ହୋଲ୍ଡିଂ ଟିକସ ବୃଦ୍ଧି ପ୍ରସ୍ତାବକୁ ବିରୋଧ

ବାରିପଦା ଅଫିସ,୧୮।୫ – ମାତ୍ରାଧିକ ହୋଲ୍ଡିଂ ଟିକସ ବୃଦ୍ଧି ପ୍ରସ୍ତାବକୁ ବିରୋଧ କରି ମୟୂରଭଞ୍ଜ ଜିଲା ‘ଆମେ ଟିକସଦାତା ବାରିପଦା ପୌର ପରିଷଦ’ ପକ୍ଷରୁ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ପ୍ରସ୍ତାବକୁ ପ୍ରତ୍ୟାହାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଜଗବନ୍ଧୁ ମିଶ୍ରଙ୍କ ନେତୃତ୍ୱରେ ଶତାଧିକ ଲୋକ ସାମିଲ ହୋଇ ପ୍ରତିବାଦ ଜଣାଇଛନ୍ତି।
ସେମାନେ ଅଭିଯୋଗ କରିଛନ୍ତି ଯେ ଦୁଇବର୍ଷ ଧରି କରୋନାରେ ଜନସାଧାରଣଙ୍କ ଆର୍ଥିକ ମାନଦଣ୍ଡ ଦୋହଲିଯାଇଛି। ଶ୍ରମିକ, କୃଷକ, ବ୍ୟବସାୟୀ, ସାଧାରଣ ପରିବାରର ଲୋକେ ପରିବାର ଭରଣ ପୋଷଣ କରିବା ପାଇଁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ନ ରଖି ସରକାରଙ୍କ ପକ୍ଷରୁ ବାରିପଦା ପୌର ପରିଷଦର ୨୮ ୱାର୍ଡରେ ବସବାସ କରୁଥିବା ଲୋକଙ୍କୁ ହୋଲ୍ଡିଂ ଟିକସ ୧୦ଗୁଣା ବୃଦ୍ଧି କରିବା ନେଇ ପତ୍ର ସଂଖ୍ୟା ୨୭୩୦/ମେ ୫ରେ ନୋଟିସ ମାଧ୍ୟମରେ ଅବଗତ କରାଯାଇଛି। ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ରହିଥିଲେ ମଧ୍ୟ ଏହାକୁ ଗୁରୁତ୍ୱ ଦିଆଯାଉ ନ ଥିବା ଅଭିଯୋଗ କରି ଅସନ୍ତୋଷ ବୃଦ୍ଧି ପାଇଛି। ପ୍ରତି ୱାର୍ଡରେ ଡ୍ରେନେଜ ଓ ପରିମଳ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ସହରବାସୀଙ୍କୁ ପାନୀୟଜଳ, ଆଲୋକୀକରଣ, ସୌନ୍ଦର୍ଯ୍ୟକରଣ ଓ ଗମନାଗମନ ଆଦି ବିକାଶ କ୍ଷେତ୍ରରେ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନାହିଁ। ଏପରିକି ସହର ମଧ୍ୟରେ ଥିବା ମୁଖ୍ୟ ରାସ୍ତାଗୁଡ଼ିକ ଖାଲଖମାରେ ପରିପୂର୍ଣ୍ଣ ହୋଇଛି। ଏ ଦିଗରେ କୌଣସି ପଦକ୍ଷେପ ନିଆ ନ ଯାଇ ଟିକସ ବୃଦ୍ଧି ପ୍ରସ୍ତାବକୁ ନେଇ ସହରବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଟିକସ ବୃଦ୍ଧି କରାଗଲେ ପ୍ରତିବାଦ ସ୍ବରୂପ ସହରବାସୀ ଉଚ୍ଚ ନ୍ୟାୟାଳୟ ଦ୍ୱାରସ୍ଥ ହେବା ସହ ଆନ୍ଦୋଳନକୁ ଜୋରଦାର କରିବେ ବୋଲି ଚେତାବନୀ ଦେଇଛନ୍ତି। ଏନେଇ ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଅନୁରୂପ ଦାବିପତ୍ର ପ୍ରଦାନ କରାଯାଇଛି। କଂଗ୍ରେସ ଟାଉନ ସଭାପତି ଶାନ୍ତନୁ ପାଲ, ରବି ଗୋସ୍ବାମୀ, ହେମନ୍ତ ଦାସ, ପ୍ରଭୁଦାନ ମାରାଣ୍ଡି, ବିଜନ ଦାସ, ରଘୁନାଥ ପଣ୍ଡା, ଅମଲ ଦେ, ଅରବିନ୍ଦ ଦାସ, ବିଶ୍ୱ ବିଜୟୀ ପଣ୍ଡା, କାହ୍ନୁଚରଣ ବେହେରା, ଜ୍ୟୋତି ପ୍ରକାଶ ରଥ, ସୁସ୍ମିତା ଘୋଷାଲ, ଜଗେଶ ଅଗ୍ରୱାଲଙ୍କ ସମେତ ବିଭିନ୍ନ ଦଳର ବରିଷ୍ଠ ନେତୃବୃନ୍ଦ ଓ ଅଞ୍ଚଳବାସୀ ଧାରଣାରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri