କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର ଅନ୍ୟତ୍ର ସ୍ଥାନାନ୍ତର ପାଇଁ ଉଦ୍ୟମ ହେଉଥିବାର ଅଭିଯୋଗ କରି ସୁବର୍ଣ୍ଣପୁର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ନିଆରା ଢଙ୍ଗରେ ଏହାର ପ୍ରତିବାଦ କରାଯାଇଛି । ସଂପୃକ୍ତ ଗ୍ରାମର ବହୁ ସଂଖ୍ୟାରେ ମହିଳା ଓ ପୁରୁଷ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଆଦିବାସୀ ନୃତ୍ୟର ତାଳେ ତାଳେ ବୀରମହାରାଜପୁର ମେଲଣ ପଡିଆ ଠାରୁ ବ୍ଲକ କାର୍ଯ୍ୟାଳୟ ଯାଏ ଏକ ଶୋଭାଯାତ୍ରାରେ ଆସି ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ । ଜିଲା ଆଦିବାସୀ କଲ୍ୟାଣ ସଂଘର ବୀରମହାରାଜପୁର ଶାଖା ସଭାପତି ଯୋଗୀନ୍ଦ୍ର ମିର୍ଦ୍ଧା ଏହାର ନେତୃତ୍ୱ ନେଇଥିଲେ । ଦାବିପତ୍ର ପ୍ରଦାନ ସମୟରେ ସ୍ଥାନୀୟ ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ମଧ୍ୟ ଉପସ୍ଥିତ ଥିଲେ। ଜିଲା ଆଦିବାସୀ କଲ୍ୟାଣ ସଂଘ ବୀରମହାରାଜପୁର ଶାଖା ଉପସଭାନେତ୍ରୀ ବିବିଆନା ସୋରେନ, ସମ୍ପାଦକ ପ୍ରମୋଦ ଭୋଇ, ସହସଂପାଦକ ଯୁଶୋବ ଲାକ୍ରା, କୋଷାଧ୍ୟକ୍ଷ ଦୁଃଖିଶ୍ୟାମ ଭୋଇ ପ୍ରମୁଖଙ୍କ ସମେତ ବହୁ ଆଦିବାସୀ ମହିଳା ଓ ପୁରୁଷ ଏଥିରେ ସାମିଲ ହୋଇଥିଲେ ।

ମିଳିଥିବା ସୂଚନା ଅନୁସାରେ ବହଲପଦର ପଞ୍ଚାୟତର ହୋତାପାଲି ଠାରେ ଏକ କମ୍ୟୁନିଟି ସେଣ୍ଟର୍‌ ନିର୍ମାଣ ପାଇଁ ପ୍ରାୟ ୩୦ ଲକ୍ଷ ଟଙ୍କା ବ୍ୟୟ ଅଟକଳ ରେ ଏହାର ଟେଣ୍ଡର ପ୍ରକ୍ରିୟା ଜାରି ରହିଛି। ତେବେ ଏବେ ଏହାକୁ ଅନ୍ୟ କୌଣସି ପଞ୍ଚାୟତକୁ ସ୍ଥାନାନ୍ତର ପାଇଁ ଉଦ୍ୟମ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସିର ୧୫ ବର୍ଷ ଶାସନର ଘଟିଲା ପତନ: ପଶ୍ଚିମବଙ୍ଗରେ ପ୍ରଥମଥର ପାଇଁ ସରକାର ଗଢ଼ିବ ଭାଜପା

କୋଲକାତା,୪ା୫(ପି.ଟି.):ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ରାଜ୍ୟ ରାଜନୀତିରେ ବଡ଼ ପରିବର୍ତ୍ତନ ଆଣିଛି। ଏଠାରେ ଭାଜପା ବିପୁଳ ବିଜୟ ହାସଲ ସହ ପ୍ରଥମ ଥର ପାଇଁ ରାଜ୍ୟରେ ସରକାର ଗଢ଼ିବାକୁ…

ଆସାମରେ ହ୍ୟାଟ୍ରିକ୍‌ କଲା ଭାଜପା: କଂଗ୍ରେସ ଆଶା ଧୂଳିସାତ୍‌

ଗୁଆହାଟୀ,୪ା୫:ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଆସାମର ୧୨୬ ଆସନ ବିଶିଷ୍ଟ ବିଧାନସଭାରେ ଭାଜପା ନେତୃତ୍ୱରେ ଏନ୍‌ଡିଏ କ୍ରମାଗତ ତୃତୀୟ ଥର ପାଇଁ ବିଜୟୀ ହୋଇ ହ୍ୟାଟ୍ରିକ୍‌ କରିବାକୁ ଯାଉଛି। ମୁଖ୍ୟମନ୍ତ୍ରୀ…

ରସଗୋଲା କାହାର, ଓଡ଼ିଶାର ନା ପଶ୍ଚିମବଙ୍ଗର: ଭାଜପାର ମହାବିଜୟ ପରେ ଖୋଲାଖୋଲି ଧର୍ମେନ୍ଦ୍ର ପ୍ରଧାନ ଦେଲେ ଏମିତି ଜବାବ

କୋଲକାତା,୪।୫: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏଥର ନିର୍ବାଚନ ଫଳାଫଳରେ ଏକ ବଡ଼ ପରିବର୍ତ୍ତନ ଦେଖାଦେଇଛି ଏବଂ ୧୫ ବର୍ଷ ଧରି ଶାସନ କରୁଥିବା…

ଧୋତି-କୁର୍ତ୍ତା ପିନ୍ଧି ଧମାକାଦାର ଏଣ୍ଟ୍ରି କଲେ ପ୍ରଧାନମନ୍ତ୍ରୀ: ଜାଣନ୍ତୁ କ’ଣ ରହିଛି ସ୍ବତନ୍ତ୍ରତା

ନୂଆଦିଲ୍ଲୀ,୪।୫: ପଶ୍ଚିମବଙ୍ଗ, ଆସାମ ଏବଂ ପୁଡୁଚେରୀରେ ଭାଜପାର ଐତିହାସିକ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ଥିବା ଦଳୀୟ ମୁଖ୍ୟାଳୟରେ ସମାବେଶକୁ ସମ୍ବୋଧିତ କରିବାକୁ ପହଞ୍ଚିଥିଲେ।…

୫ ପ୍ରତିଶ୍ରୁତି ପୂରଣ କରିବାକୁ ପଶ୍ଚିମବଙ୍ଗ ଲୋକଙ୍କୁ କଥା ଦେଲେ ପ୍ରଧାନମନ୍ତ୍ରୀ: କହିଲେ ପ୍ରଥମ ବୈଠକରେ ହିଁ କରାଯିବ ଲାଗୁ

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭାଜପା ୨୯୩ ଆସନରୁ ୨୦୪ ଆସନ ଜିତି ଏକ ବିଶାଳ ବିଜୟ ହାସଲ କରିଛି। ଦିଲ୍ଲୀର ଭାଜପା ମୁଖ୍ୟାଳୟରେ ଏକ ବିଜୟ…

ମେସିଙ୍କ ଯୋଗୁ ହାରିଗଲେ ମମତା ଦିଦି! ପରାଜୟ ପରେ ଟିଏମସିକୁ ଟ୍ରୋଲିଂ, ଜାଣନ୍ତୁ କାହିଁକି…

କୋଲକାତା,୪।୫: କିଛି ମାସ ପୂର୍ବରୁ, ଫୁଟବଲ ଆଇକନ ଲିଓନେଲ ମେସି ଭାରତ ଗସ୍ତ କରିଥିଲେ। ସାରା ଦେଶରେ ତାଙ୍କର ଗସ୍ତ ସୁରୁଖୁରୁରେ ଚାଲିଥିବାବେଳେ, କୋଲକାତାରେ ବ୍ୟାପକ ଉତ୍ତେଜନା…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବିଜୟନ୍‌: ସ୍ବାଧୀନତା ପରେ ପ୍ରଥମଥର ପାଇଁ…

ଥିରୁଭାନନ୍ତପୁରମ୍‌,୪।୫: କେରଳମ୍‌ ବିଧାନସଭା ନିର୍ବାଚନର ଫଳାଫଳ ଆସିଛି, ଯଦିଓ ବର୍ତ୍ତମାନ ଅନେକ ନିର୍ବାଚନମଣ୍ଡଳୀରେ ଭୋଟ ଗଣତି ଚାଲିଛି। ଧାରା ଅନୁସାରେ, ବାମପନ୍ଥୀମାନେ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ…

ବହୁ ସଂଖ୍ୟାରେ କର୍ମୀମାନେ ଏକଜୁଟ ହୋଇ ମନାଇଲେ ବିଜୟ ଉତ୍ସବ: ପରସ୍ପରକୁ ମିଠା ଖୁଆଇ…

ହାଟଡିହୀ,୪l୫(ଶୁଭକାନ୍ତ ନାୟକ): ପଶ୍ଚିମବଙ୍ଗରେ ଭାଜପାର ବାଜିମାତକୁ ନେଇ କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀଠାରେ ସୋମବାର ସନ୍ଧ୍ୟାରେ ଭାଜପା ବିଜୟ ଉତ୍ସବ ପାଳନ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri