ହୋଲ୍ଡିଂ ଟିକସ ବୃଦ୍ଧି ପ୍ରସ୍ତାବକୁ ବିରୋଧ

ବାରିପଦା ଅଫିସ,୧୮।୫ – ମାତ୍ରାଧିକ ହୋଲ୍ଡିଂ ଟିକସ ବୃଦ୍ଧି ପ୍ରସ୍ତାବକୁ ବିରୋଧ କରି ମୟୂରଭଞ୍ଜ ଜିଲା ‘ଆମେ ଟିକସଦାତା ବାରିପଦା ପୌର ପରିଷଦ’ ପକ୍ଷରୁ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ପ୍ରସ୍ତାବକୁ ପ୍ରତ୍ୟାହାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଜଗବନ୍ଧୁ ମିଶ୍ରଙ୍କ ନେତୃତ୍ୱରେ ଶତାଧିକ ଲୋକ ସାମିଲ ହୋଇ ପ୍ରତିବାଦ ଜଣାଇଛନ୍ତି।
ସେମାନେ ଅଭିଯୋଗ କରିଛନ୍ତି ଯେ ଦୁଇବର୍ଷ ଧରି କରୋନାରେ ଜନସାଧାରଣଙ୍କ ଆର୍ଥିକ ମାନଦଣ୍ଡ ଦୋହଲିଯାଇଛି। ଶ୍ରମିକ, କୃଷକ, ବ୍ୟବସାୟୀ, ସାଧାରଣ ପରିବାରର ଲୋକେ ପରିବାର ଭରଣ ପୋଷଣ କରିବା ପାଇଁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ନ ରଖି ସରକାରଙ୍କ ପକ୍ଷରୁ ବାରିପଦା ପୌର ପରିଷଦର ୨୮ ୱାର୍ଡରେ ବସବାସ କରୁଥିବା ଲୋକଙ୍କୁ ହୋଲ୍ଡିଂ ଟିକସ ୧୦ଗୁଣା ବୃଦ୍ଧି କରିବା ନେଇ ପତ୍ର ସଂଖ୍ୟା ୨୭୩୦/ମେ ୫ରେ ନୋଟିସ ମାଧ୍ୟମରେ ଅବଗତ କରାଯାଇଛି। ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ରହିଥିଲେ ମଧ୍ୟ ଏହାକୁ ଗୁରୁତ୍ୱ ଦିଆଯାଉ ନ ଥିବା ଅଭିଯୋଗ କରି ଅସନ୍ତୋଷ ବୃଦ୍ଧି ପାଇଛି। ପ୍ରତି ୱାର୍ଡରେ ଡ୍ରେନେଜ ଓ ପରିମଳ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ସହରବାସୀଙ୍କୁ ପାନୀୟଜଳ, ଆଲୋକୀକରଣ, ସୌନ୍ଦର୍ଯ୍ୟକରଣ ଓ ଗମନାଗମନ ଆଦି ବିକାଶ କ୍ଷେତ୍ରରେ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନାହିଁ। ଏପରିକି ସହର ମଧ୍ୟରେ ଥିବା ମୁଖ୍ୟ ରାସ୍ତାଗୁଡ଼ିକ ଖାଲଖମାରେ ପରିପୂର୍ଣ୍ଣ ହୋଇଛି। ଏ ଦିଗରେ କୌଣସି ପଦକ୍ଷେପ ନିଆ ନ ଯାଇ ଟିକସ ବୃଦ୍ଧି ପ୍ରସ୍ତାବକୁ ନେଇ ସହରବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଟିକସ ବୃଦ୍ଧି କରାଗଲେ ପ୍ରତିବାଦ ସ୍ବରୂପ ସହରବାସୀ ଉଚ୍ଚ ନ୍ୟାୟାଳୟ ଦ୍ୱାରସ୍ଥ ହେବା ସହ ଆନ୍ଦୋଳନକୁ ଜୋରଦାର କରିବେ ବୋଲି ଚେତାବନୀ ଦେଇଛନ୍ତି। ଏନେଇ ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଅନୁରୂପ ଦାବିପତ୍ର ପ୍ରଦାନ କରାଯାଇଛି। କଂଗ୍ରେସ ଟାଉନ ସଭାପତି ଶାନ୍ତନୁ ପାଲ, ରବି ଗୋସ୍ବାମୀ, ହେମନ୍ତ ଦାସ, ପ୍ରଭୁଦାନ ମାରାଣ୍ଡି, ବିଜନ ଦାସ, ରଘୁନାଥ ପଣ୍ଡା, ଅମଲ ଦେ, ଅରବିନ୍ଦ ଦାସ, ବିଶ୍ୱ ବିଜୟୀ ପଣ୍ଡା, କାହ୍ନୁଚରଣ ବେହେରା, ଜ୍ୟୋତି ପ୍ରକାଶ ରଥ, ସୁସ୍ମିତା ଘୋଷାଲ, ଜଗେଶ ଅଗ୍ରୱାଲଙ୍କ ସମେତ ବିଭିନ୍ନ ଦଳର ବରିଷ୍ଠ ନେତୃବୃନ୍ଦ ଓ ଅଞ୍ଚଳବାସୀ ଧାରଣାରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri