Posted inଖେଳ

ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଓଡ଼ିଆ ଛାତ୍ରଙ୍କୁ ରୌପ୍ୟ

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ): ବିଶ୍ୱ ଦରବାରରେ ଓଡ଼ିଆ ଛାତ୍ର ସଫଳତା ହାସଲ କରିଛନ୍ତି। ଜର୍ମାନୀ ଷ୍ଟୁଟଗାର୍ଟରେ ଅନୁଷ୍ଠିତ ହେଉଥିବା ବିଶ୍ୱ ଦକ୍ଷତା ପ୍ରତିଯୋଗିତା (ୱାଲର୍‌ଡ ସ୍କିଲ୍‌ କମ୍ପିଟିଶନ)ରେ ଓଡ଼ିଶାର ଛାତ୍ର ପ୍ରବୀଣ କୁମାର ଗିରି ନିଜର ଦକ୍ଷତା ପ୍ରଦର୍ଶନ କରି ସଫଳତା ଆଣିଛନ୍ତି। ୱାଟର ଟେକ୍ନୋଲୋଜି ବର୍ଗରେ ଭାରତ ପାଇଁ ସେ ରୌପ୍ୟ ପଦକ ଜିତିଛନ୍ତି। ଏ ନେଇ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ (ଓଏସ୍‌ଡିଏ) ପକ୍ଷରୁ ସୂଚନା ଦିଆଯିବା ସହିତ ପ୍ରବୀଣଙ୍କୁ ଶୁଭେଚ୍ଛା ଜଣାଯାଇଛି। ପ୍ରବୀଣଙ୍କ ଏହି ସଫଳତା କେବଳ ଓଡ଼ିଶା ନୁହେଁ, ଦେଶ ପାଇଁ ଗୌରବ ଆଣିଛି। ଭୁବନେଶ୍ୱରସ୍ଥିତ ସିଭି ରମଣ ଗ୍ଲୋବାଲ ବିଶ୍ୱବିଦ୍ୟାଳୟ ଛାତ୍ର ହେଉଛନ୍ତି ପ୍ରବୀଣ କୁମାର ଗିରି। ୱାଲର୍‌ଡ ସ୍କିଲ୍‌ ପ୍ରତିଯୋଗିତାରେ ଓଡ଼ିଶାରୁ ୧୨ଜଣ ଛାତ୍ରୀଛାତ୍ର ବିଭିନ୍ନ ବର୍ଗରେ ଭାରତ ପାଇଁ ପ୍ରତିନିଧିତ୍ୱ କରିଥିଲେ। ପ୍ରବୀଣଙ୍କ ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନିଜ ଜୀବନରେ ଏହିଭଳି ଉତ୍କର୍ଷ ଜାରି ରଖନ୍ତୁ ଏବଂ ଓଡ଼ିଶା ତଥା ସମଗ୍ର ଦେଶକୁ ଗୌରବାନ୍ବିତ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri