ରାଜ୍ୟପାଳଙ୍କୁ ଓପିଏସ୍‌ସିର ବାର୍ଷିକ ରିପୋର୍ଟ

ଭୁବନେଶ୍ୱର, ୧୯।୬(ବ୍ୟୁରୋ): ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସ୍‌ସି) ଅଧ୍ୟକ୍ଷ ସତ୍ୟଜିତ୍‌ ମହାନ୍ତି ଶନିବାର ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ସାକ୍ଷାତ୍‌ କରି ୨୦୨୧-୨୨ର ବାର୍ଷିକ ରିପୋର୍ଟ ପ୍ରଦାନ କରିଛନ୍ତି। ଏଥିସହ ସେ ଓପିଏସ୍‌ସିର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ରାଜ୍ୟପାଳଙ୍କୁ ଅବଗତ କରାଇଛନ୍ତି। ୨୦୨୧-୨୨ରେ ଆୟୋଗ ପ୍ରଥମ କରି ଏକ ନିଯୁକ୍ତି କ୍ୟାଲେଣ୍ଡର ପ୍ରକାଶ କରିଥିଲେ। କୋଭିଡ୍‌ ଭଳି ବିଭିନ୍ନ ବାଧାବିଘ୍ନକୁ ଅତିକ୍ରମ କରି ଆୟୋଗ ନିଜ ଘୋଷିତ ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରିଥିଲେ। ଏହି ସମୟରେ ଗ୍ରୁପ୍‌-‘ଏ’ ଓ ‘ବି’ ରେ ୨,୨୭୭ ପ୍ରାର୍ଥୀଙ୍କୁ ନିଯୁକ୍ତି ପାଇଁ ସୁପାରିସ କରିବା ସହ ୨୨ଟି ସରକାରୀ ବିଭାଗରେ ୧,୫୩୬ ପଦୋନ୍ନତିକୁ ଆୟୋଗ ସ୍ବୀକୃତି ଦେଇଛନ୍ତି। ସେହିଭଳି ଉକ୍ତ ବର୍ଷରେ ୨୨୪ଟି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନର ଫଇସଲା କରାଯାଇଛି। ଆୟୋଗ ଏହି ସଫଳତାରେ ଉତ୍ସାହିତ ହୋଇ ୨୦୨୨-୨୩ ପାଇଁ ୨୬ଟି ସରକାରୀ ବିଭାଗରେ ୫ ହଜାରରୁ ଊର୍ଦ୍ଧ୍ୱ ସରକାରୀ ଚାକିରି ପାଇଁ ନିଯୁକ୍ତି କ୍ୟାଲେଣ୍ଡର ପ୍ରକାଶ କରିଥିବା ଅଧ୍ୟକ୍ଷ ମହାନ୍ତି ରାଜ୍ୟପାଳଙ୍କୁ ଜଣାଇଛନ୍ତି।
ନିଯୁକ୍ତି ପ୍ରକ୍ରିୟାରେ ସ୍ବଚ୍ଛତା ଓ ଶୀଘ୍ର ଫଳ ପ୍ରକାଶନ ଉପରେ ଆୟୋଗ ଗୁରୁତ୍ୱ ଦେଉଥିବା ପ୍ରକାଶ କରି ଅଧ୍ୟକ୍ଷ ମହାନ୍ତି କହିଥିଲେ, ଅନ୍‌ଲାଇନ ପୋର୍ଟାଲ ଓ ସମନ୍ବିତ ନିଯୁକ୍ତି ପରିଚାଳନା ପଦ୍ଧତିର ଉନ୍ନତୀକରଣ କରି ଏହାକୁ ବ୍ୟବହାରକାରୀଙ୍କ ନିମନ୍ତେ ସହଜ ଓ ସରଳ କରିବା ପାଇଁ ପ୍ରୟାସ କରାଯାଉଛି। ଚୟନ ପ୍ରକ୍ରିୟାରେ କମ୍ପ୍ୟୁଟରଭିତ୍ତିକ ପରୀକ୍ଷା ପଦ୍ଧତିକୁ ଗୁରୁତ୍ୱ ଦେଇ ମୂଲ୍ୟାୟନରେ ପ୍ରାର୍ଥୀଙ୍କ ପରିଚୟକୁ ଗୋପନ ରଖିବା ନିମନ୍ତେ ଉଦ୍ୟମକୁ ଆହୁରି ଫଳପ୍ରସୂ କରାଯାଉଛି। ଚଳିତ ବର୍ଷ ପରୀକ୍ଷା ଫଳାଫଳ ଶୀଘ୍ର ପ୍ରକାଶନ ଲକ୍ଷ୍ୟରେ ‘ଅନ୍‌ସ୍କ୍ରିନ’ ମୂଲ୍ୟାୟନ ପଦ୍ଧତିର ପ୍ରଚଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?