Posted inଜାତୀୟ

ବିରୋଧୀ ଏକତା ଲକ୍ଷ୍ୟ

ପାଟନା,୧୧ା୮: ମହାମେଣ୍ଟ ସମର୍ଥନରେ ପୁନର୍ବାର କ୍ଷମତାସୀନ ହୋଇଥିବା ସଂଯୁକ୍ତ ଜନତା ଦଳ (ଜେଡିୟୁ) ନେତା ନୀତୀଶ କୁମାର ବୁଧବାର ଅଷ୍ଟମ ଥର ବିହାର ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଛନ୍ତି। ତାଙ୍କ ସହ ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି) ନେତା ତେଜସ୍ବୀ ଯାଦବ ଦ୍ୱିତୀୟ ଥର ପାଇଁ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ପାଟନା ସ୍ଥିତ ରାଜଭବନରେ ରାଜ୍ୟପାଳ ଫାଗୁ ଚୌହାନ ଏକ ନିରାଡମ୍ବର ଉତ୍ସବରେ ଉଭୟଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଅବସରରେ ନୀତୀଶ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିବା ସହ ୨୦୨୪ ସାଧାରଣ ନିର୍ବାଚନରେ ବିରୋଧୀ ଦଳଗୁଡ଼ିକୁ ଏକଜୁଟ୍‌ କରିବା ତାଙ୍କ ଲକ୍ଷ୍ୟ ବୋଲି ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି।
କୁମାର ମଙ୍ଗଳବାର ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ଛାଡ଼ି ପୁରୁଣା ସହଯୋଗୀ ଲାଲୁ ପ୍ରସାଦ ଯାଦବଙ୍କ ଆର୍‌ଜେଡି ହାତ ଧରିଥିଲେ। ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ସହ ମହାମେଣ୍ଟ ସମର୍ଥନରେ କ୍ଷମତାରେ ରହିବାକୁ ପସନ୍ଦ କଲେ। ବୁଧବାର ଶପଥ ନେବା ପରେ ନୀତୀଶ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଜେଡିୟୁ ନେତା କହିଛନ୍ତି, ଭାଜପାକୁ ଛାଡ଼ିବା ନିଷ୍ପତ୍ତି ଜେଡିୟୁ ନେଇଛି। ମୁଁ ୨୦୨୪ ପର୍ଯ୍ୟନ୍ତ ଥିବି କି ନାହିଁ କହିହେବ ନାହିଁ। କିନ୍ତୁ ସେମାନେ ଯାହା ଚାହୁଁଛନ୍ତି ତାହା କହିପାରିବେ। ଯେଉଁମାନେ ୨୦୧୪ରେ କ୍ଷମତାକୁ ଆସିଥିଲେ, ସେମାନେ ୨୦୨୪ରେ ବିଜୟୀ ହେବେ କି? ୨୦୨୪ ପାଇଁ ସବୁ ବିରୋଧୀ ଦଳ ଏକାଠି ହୁଅନ୍ତୁ। ମୁଁ ପ୍ରଧାନମନ୍ତ୍ରୀ ପଦ ପାଇଁ ଦାବିଦାର ନୁହେଁ ବୋଲି ନୀତୀଶ ସ୍ପଷ୍ଟ କରିଛନ୍ତି।

ସେ ଆହୁରି କହିଛନ୍ତି, ଭାଜପାକୁ କେନ୍ଦ୍ରରୁ କ୍ଷମତାଚ୍ୟୁତ କରିବା ପାଇଁ ବିରୋଧୀ ଏକତାକୁ ମଜଭୁତ କରିବା ହେଉଛି ତାଙ୍କ ଲକ୍ଷ୍ୟ।
ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ତୁଳନାରେ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କିପରି ଦେଖନ୍ତି ବୋଲି ଖବରଦାତାମାନେ ପ୍ରଶ୍ନ କରିବାରୁ ୭୧ ବର୍ଷୀୟ ନୀତୀଶ କହିଥିଲେ, ଆପଣମାନେ କିପରି ତୁଳନା କରୁଛନ୍ତି? ଜର୍ଜ ଫର୍ନାଣ୍ଡିଜ୍‌ଙ୍କ ନେତୃତ୍ୱରେ ଆମେ ଏନ୍‌ଡିଏରେ ସାମିଲ ହେବା ପରେ ଅଟଳଜୀଙ୍କଠାରୁ ଅନେକ ସ୍ନେହ ମିଳିଛି। ତାଙ୍କୁ କେବେହେଲେ ଭୁଲିହେବ ନାହିଁ। ୨୦୨୦ ବିଧାନସଭା ନିର୍ବାଚନରେ ସଂଯୁକ୍ତ ଜନତା ଦଳର ବିଜୟ ସମ୍ଭାବନାକୁ ସହଯୋଗୀ ଭାଜପା ଦୁର୍ବଳ କରିଦେଇଥିଲା। କିନ୍ତୁ ୨୦୧୫ରେ ଆର୍‌ଜେଡି ସହ ଜେଡିୟୁ ମେଣ୍ଟ କରି ଲଢ଼ିଥିବାବେଳେ କିପରି ସଫଳତା ମିଳିଥିଲା ତାହା ସମସ୍ତେ ଜାଣନ୍ତି। ସିପିଆଇଏମ୍‌ଏଲ୍‌, ସିପିଆଇ ଏବଂ ସିପିଆଇଏମ୍‌ ନୂଆ ସରକାରଙ୍କୁ ବାହାରୁ ସମର୍ଥନ ଦେବା ପାଇଁ ଆଗ୍ରହ ପ୍ରକାଶ କରିଥିବା ନୀତୀଶ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ୨୦୨୪ ଲୋକ ସଭା ନିର୍ବାଚନର ବର୍ଷକ ପରେ ଅର୍ଥାତ୍‌ ୨୦୨୫ରେ ବିହାରରେ ବିଧାନସଭା ନିର୍ବାଚନ ହେବ। ସାଧାରଣ ନିର୍ବାଚନରେ ନୀତୀଶ ମୋଦିଙ୍କ ପ୍ରତିଦ୍ୱନ୍ଦ୍ୱୀ ହୋଇପାରନ୍ତି ବୋଲି ଆକଳନ କରାଯାଉଥିବାବେଳେ ତାଙ୍କର ଏହି ନାସ୍ତିବାଣୀ ବିଶ୍ଳେଷକଙ୍କୁ ବିସ୍ମିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri