Posted inଜାତୀୟ

ପ୍ରଧାନମନ୍ତ୍ରୀ ପଦ ଲୋଭରେ ବିରୋଧୀ ହୋଇଛନ୍ତି ଏକଜୁଟ: ବିଆରଏସ ନେତା…

ହାଇଦ୍ରାବାଦ,୨୬।୬ : ଜୁନ ୨୩ ରେ, ବିହାରର ରାଜଧାନୀ ପାଟନାରେ ବିରୋଧୀ ଦଳର ଏକ ବୈଠକ ଅନୁଷ୍ଠିତ ହୋଇଥିଲା ଯେଉଁଥିରେ ୨୦୨୪ ଲୋକସଭା ନିର୍ବାଚନରେ ଭାଜପା ବିରୋଧରେ ଏକଜୁଟ ହୋଇ ଲଢ଼ିବାକୁ ଆଲୋଚନା ହୋଇଥିଲା। ତେବେ ବର୍ତ୍ତମାନ ଭାରତ ରାଷ୍ଟ୍ର ସମିତି (ବିଆରଏସ) ବିରୋଧୀ ଏକତା ଉପରେ ଗୁରୁତର ପ୍ରଶ୍ନ ଉଠାଇଛି। ବିଆରଏସର କାର୍ଯ୍ୟରତ ସଭାପତି ତଥା ତେଲେଙ୍ଗାନା ସରକାରରେ ମନ୍ତ୍ରୀ କେ.ଟି ରାମା ରାଓ ପରୋକ୍ଷରେ କହିଛନ୍ତି ବିରୋଧୀ ଦଳ ପ୍ରଧାନମନ୍ତ୍ରୀ ପଦ ପାଇଁ ଲୋଭରେ ଏକାଠି ହେଉଛନ୍ତି।

ଏକ ସାକ୍ଷାତକାର ସମୟରେ କେ.ଟି ରାମା ରାଓ ବିରୋଧୀ ଏକତାକୁ ନେଇ କହିଛନ୍ତି ରାଜନୈତିକ ଲଢ଼େଇ ନୀତି ଆଧାରରେ ହେବା ଉଚିତ। ଦୁର୍ଭାଗ୍ୟବଶତଃ ଆମେ ଏଥିରୁ ଦୂରେଇ ଯାଇଛୁ । ଆମେ ଦେଖୁଛୁ କାହାକୁ ଭୟ କରି ଏବଂ ତାଙ୍କୁ ପଦରୁ ହଟାଇ ଅନ୍ୟକୁ ତାଙ୍କ ସ୍ଥାନରେ ବସାଇବା ପାଇଁ ଏପରି କରାଯାଉଛି। କିନ୍ତୁ ଏହା ଏଜେଣ୍ଡା ହେବା ଉଚିତ ନୁହେଁ। ଦେଶର ମୌଳିକ ପ୍ରାଥମିକତା ଏବଂ ଲୋକଙ୍କ କଲ୍ୟାଣ ଉପରେ ଆଧାର କରି ଏଜେଣ୍ଡା ହେବା ଉଚିତ।

ବିଆରଏସ ନେତା କହିଛନ୍ତି କାହା ବିରୁଦ୍ଧରେ ନୁହେଁ ଏକ କାରଣ ପାଇଁ ଏକାଠି ହେବା ଜରୁରୀ। କିନ୍ତୁ ସେହି କାରଣଟି କ‘ଣ ତାହା ବିଷୟରେ କେହି ଜାଣନ୍ତି ନାହିଁ। ପାଟନାରେ ଅନୁଷ୍ଠିତ ବିରୋଧୀ ବୈଠକରୁ ବିଆରଏସ ଦୂରତା ବଜାୟ ରଖିଛି। ବିଆରଏସ ମୁଖ୍ୟ କେ ଚନ୍ଦ୍ରଶେଖର ରାଓ ଭାଜପା ଏବଂ କଂଗ୍ରେସଠାରୁ ଅଲଗା ତୃତୀୟ ସାମୁଖ୍ୟ ଗଠନ କରିବାକୁ ଚେଷ୍ଟା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri