ସିଡୀ ଦାଖଲ ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ

କଟକ ଅଫିସ,୨୪।୭: କଟକ ନକଲି ଔଷଧ କାରବାରର ମୁଖ୍ୟ ଅଭିଯୁକ୍ତ ଶିବ ପ୍ରସନ୍ନ ଜେନାଙ୍କ ସ୍ତ୍ରୀ ଶୁଭଲକ୍ଷ୍ମୀ ଜେନା ଓ କର୍ମଚାରୀ ସତ୍ୟପ୍ରକାଶ ମହାନ୍ତିଙ୍କ ଜାମିନ ଆବେଦନର ଶୁଣାଣିବେଳେ ହାଇକୋର୍ଟ କେସ୍‌ ଡାଏରୀ (ସିଡୀ) ଦାଖଲ ପାଇଁ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫକୁ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ସତ୍ୟପ୍ରକାଶଙ୍କର ତାରିଖ ଥିବାବେଳେ ଶୁକ୍ରବାର ଶୁଭଲକ୍ଷ୍ମୀଙ୍କର ଜାମିନ ଆବେଦନର ଶୁଣାଣି ରହିଥିଲା। ଜଷ୍ଟିସ ଦେବବ୍ରତ ଦାଶ ଏହି ଶୁଣାଣି କରିଛନ୍ତି। ହାଇକୋର୍ଟ ଉକ୍ତ ମାମଲାର ସିଡି ମଗାଇବା ସହ ଆସନ୍ତା ୨ ସପ୍ତାହ ପରେ ଏହାର ଶୁଣାଣି ହେବ ବୋଲି କହିଛନ୍ତି।
ସୂଚନାଯୋଗ୍ୟ, ଗତ ଜୁନ୍‌ ୧୧ରେ କଟକ କନିକା ଛକରେ ଥିବା ଶିବଙ୍କର ଔଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ରେ ଡ୍ରଗ୍ସ କଂଟ୍ରୋଲର ଚଢାଉ କରି ୬୯ ଲକ୍ଷ ଟଙ୍କାର ନକଲି କରୋନା ଔଷଧ ଫାବିପିରାଭିର ଓ ଅନ୍ୟ କିଛି ଔଷଧ ଜବତ କରିଥିଲେ। ଏହି କମ୍ପାନୀ ମୁମ୍ବାଇର ମାକ୍ସ ରିଲିଫ ହେଲଥ କେୟାର କମ୍ପାନୀରୁ ବହୁ କମ୍‌ ଦାମରେ ଔଷଧ ଆମଦାନୀ କରୁଥିଲା। ଏପରିକି ଷ୍ଟ୍ରିପ ପିଛା ୬୫ ଟଙ୍କାରେ କିଣି ୧୨୯୦ ଟଙ୍କା ଲେଖାଏଁ ବିକ୍ରି କରିବାକୁ ଯୋଜନା କରୁଥିବା ତଦନ୍ତବେଳେ ଜଣାପଡିଥିଲା। ପରେ ନକଲି ଔଷଧ କାରବାର ଘଟଣାରେ କମ୍ପାନୀ ପରିଚାଳନା ନିର୍ଦ୍ଦେଶକ ଶିବ, ନିର୍ଦ୍ଦେଶିକା ଶୁଭଲକ୍ଷ୍ମୀ ଓ ୨ କର୍ମଚାରୀଙ୍କୁ ଏସ୍‌ଟିଏଫ୍‌ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri