ଅବାଧ, ନିରପେକ୍ଷ କରିବାକୁ ନିର୍ଦ୍ଦେଶ

କଟକ ଅଫିସ,୨୧ା୯:ଚଳିତ ମାସ ୩୦ ତାରିଖରେ ପିପିଲି ବିଧାନସଭା ନିର୍ବାଚନମଣ୍ଡଳୀରେ ଉପନିର୍ବାଚନ ହେବାକୁ ଯାଉଛି। ଏ ନେଇ ସୋମବାର ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ନିର୍ବାଚନକୁ ଅବାଧ, ସ୍ବଚ୍ଛ, ନିରପେକ୍ଷ ଏବଂ ଶାନ୍ତିଶୃଙ୍ଖଳାର ସହ ସମାପ୍ତ କରିବା ପାଇଁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ନିର୍ବାଚନ ଆୟୋଗଙ୍କ ନିୟମାନୁଯାୟୀ ଆଦର୍ଶ ଆଚରଣ ବିଧି ଓ କୋଭିଡ୍‌ ନିୟମର କଡ଼ାକଡ଼ି ଅନୁପାଳନ ଉପରେ ଗୁରୁତ୍ୱାରୋପ କରିଛନ୍ତି।
ଦଳୀୟ କର୍ମୀଙ୍କ ପ୍ରଚାର, ମତଦାନ ଓ ଭୋଟ ଗଣତି ସମୟରେ ପୋଲିସ ସୁରକ୍ଷା ବ୍ୟବସ୍ଥା, ନିର୍ବାଚନମଣ୍ଡଳୀକୁ ଭିଆଇପି, ଭିଭିଆଇପିଙ୍କ ଗସ୍ତବେଳେ ପୋଲିସର ଦାୟିତ୍ୱ ନେଇ ବୈଠକରେ ଆଲୋଚନା ହୋଇଥିଲା। ୧୧୦/୧୦୭ ସିଆର୍‌ପିସିରେ ସମ୍ପୃକ୍ତ ଥିବା ଅପରାଧୀ, ବେଆଇନ ଭାବେ ରଖିଥିବା ମାରଣାସ୍ତ୍ର, ନିର୍ବାଚନ ସମୟରେ ଚୋରା ମଦ କାରବାର ଉପରେ ରୋକ୍‌ ଏବଂ ଜାମିନ ବିହୀନ ଗିରଫ ପରୱାନା (ଏନ୍‌ବିଡବ୍ଲ୍ୟୁ) ଥିବା ଅପରାଧୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ଅତିରିକ୍ତ ଡିଜିପି (ଆଇନ ଓ ଶୃଙ୍ଖଳା) ଆର୍‌. କେ. ଶର୍ମା ନିର୍ବାଚନ ସଂକ୍ରାନ୍ତ ସମସ୍ତ କାର୍ଯ୍ୟକ୍ରମ ଓ ଯୋଜନାର ସମୀକ୍ଷା କରିଥିଲେ। ଉକ୍ତ ନିର୍ବାଚନମଣ୍ଡଳୀରେ ମୁତୟନ ହେବାକୁ ଥିବା ମୋବାଇଲ୍‌ ସ୍କାଡ୍‌, ଫ୍ଲାଇଂ ସ୍କାଡ୍‌ ଏବଂ ନାକାବନ୍ଦୀ ଉପରେ ମଧ୍ୟ ସେ ଗୁରୁତ୍ୱାରୋପ କରିଥିଲେ। ଗୋଇନ୍ଦା ନିର୍ଦ୍ଦେଶକ ଲଳିତ ଦାସ ଉପନିର୍ବାଚନ ସଂକ୍ରାନ୍ତ ବିଭିନ୍ନ ଗୋଇନ୍ଦା ତଥ୍ୟ ସମ୍ପର୍କରେ ଡିଜିପିଙ୍କ ସହ ଆଲୋଚନା କରିଥିଲେ। ଏହାବ୍ୟତୀତ ନିର୍ବାଚନ ପ୍ରଚାର ଉଦ୍ଦେଶ୍ୟରେ ନିର୍ବାଚନମଣ୍ଡଳୀକୁ ଭିଆଇପି, ଭିଭିଆଇପିଙ୍କ ଆଗମନ, ନିର୍ବାଚନ ସମ୍ପର୍କିତ ସମସ୍ତ ମାମଲାରେ ତୁରନ୍ତ ପଦକ୍ଷେପ, ସମ୍ବେଦନଶୀଳ ବୁଥ୍‌ ଏବଂ ପୋଲିସ ସୁରକ୍ଷା ବ୍ୟବସ୍ଥା ନେଇ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା। କନ୍‌ଫରେନ୍ସରେ ଆଇଜି (ଆଇନ ଓ ଶୃଙ୍ଖଳା) ତଥା ନୋଡାଲ ଅଫିସର, କେନ୍ଦ୍ରାଞ୍ଚଳ ଆଇଜି, ପୁରୀ ଏସ୍‌ପି କନଓ୍ବର ବିଶାଲ ସିଂ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri