Posted inଜାତୀୟ

ଲୋକସଭାରେ ବାଚସ୍ପତିଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ କାଟ୍; ଗୃହରେ ପ୍ରବଳ ହଟ୍ଟଗୋଳ

ନୂଆଦିଲ୍ଲୀ,୧୧ା୩: ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ବିରୋଧୀ ଦଳ ପକ୍ଷରୁ ଆଗତ ଅନାସ୍ଥା ପ୍ରସ୍ତାବ ଖାରଜ ହୋଇଯାଇଛି। ପ୍ରବଳ ହଟ୍ଟଗୋଳ ଓ ନାରାବାଜି ମଧ୍ୟରେ ବାଚନିକ ଭୋଟ୍ ଜରିଆରେ ଏହି ପ୍ରସ୍ତାବକୁ ଖାରଜ କରାଯାଇଛି। ସଂଖ୍ୟା ଦୃଷ୍ଟିରୁ ଏନଡିଏ ପକ୍ଷ ଶକ୍ତିଶାଳୀ ଥିବାରୁ ଏହି ପ୍ରସ୍ତାବ କାଟ୍ ହେବା ପୂର୍ବରୁ ଅନୁମାନ କରାଯାଉଥିଲା।

ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ବେଳେ ଗୃହମନ୍ତ୍ରୀ ଅମିତ ଶାହ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ତୀବ୍ର ସମାଲୋଚନା କରିଥିଲେ। ରାହୁଲଙ୍କ ପୂର୍ବର ଆଚରଣ (ଆଖି ମାରିବା ଓ ପ୍ରଧାନମନ୍ତ୍ରୀଙ୍କୁ ଆଲିଙ୍ଗନ କରିବା) କୁ ନେଇ ଶାହ ଦେଇଥିବା ବକ୍ତବ୍ୟକୁ ବିରୋଧୀ ଦଳ “ଅସଂସଦୀୟ” ବୋଲି ଦର୍ଶାଇଛନ୍ତି।

ଗୃହମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ କଂଗ୍ରେସ ଓ ଅନ୍ୟ ବିରୋଧୀ ଦଳର ସଦସ୍ୟମାନେ “କ୍ଷମା ମାଗ” ସ୍ଲୋଗାନ ଦେଇ ଗୃହ ମଧ୍ୟଭାଗକୁ ଚାଲିଆସିଥିଲେ। ହଟ୍ଟଗୋଳ ମଧ୍ୟରେ ଶାହ କହିଥିଲେ ଯେ, ଯଦି ତାଙ୍କର କୌଣସି ଶବ୍ଦ ସଂସଦୀୟ ମର୍ଯ୍ୟାଦା ବିରୋଧୀ, ତେବେ ବାଚସ୍ପତି ତାହାକୁ ଗୃହ କାର୍ଯ୍ୟବିବରଣୀରୁ ହଟାଇ ପାରିବେ।

ସୂଚନାଯୋଗ୍ୟ ଯେ, ବାଚସ୍ପତିଙ୍କୁ ହଟାଇବା ପାଇଁ ଅତିକମରେ ୨୭୨ ସାଂସଦଙ୍କ ସମର୍ଥନ ଆବଶ୍ୟକ ଥିବାବେଳେ ବିରୋଧୀଙ୍କ ପାଖରେ ମାତ୍ର ୨୩୮ ସାଂସଦ ରହିଛନ୍ତି। ଅନ୍ୟପଟେ ଭାଜପା ନେତୃତ୍ୱାଧୀନ ଏନଡିଏ ପାଖରେ ୨୯୩ ସାଂସଦଙ୍କ ସମର୍ଥନ ରହିଥିବାରୁ ଓମ ବିର୍ଲା ବାଚସ୍ପତି ପଦରେ ବଜାୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?