ବିରୂପା ନଦୀବନ୍ଧ ଘାଇ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ

ଚଣ୍ଡିଖୋଲ,୨୮ା୧୧(ଡି.ଏନ.ଏ.): କଟକ ଜଗତପୁର-ପଟ୍ଟାମୁଣ୍ଡାଇ କେନାଲର ତ୍ରିବେଣୀଶ୍ୱରଠାରେ ରବିବାର ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତରଞ୍ଜନ ମହାନ୍ତି, ମୁଖ୍ୟଯନ୍ତ୍ରୀ ସାଗର ରଞ୍ଜନ ମହାନ୍ତି, ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ରଥ ପ୍ରମୁଖ ପହଞ୍ଚି ଘାଇ ବନ୍ଧା ହୋଇଥିବା ସ୍ଥଳ ପରିଦର୍ଶନ କରିଛନ୍ତି। ସେମାନେ ବିରୂପା ନଦୀ ବନ୍ଧ ଓ ପଟ୍ଟାମୁଣ୍ଡାଇ କେନାଲ ବନ୍ଧର ଅବସ୍ଥା ନିରୀକ୍ଷଣ କରିଛନ୍ତି। ଏବେ ଚାଷ କାର୍ଯ୍ୟରେ ଆଉ ପାଣି ଆବଶ୍ୟକତା ନ ଥିବାରୁ କେନାଲରେ ପାଣି ବନ୍ଦ କରାଯାଇଛି। ତେଣୁ ତୁରନ୍ତ ନଦୀବନ୍ଧ ଓ କେନାଲ ବନ୍ଧର ଉଭୟ ପାର୍ଶ୍ୱ କାର୍ଯ୍ୟ ଶେଷ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ବନ୍ଧ ପୋତା କାର୍ଯ୍ୟ ସରିଥିଲେ ମଧ୍ୟ ଏହି ବନ୍ଧ ଦେଇ ଚାରିଚକିଆ ଯାନ ଚଳାଚଳ ବନ୍ଦ ରହିଛି। ତୁରନ୍ତ ବନ୍ଧକୁ ଓସାର କରି ଯାନ ଚଳାଚଳ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି। ଯେହେତୁ ତ୍ରିବେଣୀଶ୍ୱରଠାରେ ବିରୂପା ନଦୀ, ପଟ୍ଟାମୁଣ୍ଡାଇ କେନାଲ, ଗୋବରୀ ନଦୀ ଓ ଶୁକ ନଦୀ ରହିଛି ସେଥିପାଇଁ ଏହି ନଦୀବନ୍ଧକୁ ମଜଭୁତ କରିବାକୁ ସ୍ଥାନୀୟ ଲୋକେ ବିଭାଗୀୟ ଅଧିକାରୀଙ୍କ ନିକଟରେ ଦାବି କରିଥିଲେ। ତେବେ ଖୁବ୍‌ଶୀଘ୍ର ଉଭୟ ପଟ ନଦୀ ବନ୍ଧ ଓ କେନାଲ ବନ୍ଧ କାର୍ଯ୍ୟ ଶେଷ କରାଯିବ ବୋଲି ସର୍ବୋଚ୍ଚ ଯନ୍ତ୍ରୀ ମହାନ୍ତି ପ୍ରକାଶ କରିଛନ୍ତି। ଏହି ପରିଦର୍ଶନ ସମୟରେ ଅନ୍ୟମାନଙ୍କ ମଧ୍ୟରେ ଅଧୀକ୍ଷଣ ଯନ୍ତ୍ରୀ ସଞ୍ଜୀବ କୁମାର ବେହେରା, ସହକାରୀ ନିର୍ବାହୀ ଯନ୍ତ୍ରୀ ଶକ୍ତି ପ୍ରସାଦ ଦାସ, ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ଭୋଇ ପ୍ରମୁଖ ଉପସ୍ଥିତ ରହି ଅଧିକାରୀଙ୍କୁ ଘାଇ ସମ୍ପର୍କରେ ସବିଶେଷ ତଥ୍ୟ ପ୍ରଦାନ କରିଥିଲେ।
ଅକ୍ଟୋବର ୨୯ରେ ଘାଇ ସୃଷ୍ଟି ହୋଇ ବିରୂପା ନଦୀବନ୍ଧ ୧୦୦ ଫୁଟ ଭାଙ୍ଗି ଯାଇଥିଲା। ଏଥିରେ ୬ଟି ଦୋକାନ ଘର ଭାସି ଯିବା ସହ ବାଲିଚନ୍ଦ୍ରପୁରଠାରୁ ଗୋପୀନାଥପୁର ରାସ୍ତା ବିଚ୍ଛିନ୍ନ ହୋଇଥିଲା। ଘାଇ ଦ୍ୱାରା ଯାଜପୁର, କେନ୍ଦ୍ରାପଡ଼ା ଓ କଟକ ଜିଲାର ଚାଷୀ କ୍ଷତିଗ୍ରସ୍ତ ହୋଇଥିଲେ। ପାଖାପାଖି ୩୨ହଜାର ୭ଶହ ହେକ୍ଟର ଚାଷ ଜମି ପ୍ରଭାବିତ ହୋଇଥିଲା। ଧାନ ଆହାର ଢୋକୁ ଥିବାରୁ ଚାଷୀଙ୍କ ମଧ୍ୟରେ ବିଦ୍ରୋହ ସୃଷ୍ଟି ହୋଇଥିଲା। ଜଳ ସମ୍ପଦ ବିଭାଗ ମହାନଦୀ ନର୍ଥ ଡିଭିଜନ ପକ୍ଷରୁ ୭ ଦିନ ମଧ୍ୟରେ ଯୁଦ୍ଧ କାଳୀନ ଭିତ୍ତିରେ ଘାଇ ପୋତା ହେବା ସହ କେନାଲରେ ପାଣି ଛଡ଼ା ଯିବାରୁ ଚାଷୀଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri