ଭୁବନେଶ୍ବର,୨୮।୫: ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସାଙ୍ଗକୁ ଝଡ଼ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଦିନରେ ପ୍ରବଳ ତାତି ସାଙ୍ଗକୁ ସନ୍ଧ୍ୟାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଆଜି ପାଇଁ ଆଠ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂପୁର ଏବଂ କଟକ ପାଇଁ ସତର୍କ ସୂଚନା ଜାରି କରାଯାଇଛି ।
ସେହିପରି ୧୬ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି । ସୁନ୍ଦରଗଡ଼, ଦେବଗଡ଼, ବୌଦ୍ଧ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ ଏବଂ ନବରଙ୍ଗପୁର ପାଇଁ ଆଲର୍ଟ ଜାରି କରାଯାଇଛି । ଏହି ସ୍ଥାନରେ ସନ୍ଧ୍ୟାରେ ହୋଇପାରେ କାଳବୈଶାଖୀ ବର୍ଷା ।