ଛାତ୍ରାବାସ ଉଚ୍ଛେଦକୁ ବିରୋଧ

ବଇଣ୍ଡା,୩୦।୧୧(ଡି.ଏନ.ଏ.)- କିଶୋରନଗର ବ୍ଲକ ବଇଣ୍ଡା ରାମଦେଓ ଉଚ୍ଚ ବିଦ୍ୟାଳୟ ଛାତ୍ରାବାସକୁ ସୋମବାର କିଶୋରନଗର ତହସିଲ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ଏହି ଉଚ୍ଛେଦକୁ ବିଦ୍ୟାଳୟ ପରିଚାଳନା କମିଟି, ବଇଣ୍ଡା ଗ୍ରାମବାସୀ, କିଶୋରଗଞ୍ଜ ପ୍ରାଥମିକ ବିଦ୍ୟାଳୟର ମୋ ସ୍କୁଲ ଅଭିଯାନ କମିଟି ପକ୍ଷରୁ ବିରୋଧ କରାଯାଇଥିଲା। ଜାତୀୟ ରାଜପଥ ସମ୍ପ୍ରସାରଣ କରୁଥିବା ଠିକାସଂସ୍ଥାର କର୍ମଚାରୀ ଜିଲା ପ୍ରଶାସନ ପକ୍ଷରୁ ଏକ ଚିଠି ଆଣି ପ୍ରଧାନଶିକ୍ଷୟିତ୍ରୀଙ୍କୁ ଦେବା ପରେ ଉଚ୍ଛେଦ ପକ୍ରିୟା ଆରମ୍ଭ ହୋଇଥିଲା। ତେବେ ଆବାସରେ ଥିବା ସାମଗ୍ରୀଗୁଡିକ ବାହାର କରିବା ପାଇଁ ସମୟ ଦିଆଯାଇ ନ ଥିବା ଯୋଗୁ ଗ୍ରାମବାସୀ ବିରୋଧ କରିଥିଲେ। କିଶୋରନଗର ତହସିଲଦାର ଶାନ୍ତି ସ୍ବରୂପ ମିଶ୍ର, ବଇଣ୍ଡା ଫାଣ୍ଡି ଅଧିକାରୀ ଅରୁଣ ପଣ୍ଡା, ବଇଣ୍ଡା ରାଜସ୍ବ ଅଧିକାରୀ, କମ୍ପାନୀ ଅଧିକାରୀଙ୍କ ସମେତ ପୋଲିସ କର୍ମଚାରୀ ଉପସ୍ଥିତରେ ଉଚ୍ଛେଦ କରାଯାଇଥିଲା। ଗ୍ରାମବାସୀ କହିଛନ୍ତି, କିଶୋରଗଞ୍ଜ ପ୍ରାଥମିକ ବିଦ୍ୟାଳୟକୁ ବିଦ୍ୟାଳୟ ନିକଟରେ ସ୍ଥାପନ କରିବା ପାଇଁ ଗ୍ରାମବାସୀ ଦାବି କରୁଥିଲେ। ହେଲେ ବଇଣ୍ଡା ଅଞ୍ଚଳର କେତେଜଣ ଲୋକ ଓ ପ୍ରଶାସନିକ ଅଧିକାରୀମାନେ ହାଇସ୍କୁଲ ନିକଟରେ କିଶୋରଗଞ୍ଜ ସ୍କୁଲ ନିର୍ମାଣ ପାଇଁ ଯୋଜନା କରିବା ସହ ଛାତ୍ରାବାସ ଉଚ୍ଛେଦ କରିଛନ୍ତି। କିଶୋରନଗର ତହସିଲଦାର ଶାନ୍ତିସ୍ବରୂପ ମିଶ୍ର କହିଛନ୍ତି, ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଛାତ୍ରାବାସ ଉଚ୍ଛେଦ କରାଯାଇଛି।
ଫଟୋ-ଜେସିବି ମେଶିନ ସହାୟତାରେ ଛାତ୍ରାବାସ ଉଚ୍ଛେଦ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri