ଗୁଣ୍ଡିଚା ମନ୍ଦିର ରତ୍ନସିଂହାସନ ନିଲାମକୁ ବିରୋଧ

ପୁରୀ ଅଫିସ,୧୨।୨: ଶ୍ରୀଗୁଣ୍ଡିଚା ମନ୍ଦିର ରତ୍ନସିଂହାସନ ନିଲାମକୁ ବିରୋଧ କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ନିଲାମରେ ଦେଉଥିବା ଶ୍ରୀଗୁଣ୍ଡିଚା ରତ୍ନସିଂହାସନ ସୁରକ୍ଷିତ ନୁହେଁ ବୋଲି ଅଭିଯୋଗ ଉଠିଛି। ଶ୍ରୀଗୁଣ୍ଡିଚା ମନ୍ଦିର ନିଲାମ ହେବା କାରଣରୁ ରତ୍ନସିଂହାସନ କ୍ରମଶଃ ଅସୁରକ୍ଷିତ ହେବାରେ ଲାଗିଛି। ବର୍ଷ ବର୍ଷ ଧରି ଠାକୁରଙ୍କ ଏହି ଜନ୍ମବେଦିରେ ଅଣବ୍ରାହ୍ମଣ ଏବଂ ଅଣସେବାୟତମାନେ ବସି ଭକ୍ତ ଓ ପର୍ଯ୍ୟଟକଙ୍କୁ ଶୋଷଣ କରୁଛନ୍ତି ବୋଲି ଶ୍ରୀଜଗନ୍ନାଥ ଧାମ ସଂସ୍କୃତି ସୁରକ୍ଷା ସଙ୍ଗଠନ ଅଭିଯୋଗ ଆଣି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଦୃଷ୍ଟି ଆକର୍ଷଣ କରିଛି। ଗୁଣ୍ଡିଚା ମନ୍ଦିର ନିଲାମବେଳେ ରତ୍ନସିଂହାସନକୁ ନିଲାମରୁ ବାଦ୍‌ ଦେବାକୁ ଦାବି କରାଯାଇଛି। ବ୍ରହ୍ମାଙ୍କ ଦ୍ୱାରା ପ୍ରତିଷ୍ଠିତ ଏହି ରତ୍ନସିଂହାସନ ତଳେ କୋଟିଏ ଶାଳଗ୍ରାମ ରହିଛନ୍ତି। ଏଣୁ ଏହାକୁ ଅପବିତ୍ର ନ କରାଯାଇ ନିଲାମ ଶ୍ରେଣୀରୁ ପୃଥକ କରାଯିବା ଉଚିତ୍‌। ପ୍ରଶାସନ ଏ ସଂକ୍ରାନ୍ତରେ ଆବଶ୍ୟକ ପଦକ୍ଷେପ ନ ନେଲେ ସଙ୍ଗଠନ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବ ବୋଲି ଚେତାବନୀ ଦିଆଯାଇଛି। ଅନ୍ୟପକ୍ଷରେ ଶରଧାବାଲି ଏବେ ଅସୁରକ୍ଷିତ। ଏହା ଜଳଖିଆ ଦୋକାନ ଓ ବସ୍‌, ଟ୍ରକ୍‌ ରହଣିର ସ୍ଥାନ ପାଲଟିଛି। ଏ ନେଇ ମଧ୍ୟ ପ୍ରଶାସନ ଦୃଷ୍ଟି ଦେବାକୁ ସଙ୍ଗଠନ ଦାବି କରିଛି। ସଙ୍ଗଠନର ରାଜ୍ୟ ସଭାପତି ବଦ୍ରି ମିଶ୍ର କହିଛନ୍ତି, ପୁରୀ ବଡଦାଣ୍ଡକୁ ଜାତୀୟ ରାଜପଥ ଭାବେ ପ୍ରସ୍ତୁତ କରାଯିବା ବେଳେ ଶରଧାବାଲିକୁ ସଂରକ୍ଷଣ କରାଯାଇଥିଲା। ମାତ୍ର ଏବେ ଏହି ପବିତ୍ର ବାଲି ନିଜର ମହତ୍ତ୍ବ ହରାଉଛି। ଏଣୁ ଏହାର ସଂରକ୍ଷଣ ଲାଗି ପ୍ରଶାସନିକ ଉଦ୍ୟମର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri