ଚିଠା ସଂରକ୍ଷଣ ତାଲିକାକୁ ବିରୋଧ

କାମାକ୍ଷାନଗର, ୪ ।୨(ଡି.ଏନ୍‌.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରକାଶିତ ଚିଠା ସଂରକ୍ଷଣ ତାଲିକାରେ ପକ୍ଷପାତିତା କରାଯାଇଥିବା ଅଭିଯୋଗ ଆଣିଛି ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ମିଳିତ ଆଦିବାସୀ ସଂଘ। ଏହାର ପ୍ରତିବାଦରେ ସୋମବାର ସଂଘର ଶତାଧିକ ମହିଳାପୁରୁଷ କାମାକ୍ଷାନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ପ୍ରତିବାଦ କରିଛନ୍ତି। ଏଥିସହ ରାଜ୍ୟ ନିର୍ବାଚନ କମିଶନଙ୍କ ଉଦ୍ଦେଶ୍ୟରେ ଉପଜିଲାପାଳଙ୍କ ଅନୁପସ୍ଥିତିରେ ବିଡିଓ ବିକାଶ କୁମାର ମହାନ୍ତିଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।
ଅଭିଯୋଗ ଅନୁଯାୟୀ, ଗତ ଡିସେମ୍ବର ୨୭ରେ ଜିଲା ପ୍ରଶାସନ ପକ୍ଷରୁ ଚିଠା ସଂରକ୍ଷଣ ତାଲିକା ପ୍ରକାଶ ପାଇଥିଲା। ଏଥିରେ କଙ୍କଡ଼ାହାଡ଼ ସଦର ପଞ୍ଚାୟତର ସରପଞ୍ଚ ପଦବୀ ସାଧାରଣ ବର୍ଗ ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି। ଆଦିବାସୀବହୁଳ ଏହି ପଞ୍ଚାୟତରେ ସରପଞ୍ଚ ପଦବୀକୁ ସାଧାରଣବର୍ଗ ମହିଳାଙ୍କ ଲାଗି ଉଦ୍ଦିଷ୍ଟ ରଖାଯିବାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହାର ପ୍ରତିବାଦରେ ପଞ୍ଚାୟତର ଶତାଧିକ ଆଦିବାସୀ କାମାକ୍ଷାନଗର ସାରଙ୍ଗଧର ଷ୍ଟାଡିୟମରୁ ଏକ ଶୋଭାଯାତ୍ରାରେ ବାହାରି ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହାର ବିଚାର କରା ନ ଗଲେ ଭୋଟ ବର୍ଜନ କରାଯିବ ବୋଲି ସଂଘ ସଭାପତି ଲାଲ୍‌ମୋହନ ମୁର୍ମୁ, ସମ୍ପାଦକ ପ୍ରତାପ ଚନ୍ଦ୍ର ମାରାଣ୍ଡି ପ୍ରମୁଖ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri