ସ୍ବାବ୍‌ ନମୁନା ସଂଗ୍ରହକୁ ବିରୋଧ: ୩ ଜଣଙ୍କ ନାମରେ ମାମଲା

ବରଗଡ଼ ଅଫିସ,୬ା୭: ପରୀକ୍ଷା ପାଇଁ ସ୍ବାବ୍‌ ନମୁନା ସଂଗ୍ରହକୁ ବିରୋଧ କରିବା ମହଙ୍ଗା ପଡ଼ିଛି। ବରଗଡ଼ ଜିଲା ଅମ୍ବାଭୋନା ଥାନା ଭୁକ୍ତା ଅଞ୍ଚଳରେ ଏଭଳି ଏକ ଘଟଣା ଘଟିଛି। ସୋମବାର ଏ ନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି ଯେ, ଗତ ୩ ତାରିଖରେ ଉର୍ମିଳା ସହରାଙ୍କ ସମେତ ଏକ ସ୍ବାସ୍ଥ୍ୟ ଟିମ୍‌ ଭୁକ୍ତା ଗ୍ରାମର ଗୋପାଳ ପାତିକାର(୫୦)ଙ୍କ ସ୍ବାବ୍‌ ନମୁନା ସଂଗ୍ରହ ପାଇଁ ଯାଇଥିଲେ। ମାତ୍ର ସେତେବେଳେ ଗୋପାଳ ଏବଂ ତାଙ୍କ ସମ୍ପର୍କୀୟ ମାଧ ପାତିକାର(୫୦) ଓ ସୌଦାଗର ପାତିକାର(୩୫) ସ୍ବାବ ନମୁନା ସଂଗ୍ରହକୁ ବିରୋଧ କରିବା ସହିତ ସ୍ବାସ୍ଥ୍ୟଟିମ୍‌କୁ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି। ଏ ନେଇ ଉର୍ମିଳାଙ୍କ ଏତଲାକୁ ଭିତ୍ତି କରି ଉପରୋକ୍ତ ୩ଜଣଙ୍କ ବିରୋଧରେ ଅମ୍ବାଭୋନା ଥାନାରେ ଏକ ମାମଲା ୧୦୩/୨୦ରେ ରୁଜୁ ହୋଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri