ସ୍କୁଲ ପଡ଼ିଆରେ ବିଡିଏର ନିର୍ମାଣକୁ ବିରୋଧ

ଭୁବନେଶ୍ୱର, ୧୧।୧(ବ୍ୟୁରୋ): ୟୁନିଟ୍‌-୬ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆକୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ନିଜ କବ୍‌ଜାରେ ରଖି ବେଆଇନ ନିର୍ମାଣ କରୁଛନ୍ତି। ଏଭଳି ଅଭିଯୋଗ ଆଣିଛନ୍ତି ବିଦ୍ୟାଳୟର ପୁରାତନ ଛାତ୍ର ସଂଘ। ଯଦି ବିଡିଏ କର୍ତ୍ତୃପକ୍ଷ ଏଥିରୁ ନିବୃତ୍ତ ନ ରୁହନ୍ତି ତେବେ ଆବଶ୍ୟକ ପଡ଼ିଲେ ଆମେ ଆନ୍ଦୋଳନ କରିବୁ ବୋଲି ସଂଘ ପକ୍ଷରୁ କଡ଼ା ଚେତାବନୀ ଦିଆଯାଇଛି।
ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଛାତ୍ର ସଂଘର ଭାଇସ୍‌ ଚେୟାରମ୍ୟାନ୍‌ ସୂର୍ଯ୍ୟ ନାରାୟଣ ଦାସ କହିନ୍ତି, ବିଦ୍ୟାଳୟ ନାମରେ ପ୍ରାୟ ୮ଏକର ଜାଗା ରହିଛି ଏଥିରୁ ୩ ଏକରରୁ ଅଧିକ ବିଡିଏ ଅକ୍ତିଆର କରିଛି। ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ବିନା ଅନୁମତିରେ ବିଦ୍ୟାଳୟ ଗେଟ୍‌ ତାଲା ଭାଙ୍ଗି ବେଆଇନ ନିର୍ମାଣ ଜାରି ରଖିଛି। ଏହାକୁ ସ୍ଥାନୀୟ ବାସିନ୍ଦା, ବିଦ୍ୟାଳୟ ଅଭିଭାବକ କମିଟି ଓ ପୁରାତନ ଛାତ୍ର ସଂଘ ଘୋର ବିରୋଧ କରୁଛି। ଶହେରୁ ଅଧିକ ସ୍ଥାନୀୟ ବାସିନ୍ଦା ଏକାଠି ହୋଇ ଉକ୍ତ କାର୍ଯ୍ୟକୁ ବିରୋଧ କରି କ୍ୟାପିଟାଲ ଥାନା ଆଇଆଇସି ଓ ବିଡିଏ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ। କିନ୍ତୁ କିଛି ସନ୍ତୋଷଜନକ ଉତ୍ତର ମିଳିପାରୁନି। ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ‘ମୋ ସ୍କୁଲ’ କଥା କହୁଥିବାବେଳେ ବିଡିଏ କର୍ତ୍ତୃପକ୍ଷ ବେଆଇନ କାର୍ଯ୍ୟ କରି ମୁଖ୍ୟମନ୍ତ୍ରୀଙ୍କ ଛବିକୁ ମଳିନ କରିବା ପାଇଁ ଚେଷ୍ଟା କରୁଛନ୍ତି। ‘ମୋ ସ୍କୁଲ’ ଯୋଜନାରେ ସ୍କୁଲର ବିକାଶ ପାଇଁ ପୁରାତନ ଛାତ୍ରମାନେ ଆଗେଇ ଆସୁଥିବାବେଳେ ସରକାରଙ୍କ ଏଭଳି ବେଆଇନ କାର୍ଯ୍ୟ ମନୋବଳକୁ ଦୁର୍ବଳ କରୁଛି। ବିଡିଏ ବିଦ୍ୟାଳୟ ଜାଗାକୁ ଅକ୍ତିଆର କରି ଛାତ୍ରଙ୍କ ଭବିଷ୍ୟତ ସହ ଖେଳୁଛି। ପିଲାଙ୍କର ଖେଳକୁଦ କରିବା ଏକ ଅଧିକାର। ସେଥିରୁ କେହି ବଞ୍ଚତ୍ତ କରିପାରିବେ ନାହିଁ। ପିଲାଙ୍କ ପାଇଁ ଏହି ଲଢ଼େଇ ଜାରି ରହିବ ବୋଲି ସୂର୍ଯ୍ୟ ନାରାୟଣ କହିଛନ୍ତି। ଏ ସମ୍ପର୍କରେ ବିଡିଏ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନି।


Enter your email to get our daily news in your inbox.

All Right Reserved By Dharitri.Com

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri