ଅରେଞ୍ଜ ଫେସ୍‌ ପ୍ୟାକ୍‌

ବେସନ ସହିତ କମଳା ମିଶାଇ ଫେସ୍‌ ପ୍ୟାକ୍‌ ତିଆରି କରି ମୁହଁରେ ଲଗାନ୍ତୁ। ଏହି ଫେସ୍‌ ପ୍ୟାକ୍‌ ତିଆରି କରିବା ନିମନ୍ତେ ୨ ଚାମଚ କମଳା ରସରେ ୧ ଚାମଚ ବେସନ ଓ ୧ ଚାମଚ ଗୋଲାପ ଜଳ ଭଲଭାବେ ମିଶାନ୍ତୁ। ପ୍ରାୟ ୨୦ ମିନିଟ୍‌ ପର୍ଯ୍ୟନ୍ତ ଏହାକୁ ମୁହଁରେ ଲଗାନ୍ତୁ। ଏହାପରେ ଧୀରେ ଧୀରେ ମସାଜ୍‌ କରି ଧୋଇଦିଅନ୍ତୁ। ଅଧିକ ସମୟ ଖରାରେ ରହି ସ୍କିନ୍‌ ଟାନିଂ ହୋଇଥିଲେ ଏହି ଫେସ୍‌ ପ୍ୟାକ୍‌ ବେଶ୍‌ ଫାଇଦା ଆଣିଥାଏ।
ନଡ଼ିଆତେଲ ଓ କମଳା ଫେସ୍‌ ପ୍ୟାକ୍‌ ମଧ୍ୟ ମୁହଁର ଉଜ୍ଜ୍ୱଳତା ବଢ଼ାଇଥାଏ। ତ୍ୱଚା ଅତ୍ୟଧିକ ଶୁଷ୍କ ହୋଇଥିଲେ ଏହି ପ୍ୟାକ୍‌ ଅତ୍ୟନ୍ତ ଭଲ। ଏଥିପାଇଁ ୧ ଚାମଚ ନଡ଼ିଆ ତେଲରେ ୧ ଚାମଚ କମଳା ରସ ମିଶାନ୍ତୁ। ଏହି ମିଶ୍ରଣକୁ ମୁହଁରେ ଲଗାଇ ୧ ଘଣ୍ଟାରୁ ଅଧିକ ସମୟ ରଖିପାରିବେ। ସପ୍ତାହକୁ ୨ ଥର ଏହି ପ୍ୟାକ୍‌ ଲଗାଇଲେ ତ୍ୱଚାର ଶୁଷ୍କତା କମ୍‌ ହେବା ସହିତ ତ୍ୱଚା ସୁନ୍ଦର ଓ ମୁଲାୟମ ହେବ।
ସେହିପରି ହଳଦୀ ଓ କମଳା ଫେସ୍‌ପ୍ୟାକ୍‌ ମଧ୍ୟ ମୁହଁକୁ ସୁନ୍ଦର କରିଥାଏ। ଏହି ପ୍ୟାକ୍‌ ତିଆରି କରିବା ନିମନ୍ତେ କମଳା ଚୋପାକୁ ଶୁଖାଇ ଗୁଣ୍ଡକରି ରଖନ୍ତୁ। ୧ ଚାମଚ କମଳା ଚୋପାର ଗୁଣ୍ଡ ସହ ୧ ଚାମଚ ଗୋଲାପ ଜଳ ଓ ଅଳ୍ପ ହଳଦୀ ନେଇ ଭଲଭାବେ ମିଶାଇ ମୁହଁରେ ଲଗାନ୍ତୁ। ଏହି ପେଷ୍ଟ ଅଧିକ ଗାଢ଼ ହୋଇଥିଲେ ସେଥିରେ ପାଣି ମିଶାଇ ପାରିବେ। ଏବେ ଏହି ମିଶ୍ରଣକୁ ମୁହଁରେ ଲଗାଇ ୧୫ ରୁ ୨୦ ମିନିଟ୍‌ ରଖି ଧୋଇ ଦିଅନ୍ତୁ। ସପ୍ତାହକୁ ଅତିକମ୍‌ରେ ୨ ଥର ଏହି ମିଶ୍ରଣକୁ ଲଗାଇଲେ ମୁହଁରେ ଥିବା ସମସ୍ତ ଦାଗ, ଟାନିଂ ଓ ବ୍ରଣ ସମସ୍ୟା ଦୂରହୋଇ ତ୍ୱଚାର ଉଜ୍ଜ୍ୱଳତା ବୃଦ୍ଧି ପାଇବ।
ଚୋପାକୁ ଶୁଖାଇ ଗୁଣ୍ଡକରି ସେଥିରେ ସମାନ ମାତ୍ରାରେ ମୁଲତାନୀ ମାଟି ଓ ଗୋଲାପ ଜଳ ମିଶାଇ ପେଷ୍ଟ ତିଆରି କରନ୍ତୁ। ଏହି ଫେସ୍‌ ପ୍ୟାକ୍‌କୁ ଅଧଘଣ୍ଟାରୁ ୪୦ ମିନିଟ୍‌ ପର୍ଯ୍ୟନ୍ତ ଲଗାଇ ରଖିହେବ। ଧୋଇବା ସମୟରେ ଗୋଲାକାରଭାବେ ମସାଜ୍‌ କରି ଏହାକୁ ଧୋଇଦିଅନ୍ତୁ। ତେବେ ସପ୍ତାହକୁ ଥରେ ଏହି ପ୍ୟାକ୍‌ ଲଗାଇଲେ ତ୍ୱଚା ସୁନ୍ଦର ଦେଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଭାଙ୍ଗିଗଲା କୋଟିଏ ଟଙ୍କାର ଶେଡ୍, ଯାତ୍ରୀ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ

ରାଉରକେଲା,୧୧।୮(ସଙ୍ଗୀତା ଜେନା): ରାଉରକେଲା ରେଲଓ୍ବେ ଷ୍ଟେଶନର ମୁଖ୍ୟ ପ୍ରବେଶ ଦ୍ୱାରରେ ନିର୍ମାଣାଧୀନ ଶେଡ୍‌ ସୋମବାର ହୋଇଥିବା ପ୍ରବଳ ବର୍ଷାରେ ଭାଙ୍ଗିଯାଇଛି। ଫଳରେ ଶେଡ୍‌ ତଳେ ଥିବା ଏକ…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri