କଟକର ସମସ୍ତ ବେଆଇନ ହସ୍ପିଟାଲ ବନ୍ଦ ପାଇଁ ନିର୍ଦ୍ଦେଶ

କଟକ,୨ା୭ (କାର୍ତ୍ତିକ ସାହୁ) :କଟକରେ ବିନା ରେଜିଷ୍ଟ୍ରେଶନରେ ଚାଲିଥିବା ଏକ ନିର୍ଦ୍ଦିଷ୍ଟ ହସ୍ପିଟାଲ ସମେତ ଅନ୍ୟ କେତେକ ହସ୍ପିଟାଲକୁ ତୁରନ୍ତ ବନ୍ଦ କରିବାକୁ ଜାତୀୟ ମାନବିକ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ରାଜ୍ୟ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦିଷ୍ଟ ହସ୍ପିଟାଲକୁ ବନ୍ଦ କରିବା ପାଇଁ ପୂର୍ବରୁ ନିର୍ଦ୍ଦେଶ ରହିଥିଲେ ସୁଦ୍ଧା ସ୍ବାସ୍ଥ୍ୟ ବିଭାଗ କେବଳ ଚିଠି ଲେଖି ବସିପଡ଼ିଥିବାରୁ କମିଶନ କ୍ଷୋଭ ପ୍ରକାଶ କରିଛନ୍ତି। ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ଏନ୍‌ଏଚ୍‌ଆର୍‌ସିରେ ଏହି ମାମଲା ରୁଜୁ ହୋଇଛି।

ମାମଲାର ବିବରଣୀ ଅନୁଯାୟୀ, ଯାଜପୁର ଜିଲା ମଙ୍ଗଳପୁର ଥାନା ଅନ୍ତର୍ଗତ ବାବଲପୁରର କିଶୋର ଚନ୍ଦ୍ର ଦାଶ(୪୭) ସାମାନ୍ୟ ଦୁର୍ଘଟଣାର ଶିକାର ହୋଇ ଉକ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୨୦୨୧ ଜୁଲାଇ ୯ରୁ ୧୪ ତାରିଖ ପର୍ଯ୍ୟନ୍ତ ତାଙ୍କର ଚିକିତ୍ସା ଚାଲିଥିଲା। ପ୍ରଥମ ଟେଷ୍ଟରେ ରୋଗୀଙ୍କର କୋଭିଡ୍‌ ନ ଥିବା ଜଣାପଡ଼ିଥିଲା। ମାତ୍ର ଦୁଇଦିନ ପରେ ତାଙ୍କୁ କୋଭିଡ୍‌ ହୋଇଛି ବୋଲି କହି ଡାକ୍ତରମାନେ ଛୁଇଁ ନ ଥିଲେ। ଫଳରେ ଚିକିତ୍ସା ଅବହେଳାରୁ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ଅପରପକ୍ଷରେ ଏହି ହସ୍ପିଟାଲ ବିନା ରେଜିଷ୍ଟ୍ରେଶନରେ ଚାଲୁଥିବା ଜଣାପଡ଼ିଥିଲା। ଏହାର ରେଜିଷ୍ଟେଶନର ଅବଧି ୨୦୧୫ରୁ ଶେଷ ହୋଇଯାଇଥିଲା। ଏହି ମାମଲାକୁ ନେଇ ହାଇକୋର୍ଟ ଆଇନଜୀବୀ ନିଶିକାନ୍ତ ମିଶ୍ର ଓ ଶ୍ରୀ ଅଖଣ୍ଡ ମିଳିତ ଭାବେ ଏନ୍‌ଏଚ୍‌ଆର୍‌ସିରେ ମାମଲା ଦାଏର କରିଥିଲେ। ସ୍ବାସ୍ଥ୍ୟ ବିଭାଗ ଏକ କମିଟି ଗଠନ କରି ଏହାର ଅନୁସନ୍ଧାନ କରିଥିଲା। ତେବେ ଏହି କମିଟି କିଶୋରଙ୍କ ଚିକିତ୍ସାରେ ଅବହେଳା ହୋଇ ନ ଥିବା ରିପୋର୍ଟ ଦେଇଥିଲା। ମାତ୍ର ଉକ୍ତ ହସ୍ପିଟାଲର ରେଜିଷ୍ଟ୍ରେଶନ ଅବଧି ୨୦୧୫ରୁ ଶେଷ ହୋଇଯାଇଥିବା ଓ ଏହାର ଅଗ୍ନି ନିରାପତ୍ତା ସାର୍ଟିଫିକେଟ୍‌ ନ ଥିବା ରିପୋର୍ଟରେ ଦର୍ଶାଯାଇଥିଲା।

ହାଇକୋର୍ଟରେ ମାମଲା ବିଚାରାଧୀନ ଥିବାରୁ ଉକ୍ତ ହସ୍ପିଟାଲ ସମେତ ଅନ୍ୟ ୧୧ଟି ହସ୍ପିଟାଲ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ହେଉନାହିଁ ବୋଲି ଦର୍ଶାଇଥିଲେ। କିନ୍ତୁ ଆବେଦନକାରୀ କମିଶନଙ୍କୁ ଅବଗତ କରାଇଥିଲେ, ହାଇକୋର୍ଟରେ ଏ ସଂକ୍ରାନ୍ତୀୟ ମାମଲା ବନ୍ଦ ହୋଇସାରିଛି। ଏହାପରେ କମିଶନ ଏହି ହସ୍ପିଟାଲ ସମେତ ଅନ୍ୟ ହସ୍ପିଟାଲକୁ ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଉକ୍ତ ହସ୍ପିଟାଲରେ କୌଣସି ରୋଗୀଙ୍କୁ ଆଡ୍‌ମିଶନ ନ କରିବା, ଯଦି କୌଣସି ରୋଗୀ ଏଠାରେ ଥାନ୍ତି ସେମାନଙ୍କୁ ଅନ୍ୟ କୌଣସି ହସ୍ପିଟାଲକୁ ସ୍ଥାନାନ୍ତର କରି ଉକ୍ତ ହସ୍ପିଟାଲକୁ ତୁରନ୍ତ ବନ୍ଦ କରିବା ପାଇଁ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରକ୍ରିୟାରେ ଯେପରି କୌଣସି ରୋଗୀ ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେଥିପ୍ରତି ଧ୍ୟାନ ଦେବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri