Posted inଖେଳ

ପ୍ରସ୍ତୁତି କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୦।୯ (ସ୍ପୋଟର୍‌ସ ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱରେ ଓଡ଼ିଶା କ୍ରୀଡ଼ା କାର୍ଯ୍ୟକଳାପର ଆଉ ଏକ ମାଇଲ ଖୁଣ୍ଟ ହାସଲ କରିବାକୁ ଯାଉଛି। ଓଡ଼ିଶା ୧୭ ବର୍ଷରୁ କମ୍‌ ଫିଫା ମହିଳା ଫୁଟ୍‌ବଲ ବିଶ୍ୱକପର କେତୋଟି ମ୍ୟାଚ ଆୟୋଜନ କରିବାକୁ ଯାଉଛି। ଏହା ଚଳିତବର୍ଷ ଅକ୍ଟୋବର ୧୧, ୧୪ ଓ ୧୭ରେ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ। ଏଥିପାଇଁ ଲୋକସେବା ଭବନ କନ୍‌ଫରେନ୍ସ ହଲ୍‌ରେ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ କ୍ରୀଡ଼ା ଓ ଯୁବସେବା ସଚିବ ଆର. ଭିନିଲ କ୍ରିଷ୍ଣା ଭିତ୍ତିଭୂମି ବିକାଶ ଓ ମ୍ୟାଚ ଆୟୋଜନ ସଂକ୍ରାନ୍ତ ରୋଡ୍‌ମ୍ୟାପ ଉପସ୍ଥାପନ କରିଥିଲେ। ପ୍ରସ୍ତୁତି କାର୍ଯ୍ୟ ସମୀକ୍ଷା କରିବାକୁ ଯାଇ ମୁଖ୍ୟ ଶାସନ ସଚିବ ସମ୍ପୃକ୍ତ ବିଭାଗଗୁଡ଼ିକୁ ସେପ୍ଟେମ୍ବର ଶେଷ ସୁଦ୍ଧା ଶେଷ କରିବା ଲାଗି ନିର୍ଦ୍ଦେଶ ଦେଇଥିଲେ। ସ୍ବାସ୍ଥ୍ୟ, ପରିମଳ, ସୁରକ୍ଷା ଓ ଅଗ୍ନିଶମ ସେବା ସୁନିଶ୍ଚିତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଫିଫା ଅଫିସିଆଲ ରୋମା ଖାନ୍ନା ପ୍ରସ୍ତୁତି କାର୍ଯ୍ୟରୁ ଅଗ୍ରଗତି ନେଇ ସନ୍ତୋଷ ପ୍ରକାଶ କରିଥିଲେ। ଓଡ଼ିଶା ହକିର ବାସସ୍ଥାନ ପାଲଟିଛି। ଆଗକୁ ରାଜ୍ୟ ଫୁଟ୍‌ବଲର ବାସସ୍ଥାନ ହେବାକୁ ଯାଉଛି। ଡେଭଲପମେଣ୍ଟ କମିଶନର ପ୍ରଦୀପ କୁମାର ଜେନା କଳିଙ୍ଗ ଷ୍ଟାଡିୟମରେ ଆଗୁଆ ଓଡ୍ରାଫ୍‌ ଓ ଫାୟାର ସର୍ଭିସ ଟିମ୍‌ ମୁତୟନ ପାଇଁ ପରାମର୍ଶ ଦେଇଥିଲେ। ବୈଠକରେ ଇଭେଣ୍ଟକୁ ସୁଗମ, ନିରାପଦ ଓ ସ୍ମରଣୀୟ କରିବା ଲାଗି ସମ୍ପୃକ୍ତ ବିଭାଗଗୁଡ଼ିକଠାରୁ ସକ୍ରିୟ ସହଯୋଗ କାମନା କରାଯାଇଥିଲା। ମ୍ୟାଚ ଦେଖିବା ଲାଗି ଦର୍ଶକଙ୍କୁ ଅନୁମତି ଦେବା ଏବଂ ଅନ୍‌ଲାଇନ୍‌ରେ ଟିକେଟ ବିକ୍ରି ବ୍ୟବସ୍ଥା କରାଯିବା ଲାଗି ନିଷ୍ପତ୍ତି ନିଆଯାଇଥିଲା। କଳିଙ୍ଗ ଷ୍ଟାଡିୟମରେ ଭାରତ ଏହାର ୩ଟି ମ୍ୟାଚ ଖେଳିବ। ଦଳ ଅକ୍ଟୋବର ୧୧ରେ ଯୁକ୍ତରାଷ୍ଟ୍ର ଆମେରିକା, ୧୪ରେ ମରକ୍କୋ ଏବଂ ୧୭ରେ ବ୍ରାଜିଲ ବିପକ୍ଷରେ ଖେଳିବ। ଶୁକ୍ରବାର ଅନୁଷ୍ଠିତ ବୈଠକରେ ଡେଭଲପମେଣ୍ଟ କମିଶନର ପ୍ରଦୀପ କୁମାର ଜେନା, ପୋଲିସ ଡିଜି ସୁନୀଲ କୁମାର ବଂଶଲ, ଅର୍ଥ ବିଭାଗ ପ୍ରମୁଖ ସଚିବ ବିଶାଲ କୁମାର ଦେବ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ସଚିବ ସଞ୍ଜୟ କୁମାର ସିଂ, ହ୍ୟାଣ୍ଡିକ୍ରାଫ୍ଟ, ହ୍ୟାଣ୍ଡଲୁମ୍‌ ଓ ଟେକ୍ସଟାଇଲ, ଶୁଭା ଶର୍ମା, ଇଡ୍‌କୋ ସିଏମ୍‌ଡି ଭୂପେନ୍ଦ୍ର ସିଂ ପୁନିଆ, ପୋଲିସ କମିଶନର ଏସ୍‌.କେ. ପ୍ରିୟଦର୍ଶୀ, ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ, ଫିଫା ପ୍ରତିନିଧି ରୋମା ଖାନ୍ନା, ଫିଫା ସ୍ଥାନୀୟ ଆୟୋଜକ କମିଟି ନିର୍ଦ୍ଦେଶକ ନନ୍ଦିନୀ ଆରୋରାଙ୍କ ସମେତ ସମ୍ପୃକ୍ତ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri