Posted inଖେଳ

ପ୍ରସ୍ତୁତି କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୦।୯ (ସ୍ପୋଟର୍‌ସ ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱରେ ଓଡ଼ିଶା କ୍ରୀଡ଼ା କାର୍ଯ୍ୟକଳାପର ଆଉ ଏକ ମାଇଲ ଖୁଣ୍ଟ ହାସଲ କରିବାକୁ ଯାଉଛି। ଓଡ଼ିଶା ୧୭ ବର୍ଷରୁ କମ୍‌ ଫିଫା ମହିଳା ଫୁଟ୍‌ବଲ ବିଶ୍ୱକପର କେତୋଟି ମ୍ୟାଚ ଆୟୋଜନ କରିବାକୁ ଯାଉଛି। ଏହା ଚଳିତବର୍ଷ ଅକ୍ଟୋବର ୧୧, ୧୪ ଓ ୧୭ରେ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ। ଏଥିପାଇଁ ଲୋକସେବା ଭବନ କନ୍‌ଫରେନ୍ସ ହଲ୍‌ରେ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ କ୍ରୀଡ଼ା ଓ ଯୁବସେବା ସଚିବ ଆର. ଭିନିଲ କ୍ରିଷ୍ଣା ଭିତ୍ତିଭୂମି ବିକାଶ ଓ ମ୍ୟାଚ ଆୟୋଜନ ସଂକ୍ରାନ୍ତ ରୋଡ୍‌ମ୍ୟାପ ଉପସ୍ଥାପନ କରିଥିଲେ। ପ୍ରସ୍ତୁତି କାର୍ଯ୍ୟ ସମୀକ୍ଷା କରିବାକୁ ଯାଇ ମୁଖ୍ୟ ଶାସନ ସଚିବ ସମ୍ପୃକ୍ତ ବିଭାଗଗୁଡ଼ିକୁ ସେପ୍ଟେମ୍ବର ଶେଷ ସୁଦ୍ଧା ଶେଷ କରିବା ଲାଗି ନିର୍ଦ୍ଦେଶ ଦେଇଥିଲେ। ସ୍ବାସ୍ଥ୍ୟ, ପରିମଳ, ସୁରକ୍ଷା ଓ ଅଗ୍ନିଶମ ସେବା ସୁନିଶ୍ଚିତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଫିଫା ଅଫିସିଆଲ ରୋମା ଖାନ୍ନା ପ୍ରସ୍ତୁତି କାର୍ଯ୍ୟରୁ ଅଗ୍ରଗତି ନେଇ ସନ୍ତୋଷ ପ୍ରକାଶ କରିଥିଲେ। ଓଡ଼ିଶା ହକିର ବାସସ୍ଥାନ ପାଲଟିଛି। ଆଗକୁ ରାଜ୍ୟ ଫୁଟ୍‌ବଲର ବାସସ୍ଥାନ ହେବାକୁ ଯାଉଛି। ଡେଭଲପମେଣ୍ଟ କମିଶନର ପ୍ରଦୀପ କୁମାର ଜେନା କଳିଙ୍ଗ ଷ୍ଟାଡିୟମରେ ଆଗୁଆ ଓଡ୍ରାଫ୍‌ ଓ ଫାୟାର ସର୍ଭିସ ଟିମ୍‌ ମୁତୟନ ପାଇଁ ପରାମର୍ଶ ଦେଇଥିଲେ। ବୈଠକରେ ଇଭେଣ୍ଟକୁ ସୁଗମ, ନିରାପଦ ଓ ସ୍ମରଣୀୟ କରିବା ଲାଗି ସମ୍ପୃକ୍ତ ବିଭାଗଗୁଡ଼ିକଠାରୁ ସକ୍ରିୟ ସହଯୋଗ କାମନା କରାଯାଇଥିଲା। ମ୍ୟାଚ ଦେଖିବା ଲାଗି ଦର୍ଶକଙ୍କୁ ଅନୁମତି ଦେବା ଏବଂ ଅନ୍‌ଲାଇନ୍‌ରେ ଟିକେଟ ବିକ୍ରି ବ୍ୟବସ୍ଥା କରାଯିବା ଲାଗି ନିଷ୍ପତ୍ତି ନିଆଯାଇଥିଲା। କଳିଙ୍ଗ ଷ୍ଟାଡିୟମରେ ଭାରତ ଏହାର ୩ଟି ମ୍ୟାଚ ଖେଳିବ। ଦଳ ଅକ୍ଟୋବର ୧୧ରେ ଯୁକ୍ତରାଷ୍ଟ୍ର ଆମେରିକା, ୧୪ରେ ମରକ୍କୋ ଏବଂ ୧୭ରେ ବ୍ରାଜିଲ ବିପକ୍ଷରେ ଖେଳିବ। ଶୁକ୍ରବାର ଅନୁଷ୍ଠିତ ବୈଠକରେ ଡେଭଲପମେଣ୍ଟ କମିଶନର ପ୍ରଦୀପ କୁମାର ଜେନା, ପୋଲିସ ଡିଜି ସୁନୀଲ କୁମାର ବଂଶଲ, ଅର୍ଥ ବିଭାଗ ପ୍ରମୁଖ ସଚିବ ବିଶାଲ କୁମାର ଦେବ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ସଚିବ ସଞ୍ଜୟ କୁମାର ସିଂ, ହ୍ୟାଣ୍ଡିକ୍ରାଫ୍ଟ, ହ୍ୟାଣ୍ଡଲୁମ୍‌ ଓ ଟେକ୍ସଟାଇଲ, ଶୁଭା ଶର୍ମା, ଇଡ୍‌କୋ ସିଏମ୍‌ଡି ଭୂପେନ୍ଦ୍ର ସିଂ ପୁନିଆ, ପୋଲିସ କମିଶନର ଏସ୍‌.କେ. ପ୍ରିୟଦର୍ଶୀ, ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ, ଫିଫା ପ୍ରତିନିଧି ରୋମା ଖାନ୍ନା, ଫିଫା ସ୍ଥାନୀୟ ଆୟୋଜକ କମିଟି ନିର୍ଦ୍ଦେଶକ ନନ୍ଦିନୀ ଆରୋରାଙ୍କ ସମେତ ସମ୍ପୃକ୍ତ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri