‘ରାଜ୍ୟରେ ଦଳିତ ବର୍ଗ ନ୍ୟାୟରୁ ବଞ୍ଚିତ’

ଅନୁଗୋଳ ଅଫିସ, ୧୯।୯:ରାଜ୍ୟରେ ଅନୁସୂଚିତ ବର୍ଗ ନ୍ୟାୟ ପାଇବାରୁ ବଞ୍ଚତ୍ତ ହୋଇ ରହିଛନ୍ତି। ସେମାନଙ୍କ ବିକାଶ ଲାଗି ଆସୁଥିବା କେନ୍ଦ୍ରୀୟ ଅନୁଦାନ ହଡ଼ପ କରାଯାଉଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବର୍ଷକୁ ଅନ୍ୟୁନ ୩ ଥର ଆଡଭାଇଜରି କମିଟି ବୈଠକ ଅନୁଷ୍ଠିତ ହେବା ନିୟମ ଥିଲେ ମଧ୍ୟ ଥରୁଟିଏ ମଧ୍ୟ ବସୁନାହିଁ। ଅନୁସୂଚିତ ବର୍ଗ ପ୍ରତି ଆକ୍ରମଣ ବଢି ଚାଲିଛି। ତାକୁ ରୋକିବା ଲାଗି ରାଜ୍ୟ ସରକାରଙ୍କ ଆନ୍ତରିକତା ନାହିଁ। ଶାସକ ବିଜେଡିର ଦଳିତ ବିରୋଧୀ ମନୋଭାବ ବିରୋଧରେ ଜନଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଛନ୍ତି ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି। ଅନୁଗୋଳରେ ରବିବାରଠାରୁ ଆରମ୍ଭ ହୋଇଥିବା ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ପ୍ରଶିକ୍ଷଣ ଶିବିରକୁ ଉଦ୍‌ଘାଟନ କରି ସେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ।
ଅନୁସୂଚିତ ବର୍ଗଙ୍କ ପ୍ରତି କେନ୍ଦ୍ର ସରକାରଙ୍କ ଜନକଲ୍ୟାଣ ମୂଳକ କାର୍ଯ୍ୟକ୍ରମର ଅବତାରଣା କରି ସେ କହିଛନ୍ତି, ମୋଦି ସରକାର ଦେଶର ୨୦୦୦ରୁ ଊର୍ଦ୍ଧ୍ୱ ଅନୁସୂଚିତ ଜାତି ବହୁଳ ଗ୍ରାମକୁ ଆଦର୍ଶ ଗଁା ଭାବେ ବିକଶିତ କରିବାକୁ ସଂକଳ୍ପବଦ୍ଧ। ମୁଦ୍ରା ଯୋଜନାରେ ଏହି ବର୍ଗର ୩୪ କୋଟି ଲୋକେ ଉପକୃତ ହୋଇଛନ୍ତି। ସେମାନଙ୍କୁ ୧୮.୬ଲକ୍ଷ କୋଟି ଟଙ୍କାର ଋଣ ଯୋଗାଇ ଦିଆଇଛି। ୩.୧ କୋଟି ଅନୁସୂଚିତ ମହିଳା ଉଜ୍ଜ୍ୱଳା ଯୋଜନାରେ ମାଗଣା ଗ୍ୟାସ୍‌ ସଂଯୋଗ ପାଇଛନ୍ତି। ଏହି ବର୍ଗର ୧.୩୧ କୋଟି ପରିବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ ହୋଇଛନ୍ତି। ଅନସୂଚିତ ବର୍ଗ ଛାତ୍ରଛାତ୍ରୀଙ୍କ ସ୍କଲାରଶିପ୍‌ ୨ ଗୁଣା କରାଯାଇଛି। ଏଥିରେ ୭.୭ ହଜାର କୋଟି ଟଙ୍କା ବ୍ୟୟ କରାଯାଇଛି। ଉଦ୍ୟୋଗ ପ୍ରତିଷ୍ଠା ପାଇଁ ୫୫୦୦ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଦକ୍ଷତା ବୃଦ୍ଧି ପାଇଁ ୨.୭ କୋଟି ଅନୁସୂଚିତ ବର୍ଗ ଯୁବକଙ୍କୁ ନିଃଶୁଳ୍କ ପ୍ରଶିକ୍ଷଣ ଦିଆଯାଉଛି। ଭାଜପାର ସେବା ପକ୍ଷ ଅବସରରେ ରାଜ୍ୟ ସଭାପତି ମହାନ୍ତି ଦଳୀୟ ଜିଲା କାର୍ଯ୍ୟାଳୟରେ ଚାରା ରୋପଣ କରିଛନ୍ତି। ଦୁଇଦିନିଆ ଏହି ଶିବିରରେ ସୋମବାର ମୋର୍ଚ୍ଚାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଲାଲ୍‌ ସିଂହ ଆର୍ଯ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
ରାଜ୍ୟ ଅନୁସୂଚିତ ଜାତି ମୋର୍ଚ୍ଚାର ରାଜ୍ୟ ସଭାପତି ବିଭୁପ୍ରସାଦ ତରାଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରଶିକ୍ଷଣ ଶିବିରରେ ରାଷ୍ଟ୍ରୀୟ କାଯର୍‌ୟକାରିଣୀ ସଦସ୍ୟ ଦିଲୀପ ମଲ୍ଲିକ, କଳ୍ପନା ମଲ୍ଲିକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରତାପ ପ୍ରଧାନ, ଅଗସ୍ତି ବେହେରା, ଅନୁଗୋଳ ଜିଲା ସଭାପତି ଦିଲେଶ୍ୱର ପ୍ରଧାନ ପ୍ରମୁଖ ବହୁ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?