Posted inଭଦ୍ରକ

ଏୟାରଷ୍ଟ୍ରିପ୍‌ ପାଇଁ ଉଚ୍ଛେଦକୁ ବିରୋଧ

ପଦ୍ମପୁର, ୧୦।୧(ଡି.ଏନ.ଏ.)  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତରେ ହେବାକୁ ଥିବା ଏୟାରଷ୍ଟ୍ରିପ୍‌ ପାଇଁ ପ୍ରଶାସନ ପକ୍ଷରୁ ଅଧିଗ୍ରହଣ କରାଯାଇଥିବା ଜମିରେ ଦଖଲ ଉଚ୍ଛେଦ ଉଦ୍ୟମ ବିଫଳ ହୋଇଛି। ଜନସାଧାରଣଙ୍କ ଦାବି ଆଗରେ ହାର୍‌ ମାନିଛି ପ୍ରଶାସନ। ପୂର୍ବରୁ ଜମି ଅଧିଗ୍ରହଣ ସରିଥିବା ବେଳେ ବିସ୍ଥାପିତ ହୋଇଥିବା ନନ୍ଦପାଟଣା, ଚମ୍ପୁଆଡ଼ିଆ, ବଡ଼ହାବେଳୀସାହିର ପରିବାର ପ୍ରତି ଘରକୁ ୨୫ ଡିସିମିଲ ଜାଗା, ଗୃହ ନିର୍ମାଣ ପାଇଁ ୩ ଲକ୍ଷ ଟଙ୍କା ଓ ପରିବାରର ଜଣଙ୍କୁ ନିଯୁକ୍ତି ଦେବାକୁ ଦାବି କରିଆସୁଥିଲେ। ଦାବି ପୂରଣ ନ ହେଲେ ସେମାନେ ଏୟାରଷ୍ଟ୍ରିପ୍‌ ନିର୍ମାଣ କାର୍ଯ୍ୟକୁ ବିରୋଧ କରିବେ ବୋଲି ଚେତାବନୀ ଦେଇଥିଲେ। ଶନିବାର ପ୍ରଶାସନ ପକ୍ଷରୁ ଉଚ୍ଛେଦ ବେଳେ ସେମାନେ ଏହାକୁ ବିରୋଧ କରିଛନ୍ତି।
ତହସିଲଦାର ଅନିତା ନାୟକ, ଚାନ୍ଦବାଲି ତହସିଲଦାର ସୁଶାନ୍ତ ସୂତାର, ଉପଜିଲାପାଳ ମନୋଜ କୁମାର ପାତ୍ର, ଏସ୍‌ଡିପିଓ ପ୍ରଭାସ ଚନ୍ଦ୍ର ପାଲ, ଥାନାଧିକାରୀ ସୁଶାନ୍ତ କୁମାର ମିଶ୍ର ପ୍ରମୁଖ ଦଖଲ ଉଚ୍ଛେଦ ପାଇଁ ବାଲିମୁଣ୍ଡାଠାରେ ପହଞ୍ଚିଥିଲେ। ସେଠାରେ ଉପସ୍ଥିତ ବିସ୍ଥାପିତ ଓ ଜନସାଧାରଣ ଦାବି ପୂରଣ ନ ହେଲେ ସେମାନେ କାର୍ଯ୍ୟ କରିବାକୁ ଦେବେ ନାହିଁ ବୋଲି କହିବା ସହ ପ୍ରସ୍ତାବିତ ସ୍ଥାନକୁ ଯିବା ରାସ୍ତାରେ ଧାରଣାାରେ ବସିଥିଲେ। ଏନେଇ ଅଧିକାରୀମାନେ ଧାରଣାରତ ଜନସାଧାରଣଙ୍କୁ ବୁଝାଇ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ବିସ୍ଥାପିତମାନେ ସେମାନଙ୍କ ଦାବି ନେଇ ସୋମବାର ଜିଲାପାଳଙ୍କୁ ସାକ୍ଷାତ କରିବେ ବୋଲି ସିଦ୍ଧାନ୍ତ ନେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri