Posted inଖେଳ

ଭାରତର ସଫଳତା ନେଇ ଆଶାବାଦୀ ଅନୁରାଗ

ନୂଆଦିଲ୍ଲୀ,୧୭।୧୨(ପି.ଟି.): ହକି ବିଶ୍ୱକପ ଟ୍ରଫି ଟୁର୍‌ର ନୂଆଦିଲ୍ଲୀ ପର୍ଯ୍ୟାୟ ଶୁକ୍ରବାର ଆରମ୍ଭ ହୋଇଛି। କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର, ସୂଚନା ଓ ପ୍ରସାରଣ ବିଭାଗ ମନ୍ତ୍ରୀ ଅନୁରାଗ ଠାକୁର ଟ୍ରଫି ଉନ୍ମୋଚନ କରିଛନ୍ତି। ଏହି କାର୍ଯ୍ୟକ୍ରମ ହକି ବିଶ୍ୱକପରେ ଭାରତର ସଫଳତାକୁ ନେଇ ଆଶାବାଦୀ ଥିବା ନେଇ ପ୍ରକାଶ କରିଛନ୍ତି କ୍ରୀଡାମନ୍ତ୍ରୀ ଅନୁରାଗ ଠାକୁର। ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ଭୁବନେଶ୍ୱର ଓ ରାଉରକେଲାରେ ଏହି ବିଶ୍ୱକପ ଅନୁଷ୍ଠିତ ହେବ। ଟୋକିଓ ୨୦୨୦ରେ ଦଳର ପ୍ରଦର୍ଶନ ଆଉ ଆତ୍ମବିଶ୍ୱାସ ବଳରେ ଭାରତ ଚଳିତ ଟୁର୍ନାମେଣ୍ଟରେ ଚମତ୍କାର ପ୍ରଦର୍ଶନ କରିବ ବୋଲି ଅନୁରାଗ ମତ ରଖିଛନ୍ତି। ବିଶ୍ୱର ଅନ୍ୟ ୧୫ ଦଳକୁ ଚ୍ୟାଲେଞ୍ଜ ଦେବା ପାଇଁ ଭାରତ ପ୍ରସ୍ତୁତ ବୋଲି ଅନୁରାଗ କହିଛନ୍ତି। ଭାରତୀୟ ଦଳର ପ୍ରସ୍ତୁତି ବେଶ ଚମତ୍କାର ରହିଛି। ତେଣୁ ପ୍ରସ୍ତୁତିକୁ ଦେଖିଲେ କହି ହେବ କି କେବଳ ବିଶ୍ୱକପ ନୁହେଁ ପ୍ୟାରିସ୍‌ ୨୦୨୪ରେ ମଧ୍ୟ ଦଳ ଭଲ ପ୍ରଦର୍ଶନ କରିବ। ଭାରତ ଶେଷ ଥର ପାଇଁ ୧୯୭୫ ବିଶ୍ୱକପରେ ଚାମ୍ପିୟନ୍‌ ଆଖ୍ୟା ଅର୍ଜନ କରିଥିଲା। ଭାରତ ଉକ୍ତ ସଫଳତା ପୁନର୍ବାର ଦୋହରାଇବ ବୋଲି ଠାକୁର କହିଛନ୍ତି। କେବଳ ଠାକୁର ନୁହନ୍ତି ପୂର୍ବତନ ଭାରତୀୟ ଅଧିନାୟକ ଜାଫର ଇକ୍‌ବାଲ ମଧ୍ୟ ସମାନ ମତ ଦେଇଛନ୍ତି। ୧୯୭୫ ଦଳର ଅଧିନାୟକ ଅଜିତ୍‌ ପାଲ ସିଂ ମଧ୍ୟ ସମାନ ମତ ଦେଇଛନ୍ତି। ଟୁର୍ନାମେଣ୍ଟରେ କାହାକୁ ଫେବରିଟ୍‌ କହିବା କଷ୍ଟ ମାତ୍ର ଭାରତର ପୋଡିୟମ ଫିନିଶ ସମ୍ଭାବନା ଅଧିକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri