ମାନସିକ ରୋଷଭୋଗ ବନ୍ଦକୁ ବିରୋଧ

ରଘୁନାଥପୁର,୧୯। ୩ (ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ବିଭୂତିକ୍ଷେତ୍ର ପ୍ରଭୁ ଗୋରେଖନାଥଙ୍କ ପୀଠରେ ୨୦୨୨ ଜୁଲାଇ ୧୯ରୁ ଭକ୍ତଙ୍କ ପାଇଁ ଉଦ୍ଦିଷ୍ଟ ମାନସିକ ରୋଷଭୋଗ ତଥା ପ୍ରସାଦ ବ୍ୟବସ୍ଥା ପୀଠ ପ୍ରଶାସନ ପକ୍ଷରୁ ବନ୍ଦ କରିଦିଆଯାଇଛି। ୧୦୦ ବର୍ଷର ଏହି ପରମ୍ପରାକୁ ବନ୍ଦ କରି ଦିଆଯାଇଥିବାରୁ ଭକ୍ତଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ଶନିବାର ୫୦ରୁ ଊର୍ଦ୍ଧ୍ୱ ମହିଳା ଓ ପୁରୁଷ ପୀଠ କାର୍ଯ୍ୟନିର୍ବାହୀ ଅଧିକାରୀ ସୌମ୍ୟରଞ୍ଜନ ପରିଜାଙ୍କୁ ଅଭିଯୋଗପତ୍ର ପ୍ରଦାନ କରିଛନ୍ତି। ଭକ୍ତଙ୍କ ଭାବଧାରା ପ୍ରତି ଦୃଷ୍ଟି ଦିଆ ନ ଗଲେ ଆଗାମୀଦିନରେ ଆନ୍ଦୋଳନ କରାଯିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ପୂଜକ ଦିଲୀପ କୁମାର ପଣ୍ଡା କୁହନ୍ତି, ଦୀର୍ଘଦିନରୁ ରୋଷଭୋଗ ଭଳି ପ୍ରଚଳିତ ପରମ୍ପରାକୁ ବନ୍ଦ କରି ଭକ୍ତଙ୍କ ଭକ୍ତି ଭାବନା ପ୍ରତି କୁଠାରାଘାତ କରାଯାଇଛି। ଏହା ହିନ୍ଦୁଧର୍ମ ପାଇଁ ଆଦୌ ଶୁଭଙ୍କର ନୁହେଁ ବୋଲି ମାନସ ଦାସ କହିଛନ୍ତି। ସେହିପରି ବୁଦ୍ଧିଜୀବୀ ସୁରେଶ ମଲ୍ଲ, ଭକ୍ତବତ୍ସଳ ବେହେରା, ମନୋରଞ୍ଜନ ଜେନା ଓ ସତ୍ୟବ୍ରତ ତ୍ରିପାଠୀ ପ୍ରମୁଖ ଅଧିକାରୀ ପରିଜାଙ୍କଠାରୁ ଏ ସମ୍ପର୍କରେ ସ୍ପଷ୍ଟୀକରଣ ଚାହିଁଥିଲେ। ଏ ପ୍ରସଙ୍ଗରେ ପରିଜା କହିଥିଲେ, ଏହା ତାଙ୍କ କର୍ତ୍ତୃତ୍ୱରୁ ବାହାରେ ଏବଂ ଅଭିଯୋଗପତ୍ର କମିଶନରଙ୍କୁ ପ୍ରଦାନ କରାଯିବ। ପ୍ରଭୁଙ୍କ ଜନ୍ମୋତ୍ସବରେ ହୋଇଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ପେମେଣ୍ଟରେ ୩୦ ହଜାର ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ ହୋଇଥିଲା। ଏଥିସହ ପୀଠ ପୁଷ୍କରଣୀର ପୁନରୁଦ୍ଧାର, ଚପଲ ଷ୍ଟାଣ୍ଡ, ଦର୍ଶନ ସମୟରେ ମହାପ୍ରଭୁଙ୍କ ଫାଟକ ଉନ୍ମୁକ୍ତ ରଖାଯିବା ସହ ବିବାହ ଓ ବ୍ରତ ଆଦିରେ ଲୋକଙ୍କୁ ଘର ଯୋଗାଇଦେବା ପାଇଁ ଅଭିଯୋଗକାରୀ ଦାବି କରିଥିଲେ। ଆସନ୍ତା ଗୁରୁବାର ମଧ୍ୟରେ ସେବକ, ଅଞ୍ଚଳବାସୀଙ୍କ ସହ ପ୍ରସାଦ ବ୍ୟବସ୍ଥା ଓ ଅନ୍ୟାନ୍ୟ ସମସ୍ୟା ସମ୍ପର୍କରେ ଆଲୋଚନା କରି ନିଷ୍ପତ୍ତି ଜଣାଇବାକୁ ପୀଠ ଉପଦେଷ୍ଟା ଦାୟିତ୍ୱରେ ଥିବା ପ୍ରଶାନ୍ତ ଭୂୟାଁ ଓ ସୁଶାନ୍ତ କୁମାର ଦାଶଙ୍କୁ ଅଧିକାରୀ ପରିଜା କହିଥିଲେ। ଅଭିଯୋଗପତ୍ର ପ୍ରଦାନବେଳେ ବିନି ସାମନ୍ତରାୟ, ଅନୁରାଧା ମହାନ୍ତି, କ୍ଷୀରବାଳା ଦାସ, ସୁଲୋଚନା ଦାସ, ସବିତା ଗୁରୁ, ବାସନ୍ତୀ ଦାସ, କଣ୍ଢେଇ ଦାସ, ସବିତା ଦାସଙ୍କ ସହ ଅନ୍ୟ ମହିଳାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri