ଶୀତଦିନେ ଖାଆନ୍ତୁ କମଳା

ଶୀତଦିନେ ବଜାରରେ କମଳା ସହଜରେ ଉପଲବ୍ଧ ହୋଇଥାଏ। ଏହା ସ୍ବାସ୍ଥ୍ୟ ପାଇଁ ବେଶ ଉପକାରୀ। ଭିଟାମିନ ସିରେ ଭରପୂର କମଳା ଆପଣଙ୍କ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇଥାଏ। ଏହା ବ୍ୟତୀତ, କମଳା ଆପଣଙ୍କୁ ଶୀତ କାରଣରୁ ସୃଷ୍ଟି ହେଉଥିବା ସ୍ବାସ୍ଥ୍ୟସମସ୍ୟାକୁ ଦୂର କରିବାରେ ସାହାଯ୍ୟ କରିଥାଏ। ଏଥିଲାଗି ଶୀତ ଦିନରେ ପ୍ରତିଦିନ କମଳା ସେବନ କରନ୍ତୁ। ତେବେ ଆସନ୍ତୁ ଜାଣିବା ଶୀତଦିନେ କମଳା ଖାଇବାର ଲାଭ କ’ଣ?

ଶୀତଦିନେ କମଳା ଖାଇବାର ଉପକାରିତା:

-ଆର୍ଥରାଇଟିସ ରୋଗୀଙ୍କ ପାଇଁ ଲାଭଦାୟକ:
ଶୀତଦିନେ ଆର୍ଥରାଇଟିସ ସମସ୍ୟା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏଥିଯୋଗୁ କମଳା ଖାଆନ୍ତୁ। କମଳା ଖାଇବା ଦ୍ୱାରା ଆପଣ ଆର୍ଥରାଇଟିସ୍‌ ଦ୍ୱାରା ସୃଷ୍ଟି ହୋଇଥିବା ସମସ୍ୟାରୁ ଯେପରିକି ଗଣ୍ଠି ଯନ୍ତ୍ରଣା, କଠିନତା, ଫୁଲା ଇତ୍ୟାଦିରୁ ମୁକ୍ତି ମିଳିପାରେ। ଏହା ବ୍ୟତୀତ କମଳା ରକ୍ତରେ ଥିବା ୟୁରିକ ଏସିଡ୍‌ ସମସ୍ୟାକୁ ନିୟନ୍ତ୍ରଣ କରିବାରେ ସାହାଯ୍ୟ କରିଥାଏ

-ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇବ:
ଶୀତଦିନେ କମଳା ଖାଇବା ଦ୍ୱାରା ଆପଣଙ୍କ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧିପାଏ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ପ୍ରଚୁର ମାତ୍ରାରେ ଥାଏ, ଯାହାକି ରୋଗ ପ୍ରତିରୋଧକ ଶକ୍ତି ବଢାଇଥାଏ।

-ଓଜନ ହ୍ରାସ କରିବାରେ ସାହାଯ୍ୟ କରେ:
କମଳା ଖାଇବା ଦ୍ୱାରା ଓଜନ ହ୍ରାସ କରିବାରେ ସାହାଯ୍ୟ କରିଥାଏ। କମଳାରେ କ୍ୟାଲୋରୀ ପରିମାଣ ବହୁତ କମ। ଏହା ଓଜନ ହ୍ରାସ କରିବାରେ ପ୍ରଭାବଶାଳୀ। ଯଦି ଆପଣ ଓଜନ ହ୍ରାସ କରିବାକୁ ଚାହାଁନ୍ତି, ତେବେ ସ୍ନାକ୍ସ ଭାବରେ କମଳା ଖାଇପାରିବେ। ଏହାଛଡ଼ଶ ଆପଣ ପ୍ରତିଦିନ କମଳା ରସ ପିଇପାରିବେ।

-କୋଲେଷ୍ଟ୍ରଲ ହ୍ରାସ କରିବାରେ ସହାୟକ:
କମଳା ଖାଇବା ଦ୍ୱାରା ଶରୀରରେ କୋଲେଷ୍ଟ୍ରଲ ହ୍ରାସ ପାଇଥାଏ। ହେଲେ ଯଦି ଆପଣ କୋଲେଷ୍ଟ୍ରଲ ହ୍ରାସ କରୁଥିବା ଔଷଧ ସେବନ କରୁଛନ୍ତି, ତେବେ ଆପଣ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri