୩ଦିନ ବର୍ଷା-ପବନ-କୁଆପଥର ମାଡ଼, ଆଜି ୧୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୪ା୫(ବନ୍ଦନା ସେଠୀ): ରାଜ୍ୟରେ କାଳବୈଶାଖୀ ପ୍ରଭାବ ଜାରି ରହିଛି । କିଛିଦିନ ହେବ ବର୍ଷା ହେଉଥିବାବେଳେ ରବିବାର ମେଘୁଆ ପାଗ ଯୋଗୁ ତାତିରୁ ଆଶ୍ୱସ୍ତି ମିଳିଛି। ତେବେ ଆଗାମୀ ୩ଦିନ ଯାଏ ପ୍ରବଳ ବର୍ଷା ଓ ପବନର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ସତର୍କ କରିଛି। ସୋମବାର ରାଜ୍ୟର ପ୍ରାୟ ସବୁ ଜିଲାରେ ବର୍ଷା ହେବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଏବଂ ରାୟଗଡ଼ା ଜିଲାକୁ ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ବର୍ଷା ପବନ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୫୦ ରୁ ୬୦ କି.ମି. ପର୍ଯ୍ୟନ୍ତ ରହିବା ନେଇ ସୂଚନା ଦିଆଯାଇଛି।

ସେହିପରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ରାୟଗଡ଼ା ଜିଲାର କିଛି ସ୍ଥାନରେ କୁଆପଥର ମାଡ଼ ହେବା ନେଇ ପୂର୍ବନାନୁମାନ କରାଯାଇଛି। ଏଥିସହ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର ଓ ମାଲକାନଗିରି ଜିଲାରେ ବର୍ଷା ପବନ ପାଇଁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ମଙ୍ଗଳବାର ମଧ୍ୟ ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ଝାରସୁଗୁଡା ଜିଲାକୁ ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ବର୍ଷା ପବନ ଓ କୁଆପଥର ମାଡ଼ ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାକୁ ଥିବାବେଳେ ୩ ଦିନ ପର୍ଯ୍ୟନ୍ତ ବର୍ଷାର ପରିମାଣ ଅଧିକ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ରବିବାର ୪ଟି ଜିଲାର ଦିନ ତାପମାତ୍ରା ୪୦ ଡିଗ୍ରୀ ଓ ତା’ଠାରୁ ଅଧିକ ରହିଥିଲା। ବୌଦ୍ଧରେ ସର୍ବାଧିକ ୪୧.୭ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବାବେଳେ ଝାରସୁଗୁଡା ଓ ବଲାଙ୍ଗୀରରେ ୪୦.୨ ଡିଗ୍ରୀ ଏବଂ ତାଳଚେରରେ ୪୦ ଡିଗ୍ରୀ ରହିଥିଲା। ଉତ୍ତର ଉପକୂଳ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ତାପମାତ୍ରା ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇଥିବାବେଳେ ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ସ୍ବାଭାବିକଠାରୁ ପ୍ରାୟ ୨ରୁ ୩ ଡିଗ୍ରୀ କମ୍‌ ଓ ଅଧିକ ରହିଥିବା ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri