ୟୁନିଫାଏକ ଅଟୋମେସନ ସିଷ୍ଟମକୁ ବିରୋଧ: ପୁଣି ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ଦାରିଙ୍ଗବାଡି, ୬।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ତଥା ନୂତନ ପେନସନ ଯୋଜନା ଭୁକ୍ତ ଶିକ୍ଷକ ସଂଘ ପକ୍ଷରୁ ମଙ୍ଗଳବାର ୟୁନିଫାଏଡ଼ ଅଟୋମେସନ ସିଷ୍ଟମ(ୟଏଏସ)କୁ ବିରୋଧ କରି ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସ୍କୁଲ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ବିଭାଗୀୟ ସଚିବଙ୍କୁ ଚିଠି ଲେଖିଛନ୍ତି। ସେମାନଙ୍କ ଦାବି ଆବଶ୍ୟକୀୟ ଭିଭିଭୂମି ନ ଥାଇ ବିଦ୍ୟାଳୟ ସ୍ତରରେ ନୂତନ ଭାବେ ତରବରିଆ ହୋଇ ୟୁନିଫାଏଡ଼ ଅଟୋମେସନ ସିଷ୍ଟମ ଲାଗୁ କରାଯାଇଥିବା ବ୍ୟବସ୍ଥାକୁ ତୀବ୍ର ବିରୋଧ କରିବା ସହ ଶୀଘ୍ର ପ୍ରତ୍ୟାହାର ନିମନ୍ତେ ଦାବି ଜଣାଇଛନ୍ତି। ସେମାନଙ୍କ ଦାବି ପତ୍ରରେ ଉଲ୍ହେଖ କରିଛନ୍ତି, ଏହି ବ୍ୟବସ୍ଥା ଲାଗୁ କରିବା ପୂର୍ବରୁ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମସ୍ତ ଶିକ୍ଷୟିତ୍ରୀଶିକ୍ଷକମାନଙ୍କୁ ମୋବାଇଲ ପ୍ରଦାନ କରିବା ସହ ମୋବାଇଲ ଡାଟା ପାଇଁ ଆବଶ୍ୟକୀୟ ଅନୁଦାନ ପ୍ରଦାନ ବ୍ୟବସ୍ଥା କରାଯାଉ। ଏଥି ସହ
କନ୍ଧମାଳ ଜିଲାର ସମସ୍ତ ଅଞ୍ଚଳରେ ନେଟୱାର୍କର ସୁବିଧା ନାହିଁ, ଯାହା ଫଳରେ ଏହା କାର୍ଯ୍ୟକାରୀ କରିବା ଏକ କଷ୍ଟସାଧ ବ୍ୟପାର ବୋଲି ଜଣାଇବା ସହ ନେଟ ୱାର୍କର ସୁବନ୍ଦୋବସ୍ତ ହେବା ଅତ୍ୟନ୍ତ ଜରୁରୀ ବୋଲି ଦାବି କରାଯାଇଛି।

ସେହିପରି ବିଦ୍ୟାଳୟରେ ଆବଶ୍ୟକୀୟ ପରିମାଣର ଶିକ୍ଷୟତ୍ରୀ ଶିକ୍ଷକ ଅଭାବ ସହ ପ୍ରତିମାସରେ ଶିକ୍ଷକ ଅବସର ଫଳରେ ବହୁ ସଂଖ୍ୟାରେ ଶିକ୍ଷକ ପଦବୀ ଖାଲି ହୋଇଛି। ଅଳ୍ପ ଶିକ୍ଷୟତ୍ରୀ ଶିକ୍ଷକରେ ବହୁତ କାର୍ଯ୍ୟ ସମ୍ପାଦନ କରିବା କଷ୍ଟସାଧ୍ୟ ହୋଇଛି। ଏଥିସହ ଏକାଧିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଅଭାବରୁ ଶିକ୍ଷକମାନେ ପ୍ରଧାନଶିକ୍ଷକ କାର୍ଯ୍ୟ ତୁଲାଇ ଶିକ୍ଷା ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ କରିବା ଏକ କଷ୍ଟକର ବ୍ୟପାର ହୋଇଛି। ଏଣୁ ସମସ୍ତ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ପଦବି ପୁରଣ ସହ ଆବଶ୍ୟକୀୟ ଶିକ୍ଷୟତ୍ରୀ ଶିକ୍ଷକ ଯୋଗାଇବା ଅତ୍ୟନ୍ତ ଜରୁରୀ ବୋଲି ଉଲ୍ଲେଖ କରିଛନ୍ତି।

ସେହିପରି ବର୍ତ୍ତମାନ ଶିଶୁ ବାଟିକା ଲାଗୁ ହେବା ଦ୍ବାରା ସେମାନଙ୍କୁ ପଢ଼ାଇବା ପାଇଁ ଯଥେଷ୍ଟ ଶ୍ରେଣୀ ପ୍ରକୋଷ୍ଠର ଅଭାବ ସହ ଶିକ୍ଷକ ଅଭାବ ଏକ ଚିନ୍ତା ଜନକ ସ୍ଥିତି ଯାହର ଆଶୁ ସମାଧାନ ପାଇଁ ଦାବି କରିଛନ୍ତି। ତେଣୁ ଏହି ସବୁ ସମସ୍ୟାର ସମାଧାନ କରିବା ପରେ ନୂତନ ବ୍ୟବସ୍ଥା ପ୍ରତି ସରକାର ପଦକ୍ଷେପ ନେବାକୁ ଦାବି ହୋଇଛି। ବ୍ଲକର ପ୍ରାଥମିକ ଶିକ୍ଷକ ସଙ୍ଘ ପକ୍ଷରୁ ଦାରିଙ୍ଗବାଡି ବିଇଓଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିବା ସଙ୍ଘ ପକ୍ଷରୁ କୁହାଯାଇଛି। ଦାବିପତ୍ର ପ୍ରଦାନ ସମୟରେ ସଙ୍ଘର ସଭାପତି କୈଳାଶ ପ୍ରଧାନ, କାର୍ଯ୍ୟକାରୀ ସଭାପତି ନବୀନ ସାହୁଙ୍କ ସମେତ ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri