ତୁରନ୍ତ ବିକାଶମୂଳକ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୪।୯(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରର ବିକାଶମୂଳକ କାର୍ଯ୍ୟକୁ ଯଥାଶୀଘ୍ର ତ୍ୱରାନ୍ବିତ କରିବା ନେଇ ମଙ୍ଗଳବାର ବିଏମ୍‌ସି କାର୍ଯ୍ୟାଳୟରେ ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଏମ୍‌ସି କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ବିଭିନ୍ନ ବିଭାଗର ଅଧିକାରୀ ଯୋଗଦେଇଥିଲେ। ପାର୍ବଣଋତୁ ଆରମ୍ଭ ହୋଇଯାଇଥିବାବେଳେ ରାଜଧାନୀରେ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଏଥିସହିତ ଆଗକୁ ଭୁବନେଶ୍ୱରରେ ପୁରୁଷ ବିଶ୍ୱକପ୍‌ ହକି ଏବଂ ଫିଫା ଫୁଟ୍‌ବଲ ଅଣ୍ଡର ୧୭ ମହିଳା ଟୁର୍ନାମେଣ୍ଟ ଆୟୋଜନ ହେବାକୁ ଯାଉଛି। ତେଣୁ ଏଠାକୁ ସହର ବାହାରୁ ଏବଂ ରାଜ୍ୟ ତଥା ଦେଶ ବାହାରୁ ପ୍ରଶଂସକ ଆସିବ। ଏହାକୁ ଦୃଷ୍ଟିରେ ରଖି ସହରକୁ ସ୍ବଚ୍ଛ, ସୁନ୍ଦର ଏବଂ ଆକର୍ଷଣୀୟ କରି ଗଢି ତୋଳିବାକୁ ପଡ଼ିବ, ଯାହାକି ପରିଦର୍ଶକଙ୍କ ଦ୍ୱାରା ପ୍ରଶଂସିତ ହୋଇପାରିବ ବୋଲି କମିଶନର କହିଛନ୍ତି। ଏଥିପାଇଁ ବିଏମ୍‌ସି ପକ୍ଷରୁ ଏକ ଏଜେଣ୍ଡା ପ୍ରସ୍ତୁତ କରାଯାଇଥିଲା। ଏଥିରେ ଏନ୍‌ଏଚ୍‌ଏଆଇ, ଡ୍ରେନେଜ୍‌ ଡିଭିଜନ, ପ୍ରାଚୀ ଡିଭିଜନ୍‌, ଇଡ୍‌କୋ, ଟିପିସିଓଡିଏଲ୍‌, ରିଲାଏନ୍ସ ଜିଓ ଏବଂ ଏୟାରଟେଲ୍‌ଙ୍କୁ ସାମିଲ କରାଯାଇ ବିଭିନ୍ନ ବିକାଶ ମୂଳକ ଦିଗ ଉପରେ ଆଲୋଚନା କରାଯାଇଥିଲା। ବିଭିନ୍ନ ଅଞ୍ଚଳରେ ସ୍ବେରେଜ କାମ ସରି ନ ଥିବାବେଳେ ତୁରନ୍ତ ଏହାକୁ ସାରିବାକୁ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ସହରରୁ ବେଆଇନ୍‌ ବିଜ୍ଞାପନ ହଟାଇବା ପାଇଁ ଟିପିସିଓଡିଏଲ୍‌କୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ବିଭାଗକୁ ଜରୁରିକାଳୀନ ଭିତ୍ତିରେ କାମ ସାରିବାକୁ କୁହାଯାଇଛି। ବୈଠକରେ ବିଏମ୍‌ସି ଅତିରିକ୍ତ କମିଶନର ସୂର୍ଯ୍ୟବଂଶୀ ମୟୁର ବିକାଶ, ସିଟି ଇଞ୍ଜିନିୟର ଅରୁଣ କୁମାର ନାୟକ ଏବଂ ଅନ୍ୟାନ୍ୟ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri