ଅଦିନିଆ ରଥଯାତ୍ରାକୁ ବିରୋଧ

ପୁରୀ,୧୭ା୬(ଅଜିତ୍‌ ମହାନ୍ତି) ଅଦିନିଆ ରଥଯାତ୍ରାକୁ ନେଇ ପୁଣି ବିବାଦ ସୃଷ୍ଟି ହୋଇଛି। ମଧ୍ୟପ୍ରଦେଶର ଗ୍ବାଲିୟରଠାରେ ଚଳିତ ମାସ ୨୪ତାରିଖରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ହେବ ବୋଲି ସୋସିଆଲ ମିଡିଆରେ ଖବର ଘୂରିବୁଲୁଛି। ଏହି ଅଦିନିଆ ରଥଯାତ୍ରାକୁ ଓଡ଼ିଶାର ଜଗନ୍ନାଥପ୍ରେମୀ ଓ ଶ୍ରୀମନ୍ଦିର ସେବାୟତଙ୍କ ସମେତ ପରିଚାଳନା କମିଟି ସଦସ୍ୟ ତୀବ୍ର ବିରୋଧ କରିଛନ୍ତି। ପରମ୍ପରା ଅନୁଯାୟୀ, ପ୍ରତ୍ୟେକ ବର୍ଷ ଆଷାଢ଼ ମାସ ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ କେବଳ ପୁରୀ ନୁହେଁ ଦେଶ ବିଦେଶରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଥାଏ। ତେବେ ଅନେକ ଥର ଦେଖିବାକୁ ମିଳିଛି ଯେ, ବାହାର ରାଜ୍ୟର କେତେକ ସଙ୍ଗଠନ ଉକ୍ତ ତିଥି ପରିବର୍ତ୍ତେ ମନଇଚ୍ଛା ସମୟରେ ରଥଯାତ୍ରା କରୁଛନ୍ତି। ଏହା ପରମ୍ପରା ବିରୋଧୀ। ପରମ୍ପରା ଅନୁଯାୟୀ, ଚଳିତ ମାସ ୨୦ ତାରିଖ ଆଷାଢ ଶୁକ୍ଳ ଦ୍ୱିତୀୟାରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହେବ। ତେବେ ଏହି ପରମ୍ପରାକୁ ଉଲ୍ଲଘଂନ କରାଯାଇ ଗ୍ବାଲିୟରଠାରେ ୨୪ ତାରିଖରେ ରଥଯାତ୍ରା କରାଯିବାକୁ ସ୍ଥିର କରାଯାଇଛି। ପୂର୍ବରୁ ୧୮ ତାରିଖରେ ରଥଯାତ୍ରା ହେବାକୁ ଥିଲା, ତେବେ କିଛି ଅସୁବିଧା କାରଣରୁ ୨୪ ତାରିଖରେ ରଥଯାତ୍ରା ହେବାକୁ ଥିବା ଗ୍ବାଲିୟର ଇସ୍କନ ସେଣ୍ଟର ପକ୍ଷରୁ ମହେନ୍ଦ୍ର ପ୍ରଭୁଜୀ ନାମକ ଅଧିକାରୀ ସୋସିଆଲ ମିଡିଆରେ ସୂଚନା ଦେଉଥିବା ଦେଖିବାକୁ ମିଳିଛି। ଚଳିତ ବର୍ଷ ରଥର ଉଚ୍ଚତା ୨୪ ଫୁଟ, ଲମ୍ବ ୧୭ ଫୁଟ ଏବଂ ଚଉଡା ୧୦ ଫୁଟ ରହିଛି। ରଥ ନିର୍ମାଣରେ ୬ ଲକ୍ଷ ଟଙ୍କା ପ୍ରାୟ ଖର୍ଚ୍ଚ ହୋଇଛି। ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ରଥଯାତ୍ରାରେ ସାମିଲ ହେବା ସହ ଦାନ ଦେବାକୁ ଇସ୍କନ ପକ୍ଷରୁ ଅନୁରୋଧ କରାଯାଇଛି। ଅନ୍ୟପକ୍ଷରେ ପୂର୍ବରୁ ମଧ୍ୟ ଇସ୍କନ ପକ୍ଷରୁ ଅଦିନରେ ରଥଯାତ୍ରା କରାଯାଇଥିବାର ନଜିର ରହିଛି। ଏ ନେଇ ଶ୍ରୀମନ୍ଦିର ପ୍ରଶାସନଠାରୁ ଆରମ୍ଭକରି ଜଗନ୍ନାଥପ୍ରେମୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ମାଧବ ମହାପାତ୍ର କହିଛନ୍ତି, ପୂର୍ବରୁ ଶ୍ରୀମନ୍ଦିର ପରିଚାଳନା ବୈଠକରେ ଗଜପତି ମହାରାଜାଙ୍କ ଉପସ୍ଥିତିରେ ଇସ୍କନ କର୍ମକର୍ତ୍ତାମାନଙ୍କୁ ଡକାଯାଇ ଆଲୋଚନା କରାଯିବା ପରେ ମଧ୍ୟ ଅଦିନିଆ ରଥଯାତ୍ରା ଆୟୋଜନ କରୁଛନ୍ତି। ଏହା ଅତି ଦୁଃଖ ଓ କ୍ଷୋଭର ବିଷୟ। ଏହାଦ୍ୱାରା ଆମ ସଂସ୍କୃତି, ପରମ୍ପରା ନଷ୍ଟ ହେଉଛି। ଇସ୍କନପ୍ରେମୀ ସ୍କନ୍ଦ ପୁରାଣକୁ ଅନୁସରଣ କରନ୍ତୁ। ଅଦିନିଆ ରଥଯାତ୍ରାରୁ ଇସ୍କନ କର୍ତ୍ତୃପକ୍ଷ ବିରତ ରହନ୍ତୁ। ନଚେତ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏପରିକି ଇସ୍କନ ଭକ୍ତଙ୍କୁ ପୁରୀରେ ପ୍ରବେଶ କରିବା ପାଇଁ ଅନୁମତି ଦିଆଯିବ ନାହିଁ। ସେ ଏନେଇ ଗଜପତି ମହାରାଜା ଏବଂ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ଆଲୋଚନା କରିବେ ବୋଲି ମହାପାତ୍ର କହିଛନ୍ତି। ସେହିପରି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ କହିଛନ୍ତି, ଏ ବିଷୟ ତାଙ୍କ ନଜରକୁ ଆସିନାହିଁ। ତାଙ୍କ ଦୃଷ୍ଟିକୁ ଆସିଲେ ଆଲୋଚନା କରାଯାଇ ଯାହାକିଛି ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri