Posted inଜାତୀୟ

ପରମବୀରଙ୍କ ବିରୋଧରେ ତଦନ୍ତ ବନ୍ଦ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୩ା୨: ଦୁର୍ନୀତି ମାମଲାରେ ଛନ୍ଦି ହୋଇଥିବା ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କ ବିରୋଧରେ ତଦନ୍ତ ରୋକିବାକୁ ମଙ୍ଗଳବାର ସୁପ୍ରିମକୋର୍ଟ ମହାରାଷ୍ଟ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କ ବିରୋଧରେ ହୋଇଥିବା ଆପରାଧିକ ମାମଲା କେନ୍ଦ୍ରୀୟ ତଦନ୍ତକାରୀ ବ୍ୟୁରୋ (ସିବିଆଇ)କୁ ହସ୍ତାନ୍ତର କରାଯିବା ନାଁ ତାହା ସ୍ଥିର ହେବା ପଯ୍ୟନ୍ତ ଯାଞ୍ଚ ଅଟକାଇବାକୁ କୁହାଯାଇଛି। ଜଷ୍ଟିସ୍‌ ସଞ୍ଜୟ କିଶାନ କୌଲ ଏବଂ ଏମ୍‌. ଏମ୍‌. ସୁନ୍ଦରେଶଙ୍କ ଖଣ୍ଡପୀଠ କହିଛନ୍ତି, ରାଜ୍ୟ ସରକାର ଓ ପରମବୀରଙ୍କ ମଧ୍ୟରେ ଲାଗିଥିବା ବିବାଦକୁ ଦୁର୍ଭାଗ୍ୟଜନକ କହିବା ସହ ଏଥିଯୋଗୁ ପୋଲିସ ବ୍ୟବସ୍ଥାରେ ଲୋକଙ୍କ ବିଶ୍ୱାସ ତୁଟିପାରେ ବୋଲି ଉଦ୍‌ବେଗ ପ୍ରକାଶ କରିଛନ୍ତି। ଆଇନର ପ୍ରକ୍ରିୟା ଠିକ୍‌ ଉପାୟରେ ଚାଲିବା ଉଚିତ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ପରମବୀରଙ୍କ ବିରୋଧରେ ସମସ୍ତ ପ୍ରକାର ତଦନ୍ତ ରୋକିବା ସହ ସର୍ବୋଚ୍ଚ ଅଦାଲତ ଚାର୍ଜସିଟ୍‌ ଫାଇଲ ନ କରାଯିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୯ରେ ହେବ। ସିବିଆଇକୁ ମାମଲା ହସ୍ତାନ୍ତର ଉପରେ ନିଷ୍ପତ୍ତି ନ ନିଆଯିବା ଯାଏ ମହାରାଷ୍ଟ୍ର ସରକାର ଏଥିରୁ ନିଜକୁ ଦୂରେଇ ରହିବାକୁ ଖଣ୍ଡପୀଠ କହିଛନ୍ତି। ସୂଚନାଯୋଗ୍ୟ ଯେ, ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖ ମୁମ୍ବାଇର ପୂର୍ବତନ ପୋଲିସ ଅଧିକାରୀ ସଚିନ ଓ୍ବାଜେଙ୍କୁ ମାସିକ ୧୦୦ କୋଟି ଟଙ୍କା ବଟି ଆଦାୟ ପାଇଁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri