ସୁନ୍ଦରତା ବଢ଼ାଇବ କମଳା

କମଳା ଚୋପାକୁ କ୍ଲିଜର ଭଳି ବ୍ୟବହାର କରିହେବ। ଏଥିପାଇଁ ଏକ ଚାମଚ କମଳା ରସରେ ଏକ ଚାମଚ ମହୁ ମିଶାଇ ମୁହଁରେ ଲଗାଇ ୧୫ ମିନିଟ୍‌ ଛାଡି ଦିଅନ୍ତୁ। ଏହାପରେ ମୁହଁକୁ ଧୋଇ ଦିଅନ୍ତୁ। ଏପରି କରିବା ଫଳରେ ତ୍ୱଚାରେ ଥିବା ସମସ୍ତ ମଇଳା ସଫା ହୋଇ ଉଜ୍ଜ୍ୱଳତା ବୃଦ୍ଧି ପାଇଥାଏ।

କମଳା ରସକୁ ସ୍କ୍ରବ ଭଳି ମଧ୍ୟ ବ୍ୟବହାର କରାଯାଇ ପାରିବ। ଏଥିପାଇଁ ଏକ ବଡ଼ ଚାମଚ କମଳା ରସ ସହିତ ଏକ ଛୋଟ ଚାମଚ ଚିନି ଓ ଏକ ଛୋଟ ଚାମଚ ନଡ଼ିଆ ତେଲ ମିଶାଇ ଏକ ପେଷ୍ଟ ତିଆରି କରନ୍ତୁ। ଏହାପରେ ମୁହଁରେ ଗୋଲାପ ଜଳ ଲଗାଇ ତା’ ପରେ ଏହି ପେଷ୍ଟକୁ ଲଗାଇ ଗୋଲାକାରଭାବେ ମୁହଁରେ ୫ ରୁ ୧୦ ମିନିଟ୍‌ ପାଇଁ ମସାଜ୍‌ କରନ୍ତୁ। ଶେଷରେ ମୁହଁ ଧୋଇ ଦିଅନ୍ତୁ।

ସ୍କ୍ରବ କରିବା ପରେ କମଳା ରସକୁ ଘରୋଇଭାବେ କ୍ରିମ୍‌ ଭଳି ବ୍ୟବହାର କରିହେବ। ଏଥିପାଇଁ ଏକ ଚାମଚ କମଳା ରସରେ ଏକ ଚାମଚ ଆଲୋବେରା ଜେଲ୍‌କୁ ମିଶାନ୍ତୁ। ଏହି ମିଶ୍ରଣକୁ ମୁହଁରେ ଲଗାଇ ଦୁଇ ମିନିଟ୍‌ ମସାଜ୍‌ କରନ୍ତୁ। ଏହା କ୍ରିମ୍‌ ଭଳି କାମ ଦେବ ଏବଂ ମୁହଁର ଉଜ୍ଜ୍ୱଳତା ବୃଦ୍ଧି କରିବ।

ଏକ ଚାମଚ କମଳା ଚୋପାର ଗୁଣ୍ଡରେ ଦୁଇ ଚାମଚ ଦହି କିମ୍ବା ଟମାଟୋ ରସ ମିଶାଇ ଭଲଭାବେ ପେଷ୍ଟ ତିଆରି କରି ୧୫ ମିନିଟ୍‌ ପର୍ଯ୍ୟନ୍ତ ମୁହଁରେ ଲଗାନ୍ତୁ। ଏହାପରେ ଧୋଇ ଦିଅନ୍ତୁ। ସପ୍ତାହକୁ ଦୁଇ ତିନି ଥର ଏପରି କଲେ ତ୍ୱଚା ମୁଲାୟମ ହେବା ସହିତ ଉଜ୍ଜ୍ୱଳ ହୋଇଥାଏ।

ଏକ ଚାମଚ କମଳା ଚୋପାର ଗୁଣ୍ଡ ସହିତ ଏକ ଚାମଚ ନିମ୍ବ ପାଉଡର ଓ ଗୋଲାପ ଜଳ ମିଶାଇ ପେଷ୍ଟ ତିଆରି କରନ୍ତୁ। ଏହି ପେଷ୍ଟକୁ ମୁହଁରେ ଲଗାଇ ଶୁଖିବା ପରେ ଧୋଇ ଦିଅନ୍ତୁ। ଲଗାତର ଏପରି କରିବା ଫଳରେ ମୁହଁରେ ବ୍ରଣ ସମସ୍ୟା ରହିବ ନାହିଁ।

ଏକ ଚାମଚ କମଳା ଚୋପାର ଗୁଣ୍ଡରେ ଲେମ୍ବୁ ରସ ଓ ବେସନ ମିଶାଇ ମୁହଁରେ ଲଗାନ୍ତୁ। ୧୦ ମିନିଟ୍‌ ପରେ ଧୋଇ ଦିଅନ୍ତୁ। ଏପରି କରିବା ଫଳରେ ମୁହଁରେ ଥିବା ଦାଗ ଦୂର ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri