Posted inରାଜ୍ୟ

ଟିକାକରଣ ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): କୋଭିଡ୍‌ ଟିକାକରଣ ସହ ବ୍ୟାପକ ସଚେତନତା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ରାଜ୍ୟର ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ତାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଟିକାକରଣ ପାଇଁ ଗଠିତ ରାଜ୍ୟ ଷ୍ଟିଅରିଂ କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା। ସମସ୍ତ ଜିଲା ଓ ବ୍ଲକ୍‌ସ୍ତରରେ ବ୍ୟାପକ ବ୍ୟବସ୍ଥା କରିବା ସହ ଏହି କାର୍ଯ୍ୟରେ ନିୟୋଜିତ ଥିବା କର୍ମଚାରୀଙ୍କୁ ଠିକ୍‌ ଭାବେ ତାଲିମ ଦେବା ପାଇଁ କୁହାଯାଇଛି। ଆବଶ୍ୟକ ହେଲେ ବିଭିନ୍ନ ବ୍ଲକକୁ ଯାଇ ସମୟୋଚିତ ଭାବେ ଟିକାକରଣ ପ୍ରସ୍ତୁତିକୁ ଅନୁଧ୍ୟାନ କରିବାକୁ ମହାପାତ୍ର ଜିଲାପାଳଙ୍କୁ ପରାମର୍ଶ ଦେଇଛନ୍ତି। କାର୍ଯ୍ୟକ୍ରମର ଠିକ୍‌ ରୂପାୟନ କିପରି ହୋଇପାରିବ ସେ ସମ୍ବନ୍ଧରେ ବିସ୍ତୃତ ଆଲୋଚନା କରି ଜାତୀୟ ସ୍ବାସ୍ଥ୍ୟ ମିଶନ ଓଡ଼ିଶାର ପରିଚାଳନା ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ସମସ୍ତ କାର୍ଯ୍ୟକର୍ତ୍ତା ଓ କର୍ମଚାରୀଙ୍କୁ ଏହାର ଗୁରୁତ୍ୱପୂର୍ଣ୍ଣ ଦିଗଗୁଡ଼ିକ ସମ୍ପର୍କରେ ବୁଝାଇଥିଲେ। ଏହାଛଡ଼ା ଯେ କୌଣସି ପାର୍ଶ୍ୱ ପ୍ରତିକ୍ରିୟାକୁ ଦକ୍ଷତାର ସହ କିପରି ମୁକାବିଲା କରାଯାଇପାରିବ ତାହା ଉପରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri