୨୪ ଘଣ୍ଟାରେ ଏହି ୭ ଜିଲ୍ଲାରେ ପ୍ରବଳ ବର୍ଷା! ୫ ଯାଏ ବର୍ଷା ଆଲର୍ଟ ଜାରି

ତାତିରେ ଲାଗିବ ବ୍ରେକ। ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପ୍ରବଳ ଖରା ଓ ଗରମ ଭିତରେ କାଳବୈଶାଖୀ ବର୍ଷା କିଛିମାତ୍ରାରେ ଆଶ୍ୱସ୍ତି ଦେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ପଶ୍ଚିମବଙ୍ଗ ଉପରେ ସକ୍ରିୟ ଘୁର୍ଣ୍ଣିବଳୟ ସହ ଏହା ସହିତ ଜଡିତ ନିମ୍ନଚାପ ରେଖା ଓଡ଼ିଶା ପର୍ଯ୍ୟନ୍ତ ବ୍ୟାପିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପାଗରେ ପରିବର୍ତ୍ତନ ଆସିବାର ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟାରେ ୭ ଜିଲ୍ଲା ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ଝଡ଼ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। କେତେକ ସ୍ଥାନରେ ହଠାତ୍ ପାଗ ବଦଳିପାରେ। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହି ସମୟରେ ଘଣ୍ଟା ପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

୨୯ ତାରିଖ ପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକରେ ପବନ ବେଗ ସହ ବର୍ଷାର ପ୍ରଭାବ ଅଧିକ ରହିପାରେ। କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଆମେରିକାରେ ହଇଚଇ: ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର! ଗଲ୍ଫ କ୍ଲବ ନିକଟରୁ ବନ୍ଧୁକଧାରୀ ସନ୍ଦିଗ୍ଧ ଗିରଫ

ଓ୍‌ବାଶିଂଟନ୍‌,୫।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାଲିଫର୍ଣ୍ଣିଆସ୍ଥିତ ଗଲ୍ଫ କ୍ଲବ ନିକଟରୁ ୩୮ ବର୍ଷୀୟ ଜଣେ ବ୍ୟକ୍ତିଙ୍କୁ ପୋଲିସ ହେପାଜତକୁ ନେଇଛି। ଯାଞ୍ଚ ବେଳେ ତାଙ୍କ ନିକଟରୁ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri