ତୁରନ୍ତ ବିକାଶମୂଳକ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୪।୯(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରର ବିକାଶମୂଳକ କାର୍ଯ୍ୟକୁ ଯଥାଶୀଘ୍ର ତ୍ୱରାନ୍ବିତ କରିବା ନେଇ ମଙ୍ଗଳବାର ବିଏମ୍‌ସି କାର୍ଯ୍ୟାଳୟରେ ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଏମ୍‌ସି କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ବିଭିନ୍ନ ବିଭାଗର ଅଧିକାରୀ ଯୋଗଦେଇଥିଲେ। ପାର୍ବଣଋତୁ ଆରମ୍ଭ ହୋଇଯାଇଥିବାବେଳେ ରାଜଧାନୀରେ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଏଥିସହିତ ଆଗକୁ ଭୁବନେଶ୍ୱରରେ ପୁରୁଷ ବିଶ୍ୱକପ୍‌ ହକି ଏବଂ ଫିଫା ଫୁଟ୍‌ବଲ ଅଣ୍ଡର ୧୭ ମହିଳା ଟୁର୍ନାମେଣ୍ଟ ଆୟୋଜନ ହେବାକୁ ଯାଉଛି। ତେଣୁ ଏଠାକୁ ସହର ବାହାରୁ ଏବଂ ରାଜ୍ୟ ତଥା ଦେଶ ବାହାରୁ ପ୍ରଶଂସକ ଆସିବ। ଏହାକୁ ଦୃଷ୍ଟିରେ ରଖି ସହରକୁ ସ୍ବଚ୍ଛ, ସୁନ୍ଦର ଏବଂ ଆକର୍ଷଣୀୟ କରି ଗଢି ତୋଳିବାକୁ ପଡ଼ିବ, ଯାହାକି ପରିଦର୍ଶକଙ୍କ ଦ୍ୱାରା ପ୍ରଶଂସିତ ହୋଇପାରିବ ବୋଲି କମିଶନର କହିଛନ୍ତି। ଏଥିପାଇଁ ବିଏମ୍‌ସି ପକ୍ଷରୁ ଏକ ଏଜେଣ୍ଡା ପ୍ରସ୍ତୁତ କରାଯାଇଥିଲା। ଏଥିରେ ଏନ୍‌ଏଚ୍‌ଏଆଇ, ଡ୍ରେନେଜ୍‌ ଡିଭିଜନ, ପ୍ରାଚୀ ଡିଭିଜନ୍‌, ଇଡ୍‌କୋ, ଟିପିସିଓଡିଏଲ୍‌, ରିଲାଏନ୍ସ ଜିଓ ଏବଂ ଏୟାରଟେଲ୍‌ଙ୍କୁ ସାମିଲ କରାଯାଇ ବିଭିନ୍ନ ବିକାଶ ମୂଳକ ଦିଗ ଉପରେ ଆଲୋଚନା କରାଯାଇଥିଲା। ବିଭିନ୍ନ ଅଞ୍ଚଳରେ ସ୍ବେରେଜ କାମ ସରି ନ ଥିବାବେଳେ ତୁରନ୍ତ ଏହାକୁ ସାରିବାକୁ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ସହରରୁ ବେଆଇନ୍‌ ବିଜ୍ଞାପନ ହଟାଇବା ପାଇଁ ଟିପିସିଓଡିଏଲ୍‌କୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ବିଭାଗକୁ ଜରୁରିକାଳୀନ ଭିତ୍ତିରେ କାମ ସାରିବାକୁ କୁହାଯାଇଛି। ବୈଠକରେ ବିଏମ୍‌ସି ଅତିରିକ୍ତ କମିଶନର ସୂର୍ଯ୍ୟବଂଶୀ ମୟୁର ବିକାଶ, ସିଟି ଇଞ୍ଜିନିୟର ଅରୁଣ କୁମାର ନାୟକ ଏବଂ ଅନ୍ୟାନ୍ୟ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri