Posted inଜାତୀୟ

ପୁଙ୍ଖାନୁପୁଙ୍ଖ ତଦନ୍ତ ନିର୍ଦ୍ଦେଶ

ମୋର୍‌ବି,୨ା୧୧: ଗୁଜରାଟର ମୋର୍‌ବି ଝୁଲାପୋଲ ଭୁଶୁଡ଼ିବା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଉକ୍ତ ଅଘଟଣରୁ ଶିକ୍ଷାଲାଭ କରି ତାକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ସେ ଏକ ଉଚ୍ଚସ୍ତରୀୟ ବୈଠକରେ କହିଛନ୍ତି।
ନିର୍ବାଚନମୁହଁା ଗୁଜରାଟରେ ଥିବା ପ୍ରଧାନମନ୍ତ୍ରୀ ନିଜ ପ୍ରଚାର କାର୍ଯ୍ୟସୂଚୀ ବଦଳାଇ ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବା ସହ ଏକ ଉଚ୍ଚସ୍ତରୀୟ ବୈଠକରେ ସ୍ଥିତି ସମୀକ୍ଷା କରିଥିଲେ। ପ୍ରଭାବିତ ପରିବାରଙ୍କୁ ଯଥାସମ୍ଭବ ସହାୟତା ପ୍ରଦାନ ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପରେ ମୋଦି ସରକାରୀ ହସ୍ପିଟାଲରେ ଆହତମାନଙ୍କୁ ଭେଟି ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ। ଅନ୍ୟପକ୍ଷେ ପ୍ରଧାନମନ୍ତ୍ରୀଙ୍କ ବୋର୍‌ବି ସିଭିଲ ହସ୍ପିଟାଲ ପରିଦର୍ଶନକୁ ନେଇ ବିବାଦ ସୃଷ୍ଟି ହୋଇଛି। କାରଣ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଲାଗି ଉକ୍ତ ହସ୍ପିଟାଲର କାନ୍ଥଗୁଡ଼ିକରେ ରଙ୍ଗ ବୋଳାଯାଇଛି। ରିପ୍ୟାଣ୍ଟିଂ ପାଇଁ ସୋମବାର ରାତି ସାରା ୪୦ ଜଣ ପ୍ୟାଣ୍ଟରଙ୍କୁ ନିୟୋଜିତ କରାଯାଇଥିଲା। ଗ୍ରାଉଣ୍ଡ, ଟଏଲେଟ୍‌ ଓ ଅନ୍ୟାନ୍ୟ ଭିତ୍ତିଭୂମିରେ ଉନ୍ନତି ଅଣାଯାଇଛି। ହସ୍ପିଟାଲରେ ନୂଆ ଓ୍ବାଟର କୁଲର ରଖାଯାଇଛି, ଯହିଁରୁ ପାଣି ବାହାରୁ ନାହିଁ। ସେଠାରେ ଚିକିତ୍ସିତ ହେଉଥିବା ଆହତଙ୍କ ବେଡ୍‌ଗୁଡ଼ିକରେ ନୂଆ ଚାଦର ବିଛାଯାଇଛି। ଏସବୁର ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ବହୁଳ ପ୍ରସାରିତ ହେବା ପରେ କଂଗ୍ରେସ ଏବଂ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଶାସକ ଭାଜପାକୁ ଟାର୍ଗେଟ କରିଛନ୍ତି। ରୋଗୀଙ୍କ ଯନତ୍ ନେବା ପରିବର୍ତ୍ତେ ମୋଦିଙ୍କ ଗସ୍ତ ବେଳେ ଇଭେଣ୍ଟ ମ୍ୟାନେଜମେଣ୍ଟ ଓ ଫଟୋଶୁଟ୍‌କୁ ଅଧିକ ପ୍ରାଧାନ୍ୟ ଦିଆଯାଇଛି ବୋଲି ବିରୋଧୀ ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri