ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକଙ୍କୁ ଶୁଣାଣି ପାଇଁ ନିର୍ଦ୍ଦେଶ

କଟକ ଅଫିସ,୧୭।୫: ବିନା ଡାକ୍ତରୀ ପ୍ରେସ୍‌କ୍ରିପ୍‌ସନ୍‌ରେ ଗର୍ଭ ନିରୋଧକ ବଟିକା ବିକ୍ରି ଉପରେ କଟକଣା ଲଗାଇବାକୁ ହାଇକୋର୍ଟରେ ଆଗତ ଜନସ୍ବାର୍ଥ ମାମଲା ଶୁଣାଣି ମଙ୍ଗଳବାର ହୋଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଗୌରୀଶଙ୍କର ଶତପଥୀଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ଆବେଦନକାରୀଙ୍କୁ ଡକାଇ ତାଙ୍କ ଅଭିଯୋଗ ଉପରେ ଶୁଣାଣି କରି ବେଆଇନ ବିକ୍ରି ରୋକିବା ଉପରେ ପଦକ୍ଷେପ ନେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇ ମାମଲାର ଅନ୍ତ ଘଟାଇଛନ୍ତି। ଅନିୟନ୍ତ୍ରିତ ଗର୍ଭ ନିରୋଧକ ବଟିକା ସେବନ ଦ୍ୱାରା ମହିଳାଙ୍କଠାରେ କର୍କଟ ରୋଗ ହେବାର ଆଶଙ୍କା ଥିବା ଦାବି କରି ସାମାଜିକ କର୍ମୀ ବିନ୍ଦୁଜା ଉପାଧ୍ୟାୟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।
ମାମଲାର ବିବରଣୀରୁ ପ୍ରକାଶ, ଗର୍ଭଧାରଣ ଏଡ଼ାଇବାକୁ ବିଭିନ୍ନ ଉପାୟ ଅବଲମ୍ବନ କରାଯାଉଛି। ହେଲେ ଏଥିପାଇଁ ବ୍ୟବହାର ହେଉଥିବା ଗର୍ଭ ନିରୋଧକ ବଟିକାରେ ନରେଥିଷ୍ଟେରନ୍‌ ନାମକ ପଦାର୍ଥ ରହୁଛି, ଯାହା ଅତ୍ୟନ୍ତ କ୍ଷତିକାରକ। ଏହି ପଦାର୍ଥ ଥିବା ଔଷଧ ଖାଇଲେ ମହିଳାଙ୍କ ଶରୀରରେ କ୍ଷରିତ ହେଉଥିବା ହରମୋନ୍‌କୁ ଅସନ୍ତୁଳିତ କରିଥାଏ। ଏଥିସହ ଶରୀର ଦୁର୍ବଳ ହେବା ସାଙ୍ଗକୁ ଅନ୍ୟାନ୍ୟ ସମସ୍ୟା ଦେଖାଦେଇଥାଏ। ଡାକ୍ତରଙ୍କ ବିନା ପରାମର୍ଶରେ ଏହି ଗର୍ଭ ନିରୋଧକ ଔଷଧ ସେବନ କରିବା ଦ୍ୱାରା ନାନା ପ୍ରକାର ପାର୍ଶ୍ୱ ପ୍ରତିକ୍ରିୟା ସୃଷ୍ଟି ହେବାର ଆଶଙ୍କା ରହିଛି। ଏପରି କି ଏସବୁର ବ୍ୟବହାର ଦ୍ୱାରା ମାରାତ୍ମକ କ୍ୟାନ୍‌ସର ଭଳି ରୋଗ ସୃଷ୍ଟି ହେବାର ଆଶଙ୍କା ମଧ୍ୟ ରହୁଛି। ତେଣୁ ଏସବୁ ଔଷଧ ବ୍ୟବହାର ଉପରେ କଟକଣା ଲଗାଇବାକୁ ନିୟମ କାହିଁକି କରାଯାଇନାହିଁ, ସେଥିପାଇଁ କାରଣ ଦର୍ଶାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେବାକୁ ନିବେଦନ କରାଯାଇଥିଲା। ରାଜ୍ୟସ୍ତରରେ ଅଧିକାରୀମାନେ ଏପରି ଔଷଧ ବିକ୍ରି କଟକଣା ପାଳନ କରାଯିବା ଓ ଚଢ଼ାଉ ନେଇ ନିୟମାବଳୀ ପ୍ରସ୍ତୁତ କରିବାକୁ ପିଟିଶନ୍‌ରେ ଦର୍ଶାଯାଇଥିଲା। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଆଫ୍ରାଜ ସୁହାଇଲ୍‌ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri