହିଛି। ଏନ୍ସିପିସିଆର ଏ ସଂକ୍ରାନ୍ତ ନିର୍ଦ୍ଦେଶନାମା ବହୁବାର ରାଜ୍ୟ ସରକାରଙ୍କୁ ଦେଇଥିବାବେଳେ ଗଣଶିକ୍ଷା ବିଭାଗ ସଚିବ ମଧ୍ୟ ଅନୁରୂପ ଭାବେ ସମସ୍ତ ଡିଇଓଙ୍କୁ ଏହାର କାର୍ଯ୍ୟକାରିତା ସମ୍ପର୍କରେ ଅବଗତ କରାଇଛନ୍ତି। କିନ୍ତୁ ଘରୋଇ ସ୍କୁଲଗୁଡ଼ିକ ଏହି ନିର୍ଦ୍ଦେଶକୁ ନ ମାନି ଘରୋଇ ପ୍ରକାଶନର ବହି ବିକ୍ରି କରି ଅଭିଭାବକଙ୍କଠାରୁ ହଜାର ହଜାର ଟଙ୍କା ଲୁଟୁଛନ୍ତି। ଏଥିସହ କୋମଳମତି ପିଲାଙ୍କୁ ଅଧିକ ଓଜନର ବସ୍ତାନି ବୋଝ ବୁହାଇ ସେମାନଙ୍କର ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ବିଗାଡ଼ିବାରେ ଲାଗିଛନ୍ତି। ସେପଟେ ଉଚ୍ଚ ନ୍ୟାୟାଳୟ ମଧ୍ୟ ସ୍ଥିରୀକୃତ ଓଜନ ଅନୁଯାୟୀ ବସ୍ତାନି ସ୍କୁଲ ଆଣିବାକୁ ଗଣଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶା ମାନବିକ ଅଧିକାର କମିଶନ ମଧ୍ୟ ଏହି ମର୍ମରେ ଗଣଶିକ୍ଷା ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯେଉଁ ସ୍କୁଲ ଏସବୁ ନିର୍ଦ୍ଦେଶ ନ ମାନିବେ ଶିକ୍ଷା ଆଇନ ଅନୁଯାୟୀ ସେମାନଙ୍କ ସିଓଆର ମଧ୍ୟ ସରକାର ରଦ୍ଦ କରିଦେଇପାରିବେ। ଏହିସବୁ ନିୟମକୁ ଠିକ କାର୍ଯ୍ୟକାରୀ କରିବା ପାଇଁ ବହୁଦିନ ଧରି ଓଡ଼ିଶା ଅଭିଭାବକ ମହାସଂଘ ଦାବି କରି ଧାରଣା, ଧର୍ମଘଟ, ଅନଶନ, ଆମରଣ ଅନଶନ ଆଦି କରି ଆସିଛି।
Posted inଆମ ଜିଲା ଖବର, ମେଟ୍ରୋ, ରାଜ୍ୟ View All
କଫ୍ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ
ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…
୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…
ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…
ରାସ୍ତା ପାର୍ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍ର…
ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…
ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…
ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…
ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…
ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…
‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’
ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…
ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ
ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…
ଠିକାଦାରଙ୍କ ବିଲ୍ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍ ଏଇ: ଅଫିସ୍ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ
କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍ ଡିଭିଜନ୍ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…
Archives

