ବିଦ୍ୟାଳୟ ଶ୍ରେଣୀଗୃହରୁ ଖସିଲା ଓରା

ଗୋପ,୧୮।୪(ଡି.ଏନ୍‌.ଏ.): ପୁରୀ ଜିଲାର ସର୍ବପୁରାତନ ବିଦ୍ୟାଳୟ ମଧ୍ୟରେ ରହିଛି ଗୋପର ନିଗମାନନ୍ଦ ସ୍ମାର୍ଟ ସ୍କୁଲ। ଏହି ପୁରାତନ ବିଦ୍ୟାଳୟରେ ସପ୍ତାହ ତଳେ ଏକ ଶ୍ରେଣୀଗୃହର ଆଜବେଷ୍ଟସରେ ଲାଗି ଥିବା ଗୋଟିଏ ବଡ଼ ଓରା(କାଠ ଶ୍ରେଣୀ) ଖସି ପଡ଼ିଯାଇଥିଲା। ଏହାକୁ ନେଇ ଛାତ୍ରୀଛାତ୍ର ଭୟଭୀତ ହୋଇଯାଇଥିବା ବେଳେ କାଳେ କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ସେଥିଲାଗି ସ୍କୁଲ କର୍ତ୍ତୃପକ୍ଷ ଏହା ଲୁଚାଇବାକୁ ଚେଷ୍ଟା କରିଥିଲେ। ଏପରି ଖବର ଜଣାପଡିବା ପରେ ସ୍ଥାନୀୟ ଗଣମାଧ୍ୟମର ପ୍ରତିନିଧିମାନେ ସ୍କୁଲରେ ପହଞ୍ଚତ୍ବା ପରେ ସତ ଘଟଣା ଏବେ ପଦାକୁ ଆସିଛି। ପ୍ରକାଶ ଯେ,୧୯୪୪ରେ ଏହି ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିବା ବେଳେ ଷଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୧ ହଜାର ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଗତବର୍ଷ ଏହି ସ୍କୁଲକୁ ୫-ଟି ଯୋଜନାରେ ନିଆଯାଇ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଇଥିବା ବେଳେ ପୁରୁଣା ଆଜବେଷ୍ଟସ ଘରଗୁଡିକୁ କେବଳ ରଙ୍ଗ କରାଯାଇଥିଲା। ଗତ ସପ୍ତାହରେ ହଠାତ୍‌ ଏହି ଆଜବେଷ୍ଟସ ଗୋଟିଏ ଶ୍ରେଣୀ ଗୃହର ଉପରୁ ବଡ଼ ଓରା ଖସି ପଡିଥିଲା। ଶ୍ରେଣୀ ଗୃହରେ ଅଳ୍ପ କିଛି ଛାତ୍ରୀଛାତ୍ର ଥିଲେ ମଧ୍ୟ କୌଣସି ଅଘଟଣ ଘଟି ନ ଥିଲା। ଏହି ଘଟଣା ବିଷୟରେ ବାହାରେ କେହି ନ ଜାଣିବା ପାଇଁ ସ୍କୁଲ କର୍ତ୍ତୃପକ୍ଷ ଏହି ଶ୍ରେଣୀ ଗୃହରେ ତାଲା ପକାଇ ଦେଇଥିଲେ। ଏବେ ୫ଟି ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ନେଇ ୧୮ଟି ସେକ୍ସନ କରାଯାଇଛି। ତୁରନ୍ତ ଏଥିପ୍ରତି ଗୁରୁତ୍ୱ ଦେବାକୁ ସ୍ଥାନୀୟ ଜନସାଧାରଣ ଦାବି କରିବା ସହ ଅତିଶୀଘ୍ର ଆଜବେଷ୍ଟସ ଘରଗୁଡ଼ିକୁ ଭଙ୍ଗାଯାଇ ନୂତନ ଗୃହ ନିର୍ମାଣ କରାଯିବାକୁ ଦାବି କରାଯାଇଛି। ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମଧ୍ୟ ଏଥିପ୍ରତି ଧ୍ୟାନ ଦେବାକୁ ଦାବି କରାଯାଇଛି। ସୂଚନାଯୋଗ୍ୟ, କିଛିଦିନ ତଳେ ନିଗମାନନ୍ଦ ସ୍ମାର୍ଟସ୍କୁଲ ପୁରାତନ କୋଠା କାନ୍ଥରେ ଫାଟ ସୃଷ୍ଟି ହେବାର ଖବର ପ୍ରକାଶିତ ପରେ ବ୍ଲକ ପକ୍ଷରୁ ଦୁଇଟି ସିମେଣ୍ଟ ବିମ କରାଯାଇଥିଲା। ଏପରି ଅଭିଯୋଗକୁ ନେଇ ସ୍କୁଲର ପ୍ରଧାନଶିକ୍ଷକ ମନୋରଞ୍ଜନ ପଟ୍ଟନାୟକ କହିଛନ୍ତି, ଆର ସପ୍ତାହରେ ଆଜବେଷ୍ଟସ ଘର ଉପରୁ ଏକ କାଠ ଶ୍ରେଣୀ ଖସିଥିଲା। ଏହାକୁ ମରାମତି କରିବା ପାଇଁ କର୍ତ୍ତୃପକ୍ଷଙ୍କୁ ଜଣାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri