ଆଉ ୩ ଦିନ ତୁହାକୁ ତୁହା ବର୍ଷା , ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର,୪ା୭(ଅନୁରାଧା ମହାରଣା ) – ଉତ୍ତର ଓଡିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାରୁ ଅଧିକାଂଶ ଜିଲାରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଶନିବାର ମହାପ୍ରଭୁଙ୍କ ବାହୁଡ଼ାଯାତ୍ରାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ ଜିଲା ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଓ ବରଗଡକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଆସନ୍ତା ୩ ଦିନ ଅର୍ଥାତ୍‌ ୮ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Share
Tags: odisharain