୩ ଦିନ କାଚିବ: ପ୍ରବଳ ବର୍ଷା ନେଇ ଅରେଞ୍ଜ-ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୩।୮:  ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୫ ତାରିଖ ଯାଏପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ସକାଳ ୮ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଆଦି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅନ୍ୟପଟେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଆଦି ଜିଲାରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମଧରଣ ବର୍ଷା ହୋଇପାରେ। ଏହି ସମସ୍ତ ଜିଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବୁଧବାର ସକାଳ ୮ଟାରୁ ୧୪ ତାରିଖ ସକାଳ ମଧ୍ୟରେ କୋରାପୁଟ ଓ ମାଲକାନଗିରିରେ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହପିରି ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, ବଲାଙ୍ଗୀର ଓ ନୂଆପଡ଼ାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ରହିଛି। ଅନ୍ୟାନ୍ୟ ଜିଲାକୁ ବିଜୁଳି ଘଡ଼ଘଡ଼ି ଭୟ ରହିଥିବାରୁ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ଗ୍ରାଉଣ୍ଡକୁ ଓହ୍ଲାଇଲା ଆମେରିକା ସେନା! ୩ୟ ବିଶ୍ୱଯୁଦ୍ଧକୁ ନେଇ ଭୟଙ୍କର ସଙ୍କେତ…

ଓ଼୍ବାଶିଂଟନ୍‌,୧୯।୩: ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ 28ରେ ଇସ୍ରାଏଲ ସହିତ ଇରାନ ଉପରେ ମିଳିତ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ସେତେବେଳେ “ପରବର୍ତ୍ତୀ ସମୟରେ…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri