ବିରୂପା ନଦୀବନ୍ଧ ଘାଇ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ

ଚଣ୍ଡିଖୋଲ,୨୮ା୧୧(ଡି.ଏନ.ଏ.): କଟକ ଜଗତପୁର-ପଟ୍ଟାମୁଣ୍ଡାଇ କେନାଲର ତ୍ରିବେଣୀଶ୍ୱରଠାରେ ରବିବାର ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତରଞ୍ଜନ ମହାନ୍ତି, ମୁଖ୍ୟଯନ୍ତ୍ରୀ ସାଗର ରଞ୍ଜନ ମହାନ୍ତି, ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ରଥ ପ୍ରମୁଖ ପହଞ୍ଚି ଘାଇ ବନ୍ଧା ହୋଇଥିବା ସ୍ଥଳ ପରିଦର୍ଶନ କରିଛନ୍ତି। ସେମାନେ ବିରୂପା ନଦୀ ବନ୍ଧ ଓ ପଟ୍ଟାମୁଣ୍ଡାଇ କେନାଲ ବନ୍ଧର ଅବସ୍ଥା ନିରୀକ୍ଷଣ କରିଛନ୍ତି। ଏବେ ଚାଷ କାର୍ଯ୍ୟରେ ଆଉ ପାଣି ଆବଶ୍ୟକତା ନ ଥିବାରୁ କେନାଲରେ ପାଣି ବନ୍ଦ କରାଯାଇଛି। ତେଣୁ ତୁରନ୍ତ ନଦୀବନ୍ଧ ଓ କେନାଲ ବନ୍ଧର ଉଭୟ ପାର୍ଶ୍ୱ କାର୍ଯ୍ୟ ଶେଷ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ବନ୍ଧ ପୋତା କାର୍ଯ୍ୟ ସରିଥିଲେ ମଧ୍ୟ ଏହି ବନ୍ଧ ଦେଇ ଚାରିଚକିଆ ଯାନ ଚଳାଚଳ ବନ୍ଦ ରହିଛି। ତୁରନ୍ତ ବନ୍ଧକୁ ଓସାର କରି ଯାନ ଚଳାଚଳ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି। ଯେହେତୁ ତ୍ରିବେଣୀଶ୍ୱରଠାରେ ବିରୂପା ନଦୀ, ପଟ୍ଟାମୁଣ୍ଡାଇ କେନାଲ, ଗୋବରୀ ନଦୀ ଓ ଶୁକ ନଦୀ ରହିଛି ସେଥିପାଇଁ ଏହି ନଦୀବନ୍ଧକୁ ମଜଭୁତ କରିବାକୁ ସ୍ଥାନୀୟ ଲୋକେ ବିଭାଗୀୟ ଅଧିକାରୀଙ୍କ ନିକଟରେ ଦାବି କରିଥିଲେ। ତେବେ ଖୁବ୍‌ଶୀଘ୍ର ଉଭୟ ପଟ ନଦୀ ବନ୍ଧ ଓ କେନାଲ ବନ୍ଧ କାର୍ଯ୍ୟ ଶେଷ କରାଯିବ ବୋଲି ସର୍ବୋଚ୍ଚ ଯନ୍ତ୍ରୀ ମହାନ୍ତି ପ୍ରକାଶ କରିଛନ୍ତି। ଏହି ପରିଦର୍ଶନ ସମୟରେ ଅନ୍ୟମାନଙ୍କ ମଧ୍ୟରେ ଅଧୀକ୍ଷଣ ଯନ୍ତ୍ରୀ ସଞ୍ଜୀବ କୁମାର ବେହେରା, ସହକାରୀ ନିର୍ବାହୀ ଯନ୍ତ୍ରୀ ଶକ୍ତି ପ୍ରସାଦ ଦାସ, ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ଭୋଇ ପ୍ରମୁଖ ଉପସ୍ଥିତ ରହି ଅଧିକାରୀଙ୍କୁ ଘାଇ ସମ୍ପର୍କରେ ସବିଶେଷ ତଥ୍ୟ ପ୍ରଦାନ କରିଥିଲେ।
ଅକ୍ଟୋବର ୨୯ରେ ଘାଇ ସୃଷ୍ଟି ହୋଇ ବିରୂପା ନଦୀବନ୍ଧ ୧୦୦ ଫୁଟ ଭାଙ୍ଗି ଯାଇଥିଲା। ଏଥିରେ ୬ଟି ଦୋକାନ ଘର ଭାସି ଯିବା ସହ ବାଲିଚନ୍ଦ୍ରପୁରଠାରୁ ଗୋପୀନାଥପୁର ରାସ୍ତା ବିଚ୍ଛିନ୍ନ ହୋଇଥିଲା। ଘାଇ ଦ୍ୱାରା ଯାଜପୁର, କେନ୍ଦ୍ରାପଡ଼ା ଓ କଟକ ଜିଲାର ଚାଷୀ କ୍ଷତିଗ୍ରସ୍ତ ହୋଇଥିଲେ। ପାଖାପାଖି ୩୨ହଜାର ୭ଶହ ହେକ୍ଟର ଚାଷ ଜମି ପ୍ରଭାବିତ ହୋଇଥିଲା। ଧାନ ଆହାର ଢୋକୁ ଥିବାରୁ ଚାଷୀଙ୍କ ମଧ୍ୟରେ ବିଦ୍ରୋହ ସୃଷ୍ଟି ହୋଇଥିଲା। ଜଳ ସମ୍ପଦ ବିଭାଗ ମହାନଦୀ ନର୍ଥ ଡିଭିଜନ ପକ୍ଷରୁ ୭ ଦିନ ମଧ୍ୟରେ ଯୁଦ୍ଧ କାଳୀନ ଭିତ୍ତିରେ ଘାଇ ପୋତା ହେବା ସହ କେନାଲରେ ପାଣି ଛଡ଼ା ଯିବାରୁ ଚାଷୀଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri