ବେଆଇନ ବସ୍ତି ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ

କଟକ (କାର୍ତ୍ତିକ ସାହୁ)/ ପୁରୀ,୨୧ା୭(ଅଜିତ୍‌ ମହାନ୍ତି): ପୁରୀ ସହରର ବଳିଆପଣ୍ଡା ଅଞ୍ଚଳରେ ଥିବା ଡମ୍ପିଂୟାଡ୍‌ ଚତୁଃପାର୍ଶ୍ୱରୁ ବେଆଇନ ବସ୍ତି ସ୍ଥାନାନ୍ତର ପାଇଁ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ନିର୍ଦ୍ଦେଶ ଦେଇଛନ୍ତି। ପୁରୀ ମ୍ୟୁନିସିପାଲିଟି ଆଇନ ଅନୁଯାୟୀ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ରହିଛି। ବଳିଆପଣ୍ଡାଠାରେ ଅଳିଆଗଦା ଯୋଗୁ ଭୂତଳ ଜଳ ପ୍ରଦୂଷିତ ହେଉଛି କି ନାହିଁ ତାହା ୨ ମାସ ମଧ୍ୟରେ ସର୍ଭେ କରି ଭୁବନେଶ୍ୱରସ୍ଥିତ ସେଣ୍ଟ୍ରାଲ ଗ୍ରାଉଣ୍ଡ ଓ୍ବାଟର ବୋର୍ଡ ତୁରନ୍ତ ପଦକ୍ଷେପ ନେବେ। ଏହାଦ୍ୱାରା ଭୂତଳ ଜଳ ପ୍ରଦୂଷଣ ଜଣାପଡ଼ିଲେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ ରାଜ୍ୟ ସରକାରଙ୍କ ଅନ୍ୟ ଅଧିକାରୀମାନେ ତୁରନ୍ତ ପ୍ରତିଷେଧକମୂଳକ ପଦକ୍ଷେପ ନେବାକୁ ବୋର୍ଡ ପ୍ରସ୍ତାବ ଦେବ। ପୁରୀ ସହରରେ ଭୂତଳ ଜଳ କାଢ଼ିବା ଉପରେ ଶୂନ୍ୟକ୍ଷତି ସମ୍ପର୍କରେ ବୋର୍ଡ ଏନ୍‌ଜିଟିଙ୍କୁ ନିଶ୍ଚିତ କରାଇବେ। କାର୍ଯ୍ୟାନୁଷ୍ଠାନ ସମ୍ପର୍କିତ ସତ୍ୟପାଠ ଆସନ୍ତା ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା କୋଲକାତାସ୍ଥିତ ଏନ୍‌ଜିଟିର ପୂର୍ବ ଜୋନ୍‌ ବେଞ୍ଚ ରେଜିଷ୍ଟ୍ରାରଙ୍କ ନିକଟରେ ଦାଖଲ କରିବେ। ବିଚାରପତି ବି. ଅମିତ୍‌ ସ୍ଥାଲେକର, ବିଚାର ବିଭାଗୀୟ ସଦସ୍ୟ ଡ. ଅଫ୍ରୋଜ୍‌ ଅହମଦଙ୍କୁ ନେଇ ଖଣ୍ଡପୀଠ ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶ ଦେବା ସହ ମାମଲାର ଅନ୍ତ ଘଟାଇଛନ୍ତି।
ଡମ୍ପିଂୟାର୍ଡ ପରିସରକୁ ଲୋକଙ୍କ ବେଆଇନ୍‌ ପ୍ରବେଶ ରୋକିବା ସହ ଅଗ୍ନିକାଣ୍ଡ ଏବଂ ଆପରାଧିକ କାର୍ଯ୍ୟ ଘଟାଉଥିବା ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଏନ୍‌ଜିଟି ପୁରୀ ମ୍ୟୁନିସିପାଲିଟିକୁ ନିର୍ଦ୍ଦେଶ ଦେଇଛନ୍ତି। ସମ୍ପୂର୍ଣ୍ଣ ଡମ୍ପିଂୟାର୍ଡ ଅଞ୍ଚଳରେ ୩ ମାସ ମଧ୍ୟରେ ସିସିଟିଭି କ୍ୟାମେରା ଲଗାଇବା ସହ ଚତୁଃପାର୍ଶ୍ୱରେ ପାଚେରି ବୁଲାଇବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କରେ ମ୍ୟୁନିସିପାଲିଟି ଏନ୍‌ଜିଟିରେ ସତ୍ୟପାଠ ଦାଖଲ କରିବେ। ଏଥିସହ ଡମ୍ପିଂୟାଡ୍‌ରୁ ବାହାରୁଥିବା ଉତ୍କଟ ଗନ୍ଧ ରୋକିବାକୁ ଦୈନନ୍ଦିନ ସରକାରୀ ଗାଇଡ୍‌ ଲାଇନ୍‌ ଅନୁଯାୟୀ ଆବଶ୍ୟକ ପଦକ୍ଷେପ ନେବେ। ଅନ୍ୟ ସରକାରୀ କର୍ତ୍ତୃପକ୍ଷଙ୍କ ସହାୟତାରେ ପୁରୀ ମ୍ୟୁନିସିପାଲିଟି ଆଗାମୀ ୨ ବର୍ଷ ମଧ୍ୟରେ ବଳିଆପଣ୍ଡା ଡମ୍ପିଂୟାଡ୍‌ରୁ ସମ୍ପୂର୍ଣ୍ଣ ଆବର୍ଜନା ହଟାଇବାକୁ ଏନ୍‌ଜିଟି ନିର୍ଦ୍ଦେଶ ଦେଇଛନ୍ତି।
ରାଜ୍ୟ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ଶାସନ ସଚିବ, ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ, ପୁରୀ ଜିଲାପାଳ, ଦିଲ୍ଲୀସ୍ଥିତ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଦସ୍ୟ ସଚିବ, ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଦସ୍ୟ ସଚିବ, ପୁରୀ ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ, ପୁରୀ-କୋଣାର୍କ ଉନ୍ନୟନ କର୍ତ୍ତୃପକ୍ଷଙ୍କ ଚେୟାରମ୍ୟାନ, ପୁରୀ ତହସିଲଦାରଙ୍କୁ ପକ୍ଷଭୁକ୍ତ କରାଯାଇଥିଲା। ଆବେଦନକାରୀ ଚିନ୍ମୟ ଦାସଙ୍କ ପକ୍ଷରୁ ଆଇନ୍‌ଜୀବୀ ଅଫ୍ରାଜ ସୁହାଇଲ ମାମଲା ପରିଚାଳନା କରୁଥିଲେ।
ମାମଲାର ବିବରଣୀ ଅନୁସାରେ, ପୁରୀ ମ୍ୟୁନିସିପାଲିଟି ବଳିଆପଣ୍ଡାଠାରେ ସହରର ଅଳିଆଗୁଡିକ ଗଦା କରୁଛି। ପରେ ତାହାକୁ ପୋଡ଼ାଯାଉଛି। ଏପରି କି ପ୍ଲାଷ୍ଟିକ ଓ ପଲିଥିନ୍‌ ଭଳି ଆବର୍ଜନାର ପ୍ରକ୍ରିୟାକରଣ ପାଇଁ ଉପଯୁକ୍ତ ପରିଚାଳନା କରାଯାଉନାହିଁ। ସମୁଦ୍ରକୂଳଠାରୁ ପ୍ରାୟ ୧୦୦ ମିଟର ଦୂରତାରେ ଥିବାବେଳେ ଏଭଳି ଆବର୍ଜନା ପୋଡ଼ା ଦ୍ୱାରା ବାୟୁ ପ୍ରଦୂଷଣ ହେବା ସହ ଭୂତଳ ଜଳ ମଧ୍ୟ ପ୍ରଦୂଷିତ ହେଉଛି। ପୋଡା ଯାଉଥିବା ଆବର୍ଜନାରୁ ନିର୍ଗତ ଦୂଷିତ ଗ୍ୟାସ୍‌ ଦ୍ୱାରା ନିକଟସ୍ଥ ବସ୍ତିର ଲୋକମାନେ ଆକ୍ରାନ୍ତ ହେଉଥିବା ଆବେଦନରେ ଦର୍ଶାଯାଇଛି। ଏହାର ନିରାକରଣ ନିମନ୍ତେ ଆବଶ୍ୟକ ନିର୍ଦ୍ଦେଶ ଦେବାକୁ ପ୍ରାର୍ଥନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri