ଅଦିନିଆ ରଥଯାତ୍ରାକୁ ବିରୋଧ

ପୁରୀ ଅଫିସ,୧୭।୧୦: ଅଦିନରେ ପୁଣି ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଛି। ଗତ ୧୦ ତାରିଖରେ ଆମେରିକାର ମେରିଲ୍ୟାଣ୍ଡ ଅନ୍ତର୍ଗତ ବାଲ୍ଟିମୋରଠାରେ ଏହି ରଥଯାତ୍ରା ହୋଇଥିଲା। ସେଠାକାର ଇସ୍କନ ପକ୍ଷରୁ ଉକ୍ତ ରଥଯାତ୍ରାକୁ ସୋସିଆଲ ମିଡିିଆରେ ପୋଷ୍ଟ କରାଯାଇଛି। ଏ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଅଦିନିଆ ରଥଯାତ୍ରାକୁ ଚତୁର୍ଦ୍ଧାବିଗ୍ରହଙ୍କ ଲୀଳାସ୍ଥଳ ଶ୍ରୀକ୍ଷେତ୍ରରେ ଘୋର ବିରୋଧ କରାଯାଇଛି। ଇସ୍କନ ବାରମ୍ବାର ଏଭଳି ଆଚରଣ ଦେଖାଇ ବିଧି ପରମ୍ପରାକୁ ବେଖାତିର କରୁଥିବାରୁ ଶ୍ରୀମନ୍ଦିର ସେବାୟତ, ଭକ୍ତ, ବୁଦ୍ଧିଜୀବୀ ସମସ୍ତେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ପୁରୀ ଜିଲା ଯୁବ ଅଧିବକ୍ତା ସଂଘ ପକ୍ଷରୁ ଏହା ବିରୋଧରେ ସିଂହଦ୍ୱାର ଥାନାରେ ଏତଲା ଦିଆଯିବା ସହ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି।
ଆମେରିକାର ଇସ୍କନ ପକ୍ଷରୁ ପୋଷ୍ଟ ହୋଇଥିବା ଭିଡିିଓରେ ଦାରୁ ବିଗ୍ରହମାନଙ୍କୁ ଦାମୀ କାର୍‌ରେ ବସାଇ ରଥଯାତ୍ରା ପାଳନ କରାଯାଉଥିବା ଦେଖିବାକୁ ମିଳିଛି। ବହୁସଂଖ୍ୟକ ଭାରତୀୟ ଓ ଆମେରିକୀୟ ଏଥିରେ ସାମିଲ ହୋଇଥିଲେ। ସମ୍ମୁଖ ଭାଗରେ ଭାରତର ଜାତୀୟପତାକା ଉଡୁଥିବା ଭିଡିିଓରୁ ସ୍ପଷ୍ଟ ଜଣାପଡୁଛି। ତେଣୁ ଏଭଳି ଅସମୟରେ ରଥଯାତ୍ରା ଆୟୋଜନ କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଶକ୍ତ ଆଘାତ ଦେଇଛି ବୋଲି ଅଭିଯୋଗ କରି ସିଂହଦ୍ୱାର ଥାନାରେ ଯୁବ ଅଧିବକ୍ତା ସଂଘର ଆବାହକ ଅନିଲ କୁମାର ସାହୁ ଏତଲା ଦେଇଛନ୍ତି। ଏହି ରଥଯାତ୍ରା ଆୟୋଜନ କରିଥିବା ବ୍ୟକ୍ତିବିଶେଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ଲାଗି ସେ ଅନୁରୋଧ କରିଛନ୍ତି। ଏ ସଂକ୍ରାନ୍ତରେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା କହିଛନ୍ତି, ପରମ୍ପରା ଅନୁଯାୟୀ ଆଷାଢ ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ ରଥଯାତ୍ରା ଅନୁଷ୍ଠିତ ହୋଇଥାଏ। ବିଶ୍ୱବ୍ୟାପୀ କୌଣସି ଜାଗାରେ ଯେପରି ଅସମୟରେ ରଥଯାତ୍ରା ହେବ ନାହିଁ ସେଥିଲାଗି ଗବେଷକ, ବୁଦ୍ଧିଜୀବୀ ପ୍ରମୁଖଙ୍କୁ ନେଇ ଏକ ବୈଠକ ହୋଇଥିଲା। ଏ ସଂକ୍ରାନ୍ତରେ ଆଲୋଚନା ପରେ ବିଭିନ୍ନ ସଙ୍ଗଠନଙ୍କୁ ଅବଗତ କରାଯାଇଥିଲା। ତେଣୁ ପରମ୍ପରା ବିରୋଧୀ କାମ ନ କରିବାକୁ ଉନ୍ନୟନ ପ୍ରଶାସକ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାନା ପାଟେକରଙ୍କ ବିୟୋଗକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ବତନ୍ତ୍ର ବାର୍ତ୍ତା: କହିଲେ,‘ତାଙ୍କର ସ୍ପଷ୍ଟବାଦୀ ଓ ସୁସ୍ପଷ୍ଟ ମତ…’

ନୂଆଦିଲ୍ଲୀ,୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ନାନା ପାଟେକରଙ୍କ ଭଳି ଗଭୀର…

ବଲାଙ୍ଗୀରରେ ଅଖଚକ ବନ୍ଦ: ସାଧାରଣ ଜନଜୀବନ ପ୍ରଭାବିତ

ବଲାଙ୍ଗୀର, ୮।୧୦(ବୀରେନ୍ଦ୍ର କୁମାର ଝାଙ୍କର):ଏମ୍‌ଏମ୍‌ଡିଆର୍‌୍‌, ଏସଆଇଆର୍‌-୨୦୨୬, ପାଠ୍ୟପୁସ୍ତକରେ ଥିବା ତ୍ରୁଟି ଏବଂ ବନ୍ୟା କ୍ଷୟକ୍ଷତି ଭଳି ବିଭିନ୍ନ ପ୍ରସଙ୍ଗକୁ ନେଇ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ…

ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

ଏହି ନେତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଥିଲେ ନାନା ପାଟେକର; ପ୍ରଧାନମନ୍ତ୍ରୀ ପଦକୁ ନେଇ କହିଥିଲେ ଗୁରୁତ୍ୱପୂର୍ଣ୍ଣ କଥା

ମୁମ୍ବାଇ,୮।୧୦: ହିନ୍ଦୀ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ନିଜର ଦୀର୍ଘ ଚଳଚ୍ଚିତ୍ର କ୍ୟାରିୟର ମଧ୍ୟରେ ସେ କେବଳ ନିଜ ଚଳଚ୍ଚିତ୍ର ପାଇଁ…

୨୫ ଏକରର ଫାର୍ମହାଉସ କୋଟି କୋଟି ଟଙ୍କାର ସମ୍ପତ୍ତି: କାହା ପାଇଁ କ’ଣ ଛାଡ଼ିଯାଇଛନ୍ତି ନାନା? ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତ ଶୋକାକୁଳ ହୋଇପଡ଼ିଛି। ଗୁରୁବାର ସକାଳେ (ଅକ୍ଟୋବର ୮) ଗୋଆସ୍ଥିତ ବାସଭବନରେ ୭୫ ବର୍ଷ ବୟସରେ…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ଏହି କ୍ରିକେଟର୍‌ଙ୍କୁ ହୃଦୟରୁ ପସନ୍ଦ କରୁଥିଲେ ନାନା ପାଟେକର: ଆଉଟ୍‌ ହେଲେ ଖାଉ ନ ଥିଲେ…

ମୁମ୍ବାଇ,୮।୧୦: ବଲିଉଡ୍‌ର ଲୋକପ୍ରିୟ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ପରଲୋକରେ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ନାନା ପାଟେକର…

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?